Posted inଜାତୀୟ

ମିଶନ ଯୁବଶକ୍ତି: ୩ ମାସରେ ୬ ବିଶ୍ୱବିଦ୍ୟାଳୟର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୋଦି

ନୂଆଦିଲ୍ଲୀ,୨୪।୧୨: ଭାରତରେ ଯୁବବର୍ଗଙ୍କ ସଂଖ୍ୟା ଅଧିକ ରହିଛି। ଦେଶର ବିକାଶ ସମେତ ରାଜନୈତିକ କ୍ଷମତା ଦଖଲ ପାଇଁ ଦେଶର ଯୁବବର୍ଗଙ୍କୁ ହାତେଇଲେ ସୁଫଳ ସହଜରେ ମିଳିପାରିବ ବୋଲି ଭାଜପା ଜାଣିପାରିଛି। ସମ୍ପ୍ରତି ଦେଶରେ ୬୫ ପ୍ରତିଶତ ଜନସଂଖ୍ୟା ହେଉଛନ୍ତି ଯୁବବର୍ଗ। ଯୁବବର୍ଗଙ୍କୁ ଆକର୍ଷିତ କରିବା ଲାଗି ଭାଜପା ପକ୍ଷରୁ ମିଶନ ଯୁବଶକ୍ତି ଯୋଜନା ଉପରେ ଗୁରୁତ୍ୱାରୋପ କରାଯାଉଛି। ଏହି ମର୍ମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅକ୍ଟୋବରଠାରୁ ଡିସେମ୍ବର ଗତ ୩ ମାସ ମଧ୍ୟରେ ଦେଶର ୬ଟି ବିଶ୍ୱବିଦ୍ୟାଳୟର ବିଭିନ୍ନ କାର୍ଯ୍ୟକ୍ରମରେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ଦେଶ ଗଠନରେ ଯୁବବର୍ଗଙ୍କ ଭୂମିକା ସମ୍ପର୍କରେ ଶିକ୍ଷାର୍ଥୀଙ୍କୁ ଅବଗତ କରାଇଛନ୍ତି। ଯୁବବର୍ଗଙ୍କ ପାଖରେ ଭାଜପାର ସନ୍ଦେଶ ପହଞ୍ଚାଇବା ପାଇଁ ଏଭଳି ରଣନୀତି ପ୍ରସ୍ତୁତ କରାଯାଇଛି ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି। ଅକ୍ଟୋବର ୧୯ରେ ମୋଦି ମହୀଶୂର ବିଶ୍ୱବିଦ୍ୟାଳୟର ଶତାବ୍ଦୀ ସମାରୋହରେ ଯୋଗଦେଇ ଶିକ୍ଷାର୍ଥୀଙ୍କୁ ଶିକ୍ଷା ଏବଂ ଦିକ୍ଷାର ଭାବାର୍ଥ ବୁଝାଇଥିଲେ। ନଭେମ୍ବର ୧୨ରେ ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୋଦି ସ୍ବାମୀ ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରି ଦେଶ ପ୍ରଥମେ, ଏହା ପରେ ଚିନ୍ତାଧାରା ବୋଲି କହିଥିଲେ। ୨୧ ନଭେମ୍ବରରେ ଗାନ୍ଧୀନଗରସ୍ଥିତ ଦୀନଦୟାଲ ପେଟ୍ରୋଲିୟମ୍‌ ବିଶ୍ୱବିଦ୍ୟାଳୟର ୮ତମ ଦୀକ୍ଷାନ୍ତ ସମାରୋହରେ ଯୋଗଦେଇ ୨୬୦୦ ଶିକ୍ଷାର୍ଥୀଙ୍କୁ ଡିଗ୍ରୀ ଏବଂ ଡିପ୍ଲୋମା ପ୍ରଦାନ କରିଥିଲେ। ସେହିପରି ନଭେମ୍ବର ୨୫ରେ ସେ ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟର ଶତାବ୍ଦୀ ଉତ୍ସବରେ ଯୋଗଦେଇ ନୂତନ ଶିକ୍ଷାନୀତି ସମ୍ପର୍କରେ ଶିକ୍ଷାର୍ଥୀଙ୍କୁ ସୂଚନା ଦେଇଥିଲେ। ଡିସେମ୍ବର ୨୨ରେ ମୋଦି ଅଲୀଗଡ଼ ମୁସଲିମ୍‌ ବିଶ୍ୱବିଦ୍ୟାଳୟର ଶତାବ୍ଦୀ ସମାରୋହରେ ଯୋଗଦେଇଥିଲେ। ଏହାପରେ ଗୁରୁବାର (ଡିସେମ୍ବର ୨୪) ମୋଦି ବିଶ୍ୱଭାରତୀ ବିଶ୍ୱବିଦ୍ୟାଳୟର ଶତାବ୍ଦୀ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ମୋଦି ଦେଶର ଯୁବବର୍ଗଙ୍କ ମଧ୍ୟରେ ଲୋକପ୍ରିୟତା ହାସଲ କରିଥିବା ଭାଜପାର ରାଷ୍ଟ୍ରୀୟ ପ୍ରବକ୍ତା ଗୋପାଳକୃଷ୍ଣ ଅଗ୍ରଓ୍ବାଲ କହିଛନ୍ତି। ମୋଦି ଯୁବବର୍ଗଙ୍କ ସହିତ ସିଧାସଳଖ କଥାବାର୍ତ୍ତା କରୁଥିବାରୁ ଏକ ସକାରାତ୍ମକ ସ୍ଥିତି ସୃଷ୍ଟି ହେଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ସହାୟକଙ୍କ ଘରୁ ୩୦ କୋଟି ଜବତ

ରାଞ୍ଚି,୬ା୫ : ଝାଡ଼ଖଣ୍ଡର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ ଆଲମଗିର ଆଲମଙ୍କ ବ୍ୟକ୍ତିଗତ ସଚିବ ସଞ୍ଜୀବ ଲାଲ୍‌ଙ୍କ ଘରୋଇ ସହାୟକଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର...

କେଜ୍‌ରିଓ୍ବାଲଙ୍କ ଅଡୁଆ ବଢିଲା

ନୂଆଦିଲ୍ଲୀ,୬।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଅଡୁଆ ବଢିଛି। ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ବିରୋଧରେ ଏନଆଇଏ ତଦନ୍ତ ପାଇଁ...

ଭାଙ୍ଗିବ ସବୁ ରେକର୍ଡ! ଅମିତ ଶାହାଙ୍କ ପାଇଁ ଭାଜପା ରଖିଲା ବଡ ଟାର୍ଗେଟ

ନୂଆଦିଲ୍ଲୀ,୬।୫: ଚଳିତ ଲୋକ ସଭା ନିର୍ବାଚନ ୨୦୨୪ ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପାର ପାରମ୍ପାରିକ ଆସନ ଗାନ୍ଧୀ ନଗରରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି।...

ସୁନା, ରୂପା ନୁହେଁ ଚୋରି ହେଲା ୭୦ ୟୁନିଟ ପ୍ଲାଜମା

ଜୟପୁର,୬।୫: ରାଜଧାନୀ ଜୟପୁରରେ ଅବସ୍ଥିତ ଜେ.କେ ଲନ ହସ୍ପିଟାଲରୁ ୭୦ ୟୁନିଟ ପ୍ଲାଜମା ଚୋରି ହୋଇଛି। ପ୍ଲାଜମା ଚୋରି ଘଟଣା ସାମ୍ନାକୁ ଆସିବା ମାତ୍ରେ ଡାକ୍ତରଖାନା...

ଗୋଟିଏ ଭୋଟର ମୂଲ୍ୟ ତୁମେ କ’ଣ ବୁଝିବ ବାବୁ! ଭୋଟ ଦେବାକୁ କାଲିଫର୍ନିଆରୁ ବିହାର ପହଞ୍ଚିଲେ ଦମ୍ପତି

ବୈଶାଳି,୬।୫: ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭୋଟର ମହତ୍ତ୍ୱ କ’ଣ। ଯଦି ଆପଣ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଚାହାଁନ୍ତି ତେବେ ଆପଣଙ୍କୁ ବିହାରର ଏକ...

ପୁଞ୍ଚ ଆକ୍ରମଣରେ ସାମିଲ ପାକିସ୍ତାନୀ ଆତଙ୍କବାଦୀଙ୍କ ସ୍କେଚ ଜାରି

ଶ୍ରୀନଗର,୬।୫: ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ଅନ୍ତର୍ଗତ ଭାରତୀୟ ବାୟୁସେନା କନଭେନ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଦୁଇ ଆତଙ୍କବାଦୀଙ୍କ ଉପରେ ୨୦ ଲକ୍ଷ...

ପାକ କରିବ ଆଟମ ବମ ବର୍ଷା, ରାଜନାଥଙ୍କ ବୟାନ ପରେ ଏମିତି କହିଲେ ଫାରୁକ

ନୂଆଦିଲ୍ଲୀ,୬।୫: ଭାରତ ସହିତ କଶ୍ମୀର ଦଖଲ କରିଥିବା ପାକିସ୍ତାନର ଏକୀକରଣକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ବିବୃତ୍ତି ଉପରେ ପ୍ରତିକ୍ରିୟା ପ୍ରକାଶ କରି ଜମ୍ମୁ...

ବଲ ଭାବି ଉଠାଇ ନେଲେ ବୋମା, ବିସ୍ଫୋରଣରେ ଜଣେ ଶିଶୁ ମୃତ, ୩ ଆହତ

କୋଲକାତା,୬।୫: ସୋମବାର ପଶ୍ଚିମବଙ୍ଗର ହୁଗଲିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ହୁଗୁଲିର ପାଣ୍ଡୁଆରେ ହୋଇଥିବା ବିସ୍ଫୋରଣରେ ଜଣେ ଶିଶୁଙ୍କର ମତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ତିନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri