ଆମପାଣି ବୁଢ଼ାରଜା ମନ୍ଦିରକୁ ସନ୍ଧ୍ୟା ନଇଁଲେ ଆସୁଛି ଭାଲୁ

କୋକସରା, ୨୫।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲାର ସୀମାନ୍ତ କୋକସରା ବ୍ଲକ ଆମପାଣି ଘାଟି ତଳେ ପୂଜା ପାଉଛନ୍ତି ଆଦିବାସୀ ଜନମାନସର ଆରାଧ୍ୟ ଦେବତା ପ୍ରଭୁ ବୁଢ଼ାରଜା। ସାହାଜଖୋଲ ଜଙ୍ଗଲ ପାଦଦେଶରେ ପ୍ରଭୁ ବୁଢ଼ାରଜାଙ୍କ ମନ୍ଦିର ରହିଛି। ଆଜିକୁ କିଛିଦିନ ହେବ ସନ୍ଧ୍ୟା ନଇଁଲେ ପାଖ ଜଙ୍ଗଲରୁ ଗୋଟିଏ ଭାଲୁ ମନ୍ଦିର ପରିସରକୁ ଆସୁଥିବା ଦେଖିବାକୁ ମିଳୁଛି । ଭାଲୁଟି ଆସି ମନ୍ଦିର ବେଡାରେ ଭକ୍ତ ଚଢାଇଥିବା ନଡ଼ିଆ ଓ ଅନ୍ୟ ଫଳମୂଳ ଖାଇ ପୁଣି ଥରେ ରାତିରେ ଜଙ୍ଗଲକୁ ଫେରୁଛି। ଏହି ଘଟଣା ପରେ ସନ୍ଧ୍ୟା ହେଲେ ମନ୍ଦିର ଅଞ୍ଚଳରେ ଲୋକଙ୍କ ଯାତାୟତ ବନ୍ଦ ରହୁଥିବା ଦେଖିବାକୁ ମିଳୁଛି। ପୂର୍ବରୁ ମଧ୍ୟ ଏହି ଅଞ୍ଚଳରେ ଭାଲୁ ଦେଖିବାକୁ ମିଳିଥିଲା। ତେବେ ନିୟମିତ ଭାବେ ଏହି ଭାଲୁ ମନ୍ଦିରକୁ ଆସୁଥିବା ସ୍ଥାନୀୟ ଲୋକେ କହିଛନ୍ତି। ତେବେ ଭାଲୁ ହିଂସ୍ର ଜନ୍ତୁ ହୋଇଥିଲେ ସୁଦ୍ଧା କାହାକୁ କିଛି କ୍ଷତି କରୁନାହିଁ। ନିଜେ ଆସି ଖାଦ୍ୟ ଗ୍ରହଣ କରି ନିଜେ ପୁଣି ଜଙ୍ଗଲ ମୁହାଁ ହେଉଛି । ତେବେ ଭାଲୁ ଆସୁଥିବା କାରଣରୁ ସନ୍ଧ୍ୟା ହେଲେ ଲୋକେ ଭୟଭୀତ ରହୁଥିବା ଜଣାପଡିଛି । ସ୍ଥାନୀୟ ଜଙ୍ଗଲ ବିଭାଗ କର୍ମଚାରୀଙ୍କୁ ଏ ନେଇ ଯୋଗାଯୋଗ କରିଥିଲେ ମଧ୍ୟ ସେମାନଙ୍କ ପ୍ରତିକ୍ରିୟା ମିଳିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ...

କାମ ଦେଲାନି ଚାପ, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି...

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଅଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

ମାରାଥନ ପ୍ରଚାର କଲେ ବିଧାନସଭା ପ୍ରାର୍ଥିନୀ ଲଳିତା ନାଏକ

କେସିଙ୍ଗା,୨ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩ଟି ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ ଗୁରୁବାର ମାରାଥନ ପ୍ରଚାର କରିଛନ୍ତି।...

ଦେବଗଡ଼ ପ୍ରାର୍ଥୀ ବଦଳାଇଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌…

ଭୁବନେଶ୍ୱର,୨।୫: ଦେବଗଡ଼ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀ ବଦଳାଇଛି ବିଜୁ ଜନତା ଦଳ(ବିଜେଡି)। ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ଦଳ ପ୍ରାର୍ଥୀ କରିଛି। ସେ ଅରୁନ୍ଧତୀ ଦେବୀଙ୍କ...

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ...

୩ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଜାଣନ୍ତୁ କାହାକୁ କେଉଁଠୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ତା’ର ବାକି ଥିବା ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri