ବ୍ରିଟେନ୍‌ ଫେରନ୍ତା ୪ବର୍ଷ ଶିଶୁକନ୍ୟା ପଜିଟିଭ

ଭୁବନେଶ୍ୱର, ୨୬ା୧୨(ବ୍ୟୁରୋ): ବ୍ରିଟେନ୍‌ରୁ ଓଡ଼ିଶା ଫେରିଥିବା ଜଣେ ୪ବର୍ଷର ଶିଶୁକନ୍ୟା କୋଭିଡ୍‌ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ସମ୍ପର୍କରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଶୁକ୍ରବାର ସୂଚନା ଦିଆଯିବା ପରେ ସହରରେ ଆତଙ୍କ ଖେଳିଯାଇଛି। ତେବେ ଆକ୍ରାନ୍ତ ଶିଶୁଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱରସ୍ଥିତ ସରକାରୀ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କଠାରେ କୋଭିଡ୍‌ ଭୂତାଣୁର ନୂଆ ଷ୍ଟ୍ରେନ୍‌ ଅଛି କି ନାହିଁ ତାହା ଜାଣିବାକୁ ସ୍ବାବ୍‌ ପରୀକ୍ଷା ପାଇଁ ପୁଣେସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଭାଇରୋଲୋଜିକୁ ପଠାଯାଇଛି। ଗତ ୨୦ ତାରିଖରେ ଆକ୍ରାନ୍ତ ଶିଶୁ ପରିବାର ସହ ଓଡ଼ିଶାରେ ପହଞ୍ଚତ୍ଥିଲେ। ବର୍ତ୍ତମାନ ତାଙ୍କ ପରିବାର ଭୁବନେଶ୍ୱରର ଦକ୍ଷିଣ-ପୂର୍ବ ଜୋନ୍‌ରେ ରହୁଥିବାବେଳେ ମା’ ଓ ବାପାଙ୍କ ସ୍ବାବ୍‌ ନମୁନା ନେଗେଟିଭ ଆସିଛି। ଏହା ପୂର୍ବରୁ ଅର୍ଥାତ୍‌ ବୁଧବାର ଭୁବନେଶ୍ୱରର ୩୪ ବର୍ଷୀୟ ବ୍ରିଟେନ୍‌ ଫେରନ୍ତା ପଜିଟିଭ ଚିହ୍ନଟ ହେବା ପରେ ତାଙ୍କୁ କୋଭିଡ୍‌ ହସ୍ପିଟାଲରେ ରଖାଯାଇ ଚିକିତ୍ସା କରାଯାଉଛି। ୧୪ ଦିନ ଭିତରେ ଆସିଥିବା ବ୍ରିଟେନ୍‌ ଫେରନ୍ତାଙ୍କ ମଧ୍ୟରେ ସେ ପ୍ରଥମ ଆକ୍ରାନ୍ତ ଥିଲେ। ଅନ୍ୟମାନଙ୍କୁ ଚିହ୍ନଟ ପାଇଁ କଣ୍ଟାକ୍ଟ ଟ୍ରେସିଙ୍ଗ୍‌ ଜାରି ରହିଥିବାବେଳେ ସଂସ୍ପର୍ଶରେ ଆସିଥିବା ସମସ୍ତ ଲୋକଙ୍କ ସ୍ବାବ୍‌ ସଂଗ୍ରହ କରାଯାଉଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।
ବ୍ରିଟେନ୍‌ରେ ଏବେ କରୋନା ଭୂତାଣୁର ନୂଆ ଷ୍ଟ୍ରେନ୍‌ ଭୟଙ୍କର ରୂପ ନେଉଥିବାରୁ କେନ୍ଦ୍ର ସରକାରଙ୍କ ସତର୍କତା ପରେ ରାଜ୍ୟ ସରକାର ଏହାକୁ ଗୁରୁତ୍ୱର ସହ ଗ୍ରହଣ କରି ତ୍ୱରିତ ପଦକ୍ଷେପ ଆରମ୍ଭ କରିଛନ୍ତି। ଗତ ୧୪ ଦିନରେ ବ୍ରିଟେନ୍‌ରୁ ଓଡ଼ିଶା ଫେରିଥିବା ୪୩ ଜଣଙ୍କ ବିବରଣୀ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଦେଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫ ପୁରୁଷ ଓ ୮ଜଣ ମହିଳା ରହିଛନ୍ତି। ଭୁବନେଶ୍ୱରରୁ ସର୍ବାଧିକ ୨୧ଜଣ ବ୍ରିଟେନ୍‌ ଫେରନ୍ତା ରହିଥିବାବେଳେ କଟକରୁ ୫, କୋରାପୁଟ ୩, ବ୍ରହ୍ମପୁର ୩, ନୟାଗଡ଼ ଓ ନବରଙ୍ଗପୁରରୁ ୨ଜଣ ଲେଖାଏ ରହିଛନ୍ତି। ସେହିପରି କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ସମ୍ବଲପୁର, ଖୋର୍ଦ୍ଧା, ପୁରୀ, ଯାଜପୁର ଓ ବଲାଙ୍ଗୀରରୁ ଜଣେ ଲେଖାଏ ବ୍ରିଟେନ୍‌ ଫେରନ୍ତା ଥିବା ସୂଚନା ଦିଆଯାଇଛି। ତେବେ ଭୁବନେଶ୍ୱରରେ ସବୁଠାରୁ ଅଧିକ ବ୍ରିଟେନ୍‌ ଫେରନ୍ତା ଥିବାରୁ ଜାରି ନୂଆ ଗାଇଡ୍‌ଲାଇନ୍‌ ଅନୁସାରେ ବିଏମ୍‌ସି ପକ୍ଷରୁ ଆର୍‌ଟି-ପିସିଆର୍‌ ଟେଷ୍ଟ ସହ କଣ୍ଟାକ୍ଟ ଟ୍ରେସିଂ ଓ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି। ସେହିଭଳି ବିମାନ ବନ୍ଦରରେ ଯାଞ୍ଚକୁ କଡ଼ାକଡ଼ି କରାଯାଇଛି। ସ୍କ୍ରିନିଂ ସହ ଆବଶ୍ୟକ ହେଲେ ଆର୍‌ଟି-ପିସିଆର୍‌ ଟେଷ୍ଟ ମଧ୍ୟ କରାଯାଉଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri