ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ପରେ ବି ଅବହେଳା

ଖଣ୍ଡପଡ଼ା,୨୬ା୧୨(ଡି.ଏନ.ଏ.): ଗତ ୪ ବର୍ଷ ତଳେ ନୟାଗଡ଼ ଜିଲା କୋସକା ପଞ୍ଚାୟତସ୍ଥିତ ଯୋଗୀଯୋଗିଆଣୀ ବୌଦ୍ଧ ପୀଠକୁ ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ପ୍ରଦାନ କରିଥିଲେ। ଏହି ପୀଠର ଉନ୍ନତି ତଥା ପର୍ଯ୍ୟଟକଙ୍କ ସୁବିଧା ପାଇଁ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି ଲୋକେ ଆଶା ବାନ୍ଧି ଥିଲେ। ହେଲେ ଆଜି ପର୍ଯ୍ୟନ୍ତ ସେହି ପୀଠ ଅବହେଳିତ ଭାବେ ପଡିରହିଛି। ଏହି ପୀଠକୁ ଆସୁଥିବା ପର୍ଯ୍ୟଟକମାନଙ୍କ ସୁବିଧା ଓ ସୁରକ୍ଷା ପାଇଁ ପର୍ଯ୍ୟଟନ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି।

ଖଣ୍ଡପଡା ବ୍ଲକ ଅଧୀନ ଆଦିବାସୀ ବହୁଳ କୋସକା ପଞ୍ଚାୟତର ଯୋଗୀଯୋଗିଆଣୀ ପୀଠ ନୟାଗଡ଼ ଜିଲାର ଏକମାତ୍ର ବୌଦ୍ଧ ସ୍ଥଳ। ଅଁଳାପଟା ମୌଜା ନିକଟ ଘଞ୍ଚ ଜଙ୍ଗଲ ତଥା ପାହାଡ଼ ପାଦଦେଶରେ କାହିଁ କେଉଁ ଦିନରୁ ପୂଜା ପାଉଛନ୍ତି ଖ୍ରୀଷ୍ଟୀୟ ୯ମ, ୧୦ମ ଶତାବ୍ଦୀର ୪ ବୁଦ୍ଧ ମୂର୍ତ୍ତି। ପୀଠ ନିକଟରେ ବହି ଯାଉଛି ଝରଣା। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ପୀଠ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ଏହାକୁ ଆଖି ଆଗରେ ରଖି ୨୦୧୮ରେ ପାହାଡ଼ ପାଦଦେଶରେ ଏକ କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ତତ୍କାଳୀନ ବିଧାୟକ ଅନୁଭବ ପଟ୍ଟନାୟକ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏଥିପାଇଁ ୩୫ ଲକ୍ଷ ଟଙ୍କା ଖର୍ଚ୍ଚ ହେବ ବୋଲି ବ୍ୟୟ ଅଟକଳ କରାଯାଇଥିଲା। ତତ୍କାଳୀନ ଜିଲାପାଳ ଡ. ଏନ୍‌ ତିରୁମାଲା ନାୟକ ମଧ୍ୟ ଭିତ୍ତିପ୍ରସ୍ତର ସ୍ଥାପନ ବେଳେ ଉପସ୍ଥିତ ଥିଲେ। ମାତ୍ର ପ୍ରଶାସନିକ ଉଦାସୀନତା ଯୋଗୁ ସେହି କାମ ଛାତ ପତନ ପର୍ଯ୍ୟନ୍ତ ହେବା ପରେ ବନ୍ଦ ହୋଇ ପଡିରହିଛି।

ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବା ପାଇଁ ଅଧିକାଂଶ ପର୍ଯ୍ୟଟକ ଯୋଗୀଯୋଗିଆଣୀ ପୀଠରେ ରହିବାକୁ ଇଚ୍ଛା ପ୍ରକାଶ କରିଥାନ୍ତି। ଏଥିସହିତ ବହୁ ଚଳଚ୍ଚିତ୍ର ପ୍ରଯୋଜକ ସେଠାକୁ ଶୁଟିଂ ପାଇଁ ଆସିଥାନ୍ତି। ବର୍ଷର ବିଭିନ୍ନ ସମୟରେ ସେଠାରେ ବଣଭୋଜି, ପିକ୍‌ନିକ୍‌ର ଆୟୋଜନ କରାଯାଇଥାଏ। ମାତ୍ର ସେଠାରେ ରହିବାର ବ୍ୟବସ୍ଥା ନ ଥିବାରୁ ପର୍ଯ୍ୟଟକମାନେ ସନ୍ଧ୍ୟା ପୂର୍ବରୁ ଫେରିବାକୁ ବାଧ୍ୟ ହୋଇଥାନ୍ତି। ଉକ୍ତ ପୀଠରେ ଏକ ହାଇମାଷ୍ଟ ଲାଇଟ ବ୍ୟବସ୍ଥା କରିବା ସହ ଝରଣା ଜଳକୁ ଚେକ୍‌ ଡ୍ୟାମ୍‌ ମାଧ୍ୟମରେ ଅଟକାଯାଇ ସ୍ନାନ ଶୌଚାଦି କାର୍ଯ୍ୟ ପାଇଁ ସୁବିଧା କରାଗଲେ ପର୍ଯ୍ୟଟକମାନେ ଉପକୃତ ହୋଇପାରିବେ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଏଥିସହିତ ଚେକ୍‌ ଡ୍ୟାମ୍‌ର ବଳକା ପାଣିକୁ ନିମ୍ନ ଭାଗରେ ଥିବା ଜମିରେ ବ୍ୟବହାର କରାଯାଇ ଚାଷ କାମ କରିହେବ ବୋଲି ଯୋଗୀଯୋଗିଆଣୀ ବୌଦ୍ଧ ପୀଠ ଉନ୍ନୟନ ପରିଷଦର ସଭାପତି କୈଳାସ ଚନ୍ଦ୍ର ପଣ୍ଡା ଓ କୋସକା ସରପଞ୍ଚ କୃଷ୍ଣଚନ୍ଦ୍ର ସାହୁ ପ୍ରକାଶ କରିଛନ୍ତି। ସରପଞ୍ଚ ସାହୁ କୁହନ୍ତି, ଉକ୍ତ ପୀଠର ବିକାଶର ଆବଶ୍ୟକତା ରହିଛି। ପର୍ଯ୍ୟଟକମାନଙ୍କ ରହଣି ପାଇଁ ସରକାରଙ୍କ ପକ୍ଷରୁ ଘରର ବ୍ୟବସ୍ଥା କରାଯିବା ସହ ଅଧିକ ଆଲୋକୀକରଣ କରାଯାଉ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri