ଫାର୍ମହାଉସରେ ପଶି କଦଳୀଗଛ ଭାଙ୍ଗିଲେ ହାତୀପଲ

ଚିତ୍ରଡ଼ା,୨୭।୧୨ (ଡି.ଏନ.ଏ)-ହାତୀ ଉପଦ୍ରବ ଥମିବାର ନଁା ଧରୁନି। ଗୋଟେ ହାତୀପଲ ଗଲା ବେଳକୁ ଆଉ ଗୋଟେ ହାତୀପଲ ପ୍ରବେଶ କରି ଚାଷୀମାନଙ୍କୁ ବାରମ୍ବାର ହଇରାଣ କରୁଛନ୍ତି। ହାତୀପଲଙ୍କ ଯୋଗୁ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ରହୁଛନ୍ତି। ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଜାରି ରହିଛି। ଶୁକ୍ରବାର ବିଳମ୍ବିତ ରାତିରେ ବେତନଟୀ ରେଞ୍ଜ ଅଧୀନ ଦୁର୍ଗାପୁର ପଞ୍ଚାୟତ ଦୁର୍ଗାପୁର ଗ୍ରାମର ଅବସରପ୍ରାପ୍ତ ସବ୍‌ଇନ୍ସପେକ୍ଟର ଭଗବାନ ଜେନାଙ୍କ ଫାର୍ମ ହାଉସରେ ୮ ହାତୀ ପଶି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ କରିଥିବା ଦେଖିବାକୁ ମିଳିଛି। ତାଙ୍କ ଘର ପଛ ବାଡ଼ି ପ୍ରାୟ ୭ ଏକର ଜମିରେ ଫାର୍ମ ହାଉସ ପରିସରରେ ଥିବା କଦଳୀ, ସପୁରି ଓ ଖମ୍ବା ଆଳୁ ଆଦି ଗଛ ନଷ୍ଟ କରି ଦେଇଛନ୍ତି। ଏହାଛଡ଼ା ଫାର୍ମହାଉସର ଚତୁଃପାର୍ଶ୍ୱରେ ଥିବା ତାରବାଡ଼ ଓ ୬୫ଟି ସିମେଣ୍ଟ ଖୁଣ୍ଟ ନଷ୍ଟ କରିଛନ୍ତି। ଅବସରପ୍ରାପ୍ତ ସବ୍‌ଇନ୍ସପେକ୍ଟର ଜେନା ଏ ସମ୍ପର୍କରେ ଫରେଷ୍ଟ ଅଧିକାରୀଙ୍କୁ ଜଣାଇବା ପରେ ହାତୀମାନଙ୍କୁ ଘଉଡ଼ାଇଥିଲେ ମଧ୍ୟ ପୁଣି ୨ ହାତୀ ଆସି ଫାର୍ମହାଉସ ନଷ୍ଟ କରିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ମାଡ଼ି ଚାଲିଛି ଶିମିଳିପାଳ ନିଆଁ

ବାରିପଦା,୩ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ପାରଦ ସୀମା ଲଂଘୁଥିବା ବେଳେ ଅଣାୟତ୍ତ ହୋଇପଡ଼ିଛି ଶିମିଳିପାଳ ନିଆଁ। ପ୍ରତିଦିନ ଶିମିଳିପାଳ ଅଭୟାରଣ୍ୟର ଉତ୍ତର ଓ ଦକ୍ଷିଣ...

ବିଜେଡିରୁ ସବୁ ସମ୍ପର୍କ ଛିନ୍ନ କଲେ ପୂର୍ବତନ ବିଧାୟକ

ଠାକୁରମୁଣ୍ଡା,୩୦।୪(ତାରାକାନ୍ତ ପଟ୍ଟନାୟକ): ମୟୁରଭଞ୍ଜ ଜିଲା କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଟିକେଟ ଆଶାୟୀ ଥିବା ପୂର୍ବତନ ବିଧାୟକ ବିଜୟ କୁମାର ନାଏକ ବିଜେଡିରୁ ଇସ୍ତଫା ଦେବା...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ମୋରଡ଼ା ନିର୍ବାଚନମଣ୍ଡଳୀରେ କଂଗ୍ରେସର ଘନଘନ ବୈଠକ, ମିଶ୍ରଣ ପର୍ବ

ମୋରଡ଼ା,୨୭ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକମାତ୍ର ଅଣସଂରକ୍ଷିତ ନିର୍ବାଚନମଣ୍ଡଳୀ ମୋରଡ଼ା ନିର୍ବାଚନମଣ୍ଡଳୀ ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସମସ୍ତ ରାଜନୈତିକ ଦଳ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri