ମହିଳା ସଂରକ୍ଷଣକୁ ଜୋର୍‌

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ପାର୍ଲାମେଣ୍ଟ ଓ ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦେବା ପାଇଁ ବିଜୁ ଜନତା ଦଳ (ବିଜେଡି) ସ୍ବରକୁ ଆହୁରି ଜୋର୍‌ଦାର କରିବ। ଲୋକ ସଭା, ରାଜ୍ୟ ସଭା ଏବଂ ବିଧାନସଭାର ପ୍ରତି ଅଧିବେଶନରେ ବିଜେଡି ମହିଳା ସଂରକ୍ଷଣ ବିଷୟ ଜାତୀୟ ଦଳଙ୍କୁ ମନେପକାଇ ଦେବ। ପ୍ରତ୍ୟେକ ପ୍ଲାଟଫର୍ମରେ ଏ ବିଷୟ ଉଠାଯିବ। ମହିଳାମାନଙ୍କୁ ସେମାନଙ୍କ ହକ୍‌ ମିଳିବା ପର୍ଯ୍ୟନ୍ତ ଦଳ ଉଭୟ ରାଜ୍ୟ ଓ ଜାତୀୟ ସ୍ତରରେ ଲଢେଇ ଜାରି ରଖିବ। ଶନିବାର ରାଜ୍ୟ ମୁଖ୍ୟାଳୟଠାରେ ଅନୁଷ୍ଠିତ ବିଜେଡିର ୨୪ତମ ପ୍ରତିଷ୍ଠା ଦିବସରେ ମୁଖ୍ୟଅତିଥି ଭାବେ ଯୋଗଦେଇ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନିର୍ବାଚନ ଆସିଗଲେ ଜାତୀୟ ଦଳଗୁଡିକ ସେମାନଙ୍କ ଇସ୍ତାହାରରେ ମହିଳା ସଂରକ୍ଷଣ ବିଷୟରେ ବଡ଼ବଡ଼ କଥା କହୁଛନ୍ତି। କିନ୍ତୁ ନିର୍ବାଚନ ସରିଗଲେ ଆରାମରେ ସେକଥା ଭୁଲି ଯାଉଛନ୍ତି। ଆମେ କେବେ ଆମ ଜନସଂଖ୍ୟାର ଅଧାଲୋକଙ୍କୁ ସେମାନଙ୍କ ଅଧିକାରରୁ ବଞ୍ଚିତ କରିପାରିବୁ ନାହିଁ। ମହିଳାମାନେ ଦେଶର ରାଜନୈତିକ କ୍ଷେତ୍ରରେ ସେମାନଙ୍କର ନ୍ୟାଯ୍ୟ ଅଧିକାର ପାଇବାକୁ ହକ୍‌ଦାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମହିଳା ସଶକ୍ତୀକରଣ ହେଉଛି ମୋର ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ। ମା’ ଆଗେଇଲେ ଦେଶ ଆଗେଇବ, ସମାଜ ଆଗେଇବ। ବିଜୁବାବୁଙ୍କ ପଂକ୍ତିକୁ ଉଦ୍ଧାର କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଜୁବାବୁ କହୁଥିଲେ, ”ମୁଁ ନିଶ୍ଚିତ ଯେ ଦକ୍ଷତାର ସହ ଘର ଚଳାଉଥିବା ମା’ ଓ ଭଉଣୀମାନେ ପଞ୍ଚାୟତ ସମିତି ଓ ଜିଲାପରିଷଦକୁ ସମାନ ଦକ୍ଷତାରେ ଚଲାଇ ପାରିବେ।“ ମା’ମାନେ ହେଉଛନ୍ତି ସମାଜ ଚକର ଅଖ। ସେମାନଙ୍କ ବିନା ପ୍ରଗତିର ରଥ ଗଡ଼ିବ ନାହିଁ। ଭାରତର ସବୁ ମହିଳାଙ୍କ ନିକଟରେ ଏହି ଆହ୍ବାନ ପହଞ୍ଚାଇବୁ। ଗାଁ ଗାଁରେ ଘରେ ଘରେ ମା’ମାନଙ୍କୁ ସଚେତନ କରାଇବୁ ଓ ଏହାକୁ ଏକ ଆନ୍ଦୋଳନର ରୂପ ଦେବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

୧୯୯୨ରେ ବିଜୁବାବୁ ମହିଳାଙ୍କ ପାଇଁ ପଞ୍ଚାୟତ, ପୌର ପରିଷଦ ଏବଂ ସରକାରୀ ଚାକିରିରେ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ କରି ସାରା ଦେଶରେ ଇତିହାସ ସୃଷ୍ଟି କରିଥିଲେ। ବିଜୁବାବୁଙ୍କ ଆଦର୍ଶରେ ଚାଲିଥିବା ଆମ ସରକାର ପଞ୍ଚାୟତ ଓ ପୌର ପରିଷଦରେ ମା’ମାନଙ୍କ ପାଇଁ ୫୦ ପ୍ରତିଶତ ସଂରକ୍ଷଣ କରିଛନ୍ତି। କେବଳ ସେତିକି ନୁହେଁ, ବିଜୁ ଜନତା ଦଳ ପାର୍ଲାମେଣ୍ଟ ଓ ବିଧାନସଭାରେ ମହିଳାମାନଙ୍କୁ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ ଦେବାକୁ ଲଢେଇ କରୁଛି। ଆମେ କଥାରେ ନୁହେଁ, କାମରେ ବିଶ୍ୱାସ କରୁ। ବିଜେଡି ଦେଶର ଏକମାତ୍ର ଦଳ, ଯିଏ କି ୨୦୧୯ ସାଧାରଣ ନିର୍ବାଚନରେ ୩୩ ପ୍ରତିଶତ ମହିଳାଙ୍କୁ ଟିକେଟ ଦେଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସମାଜରେ ନାରୀର ଗୁରୁତ୍ୱ କେତେ ତାହା ଆମ ଲକ୍ଷ୍ମୀ ପୁରାଣ ହିଁ କହିଥାଏ। ନିଜେ ମହାପ୍ରଭୁ ମଧ୍ୟ ଏହା ସ୍ବୀକାର କରିଛନ୍ତି। ଓଡ଼ିଶାରେ ୮୦ ଲକ୍ଷ ମହିଳା ମିଶନ ଶକ୍ତି ଆନ୍ଦୋଳନରେ ସାମିଲ ହେଲେଣି। ସେମାନେ ବିଭିନ୍ନ କ୍ଷେତ୍ରରେ ଯେପରି ଦକ୍ଷତାର ସହ ସେମାନଙ୍କ ଦାୟିତ୍ୱ ତୁଲାଉଛନ୍ତି ନ ଦେଖିଲେ ବିଶ୍ୱାସ କରିହେବ ନାହିଁ। ମହିଳାମାନେ ସଶକ୍ତ ହେଲେ ଦେଶ ସଶକ୍ତ ହେବ। କୌଣସି ଘର, ସମାଜ, ରାଜ୍ୟ କିମ୍ବା ଦେଶ ମହିଳା ସଶକ୍ତ ବିନା ଆଗକୁ ଯାଇପାରିବ ନାହିଁ। ଯଦି ଆମକୁ ଆଗୁଆ ଦେଶଗୁଡ଼ିକ ସହ ପ୍ରତିଦ୍ୱନ୍ଦ୍ୱିତା କରିବାର ଅଛି ତେବେ ମା’ମାନଙ୍କୁ ସେମାନଙ୍କର ହକ୍‌ ଦେବାକୁ ହେବ। ଏ ଦିଗରେ ବିଜେଡି ସବୁ ବେଳେ ଆଗରେ ରହିଛି ଏବଂ ରହିବ।

ବିଜୁବାବୁଙ୍କ ଆଦର୍ଶକୁ ନେଇ ଗଠିତ ସାଢ଼େ ୪ କୋଟି ଓଡ଼ିଆଙ୍କ ପ୍ରିୟ ଦଳ ବିଜେଡି ଓଡ଼ିଶାବାସୀଙ୍କ ବିଶ୍ୱାସ ଓ ଲକ୍ଷ ଲକ୍ଷ କର୍ମୀ ଭଉଣୀଭାଇଙ୍କ ପରିଶ୍ରମ ଯୋଗୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି। ମା’ମାନେ ହେଉଛନ୍ତି ଏହି ସାମାଜିକ ଆନ୍ଦୋଳନର ଆତ୍ମା। ଏକ ସଶକ୍ତ ମହିଳା ସମାଜ ହିଁ ଏକ ସଶକ୍ତ ଓଡ଼ିଶା ଗଠନ କରି ପାରିବ। ଏହି ସାମାଜିକ ଆନ୍ଦୋଳନରେ ସାମିଲ ହେବା ପାଇଁ ନବୀନ ମହିଳାମାନଙ୍କୁ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri