Posted inRasifala

ରାଶିଫଳ: ସୋମବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ
ଆଜିର ରାହୁ ଯୁକ୍ତ ଚନ୍ଦ୍ର ଧନସ୍ଥାନରେ ଧନହାନି ସହ କଳହକୁ ନିମନ୍ତ୍ରଣ କରିବ । ନିଜର ସମ୍ପର୍କୀୟ ମାନଙ୍କ ଦ୍ୱାରା କୌଣସି ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି । ବନ୍ଧୁ ଦେଇଥିବା ପ୍ରତିଶ୍ରୁତି ଉପରେ ପୂର୍ଣ୍ଣ ଭରସା କରି ମନସ୍ତାପ କରିବାକୁ ପଡିପାରେ । ଶାରୀରିକ ଓ ମାନସିକ ସୁସ୍ଥତା ପ୍ରାୟତଃ ପୂର୍ବଭଳି ଅକ୍ଷୁଣ୍ଣ ରହିବ ।
ବୃଷ
ବୃଷ
ଆର୍ଥିକ ଦିଗଟି ଭଲ ରହିବ, ମଧୁର ବ୍ୟବହାର ଦ୍ୱାରା ଅନ୍ୟମାନଙ୍କୁ ଆପ୍ୟାୟିତ କରିବେ । କିନ୍ତୁ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ ରହିଯାଇଥିବା କାର୍ଯ୍ୟ ସକାଶେ ଅନୁତାପ କରିବେ । ସ୍ବାର୍ଥ ହାସଲ ସକାଶେ ନିକଟରେ ରହୁଥିବା କୌଣସି ବିଜାତୀୟ ବ୍ୟକ୍ତି ଆପଣଙ୍କୁ ଅସୁବିଧାରେ ପକାଇପାରନ୍ତି । ଆନୁଷ୍ଠାନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ ।
ମିଥୁନ
ମିଥୁନ
ଅନ୍ୟମାନଙ୍କ ମନକୁ ସୁହାଇଲା ଭଳି ମଧୁର କଥାକହି କୌଣସି ନୂତନ କାମ ଆରମ୍ଭ କରି ଖୁସି ରହିବେ । ମାତ୍ର କର୍ମକ୍ଷେତ୍ର ପ୍ରତି ଉଦାସୀନ ହେତୁ ସମସ୍ୟା ବଢିପାରେ । କେତେକ କ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇ ବିଚଳିତ ରହିପାରନ୍ତି। ଆକସ୍ମିକ ଭାବରେ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
କର୍କଟ
କର୍କଟ
ସ୍ବାସ୍ଥ୍ୟ ସମସ୍ୟା କ୍ରମଶଃ ସୁଧୁରିବା ହେତୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ । କିନ୍ତୁ କେତେକ କ୍ଷେତ୍ରରେ ଅସଫଳତାଜନିତ ଅତ୍ୟଧିକ ଟେନସନ ହେତୁ ରକ୍ତଚାପ ମଧ୍ୟ ବଢ଼ିପାରେ । ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି । ସ୍ଥଗିତ କାର୍ଯ୍ୟ ହାସଲ କରିବା ସକାଶେ ଅନ୍ୟ ଉପରେ ନିର୍ଭରଶୀଳ ହୋଇପାରନ୍ତି ।
ସି˚ହ
ସି˚ହ
ଅସ୍ଥିରତା ଦୂରୀଭୂତ ହୋଇଯିବ ଏବଂ ଏହା ସଙ୍ଗକୁ ଆଜି ସୁବିଧା ଓ ସହଜରେ କାମ ହାସଲ କରିବେ ।
ଖଳ ଲୋକଙ୍କ କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବ୍ୟବସାୟରେ ଆଖିଦୃଷ୍ଟିଆ ସଫଳତା ହାସଲ କରିପାରିବେ ନାହିଁ । ଲକ୍ଷ୍ୟସାଧନ ଉଦ୍ଦେଶ୍ୟରେ ଆଜିର ଫେରିବା ବାଟରେ ବନ୍ଧୁଙ୍କୁ ଭେଟିପାରନ୍ତି ।
କନ୍ୟା
ପରିସ୍ଥିତିରେ ପଡି ମନ କଥା ମନ ଭିତରେ ରଖି ଓ ନିଜ କାମ ପଛରେ ପକାଇ ପର ପାଇଁ ନିଜେ ହଇରାଣରେ ପଡିପାରନ୍ତି । କର୍ମକ୍ଷେତ୍ରରେ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ପାଇବେ । ଆକସ୍ମିକ ଭାବେ ଗୁଡିଏ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ ।
ତୁଳା
ତୁଳା
ଆପଣ ଯାହା ଓ ଯେପରି ଚିନ୍ତା କରୁଛନ୍ତି ଠିକ୍ ସେପରି ହିଁ ହେବ କିନ୍ତୁ ସମୟକୁ ଅପେକ୍ଷା କରିବାକୁ ପଡିବ । ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତ୍ୟୁଷ ଯାତ୍ରା ସମୟରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ବନ୍ଧୁଙ୍କ ସାମ୍ନାରେ ମନର କଥାଟିକୁ ପ୍ରକାଶ କରିପାରିବେ ନାହିଁ ।
ବିଛା
ବିଛା
ପୂର୍ବ ପରିକଳ୍ପିତ ଯୋଜନାଗୁଡିକ ବିଗିଡି ଯିବାରୁ ମନ ଦୁଃଖ ହୋଇପାରେ । ବାରମ୍ବାର ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନି ହେଉଥିବା ଯୋଗୁଁ ମନ ଅଶାନ୍ତ ରହିବ । ତଥାପି ମଧ୍ୟାହ୍ନ ସମୟରେ ଦୀର୍ଘ ଦିନରୁ ଆଶା କରୁଥିବା ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ଆଜି କୌଶଳରେ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ।
ଧନୁ
ଧନୁ
ଅପରିଣାମଦର୍ଶିତା କାରଣରୁ କେତେକ ଗୋପନୀୟ କଥାକୁ ନେଇ ମନ ଅସ୍ଥିର ରହିବ । କୌଣସି ନିକଟତମ ବ୍ୟକ୍ତିଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ । ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବା ସକାଶେ ଚେଷ୍ଟା କରିପାରନ୍ତି। କଠିନଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ ।
ମକର
ମକର
ଆକସ୍ମିକଭାବରେ ଥଣ୍ଡାଜନିତ ସ୍ବାସ୍ଥ୍ୟ ସମସ୍ୟା ବଢିଯିବ । ବନ୍ଧୁଙ୍କ ସମ୍ମୁଖରେ ମନ କଥାକୁ ଲୁଚାଇ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିପାରନ୍ତି । ଘରୋଇ କ୍ଷେତ୍ରରେ ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି । ଆର୍ଥିକ ସ୍ଥିତି ସେତେଟା ଭଲ ରହିବ ନାହିଁ।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାରର ସମସ୍ୟା ମଧ୍ୟଦେଇ ଗତି କରୁଥିବାରୁ ପ୍ରଗତିର ପଥରୋଧ ହୋଇପାରେ । ପରିବାରରେ ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ । ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି । କ୍ରନିକ୍ ରୋଗ ପୀଡ଼ା ଯୋଗଁୁ ମନ ବିଚଳିତ ହୋଇପାରେ ।
ମୀନମୀନ
ହାତକୁ ନେଇଥିବା କାମଗୁଡିକ ସୁବିଧାରେ ହାସଲ କାରଣରୁ ଏକ ପ୍ରକାର ଆଶ୍ୱସ୍ତି ଅନୁଭବ କରିବେ । ଆନୁଷଙ୍ଗିକ ସୁବିଧା ସୁଯୋଗ ହେତୁ ନିର୍ମାଣ କାମ ତ୍ୱରାନ୍ବିତ ହେବ । ଦେହ ଭଲ ରହିବ ମାତ୍ର ଶ୍ରମଜନିତ କ୍ଲାନ୍ତିବୋଧ କରିବେ । ପାଖ ପଡୋଶୀଙ୍କ ଅଭିଯୋଗ ଅମୂଳକ ନୁହେଁ, ଏହାକୁ ଗୁରୁତ୍ୱର ସହ ବିଚାରକୁ ନେବା ଭଲ ହେବ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri