ଧାନ କିଣା ସମସ୍ୟାକୁ ନେଇ ରାସ୍ତାରୋକୋ

ବାରିପଦା ଅଫିସ,୨୯ା୧୨- ଧାନର ଅଭାବୀ ବିକ୍ରୀ ଓ ମଣ୍ଡିରେ ଧାନକିଣା ସମସ୍ୟାକୁ ନେଇ ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ସୋମବାର ମୟୂରଭଞ୍ଜ ଜିଲା ୧୮ ନଂ. ଜାତୀୟ ରାଜପଥର କୁଳିଅଣା ଛକଠାରେ ରାସ୍ତା ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଫଳରେ ଉକ୍ତ ରାସ୍ତାରେ ୨ଘଣ୍ଟା ଧରି ଯାନବାହନ ଚଳପ୍ରଚଳ ବନ୍ଦ ହୋଇଯାଇଥିଲା। ଉତ୍ତେଜନା ପ୍ରକାଶ ପାଇବାରୁ ଘଟଣାସ୍ଥଳରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ବିକ୍ଷୋଭକାରୀଙ୍କୁ ପୋଲିସ ଗିରଫ କରିବା ପରେ ପରିସ୍ଥିତି ସ୍ବାଭାବିକ ହୋଇଥିଲା। ସୂଚନା ଅନୁଯାୟୀ, ସଂଗଠନ ପକ୍ଷରୁ ଚାଷୀଙ୍କ ସମସ୍ୟାକୁ ନେଇ ପୂର୍ବରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶାନ୍ତିପୂର୍ଣ୍ଣ ଧାରଣା ଦିଆଯାଇଥିଲା। ଗ୍ରାମାଞ୍ଚଳରେ ଧାନ କୁଇଣ୍ଟାଲ ପିଛା ହଜାରେ/୧୨ଶହ ଟଙ୍କାରେ ବିକ୍ରୀ ବନ୍ଦ କରିବା, ଧାନମଣ୍ଡିରେ କୁଇଣ୍ଟାଲ ପିଛା ୫ରୁ ୧୦କିଲୋ ଧାନ କାଟଣି ବନ୍ଦ କରିବା, ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ସ୍ଥାପନ, ଚାଷୀଙ୍କୁ ଅଖା ଟଙ୍କା ଫେରସ୍ତ, ପ୍ରାକୃତିକ ବିପର୍ଯ୍ୟୟ କିମ୍ବା ଜଙ୍ଗଲ ଜନ୍ତୁଙ୍କ ଦ୍ୱାରା ଫସଲ ନଷ୍ଟର ଆକଳନ କରି ସଠିକ ଟଙ୍କା ପ୍ରଦାନ କରିବା ଆଦି ଦାବିଗୁଡ଼ିକ ସମ୍ପର୍କରେ ଜିଲାପାଳଙ୍କଠାରେ ଅଭିଯୋଗ କରିଥିଲେ ା ୭ଦିନ ମଧ୍ୟରେ ଚାଷୀଙ୍କ ସମସ୍ୟାର ସମାଧାନ କରିବାକୁ ପ୍ରଶାସନିକ ସ୍ତରରେ ଦିଆଯାଇଥିବା ପ୍ରତିଶ୍ରୁତି ପାଳନ କରାଯାଇ ନ ଥିବାରୁ ସଂଗଠନ ପକ୍ଷରୁ ରାସ୍ତା ଅବରୋଧ କରାଯାଇଥିଲା। ସଂଗଠନର ଚିନୁ ଦାସଙ୍କ ନେତୃତ୍ୱରେ ପ୍ରାଣବନ୍ଧୁ ପଲେଇ, ହରିଚନ୍ଦନ ଦାସ, ମଙ୍ଗଲ ଚନ୍ଦ୍ର ସିଂ, ଗୋବିନ୍ଦ ମାରାଣ୍ଡି, କାଶରାୟ ଟୁଡୁ, କୁନା ମାରାଣ୍ଡି, ପ୍ରହ୍ଲାଦ ନାଏକ, ରବୀନ୍ଦ୍ର କୋର, ଦେବେନ୍ଦ୍ର ନାଏକ, ଲକ୍ଷ୍ମଣ ନାଏକ ପ୍ରମୁଖ ବିକ୍ଷୋଭରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଛି ଗଛକଟା: ଉଦ୍‌ବେଗ ପ୍ରକାଶ କଲେ ପରିବେଶବିତ୍‌

ବାରିପଦା,୨୦ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ମୁଖ୍ୟାଳୟ ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅନେକ ହଜାର ଗଛ କଟାଯାଉଛି। ଏହାକୁ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri