Posted inଖେଳ

ବିଶ୍ୱରେକର୍ଡ ଭାଙ୍ଗିଦେଲେ ଏହି ଭାରତୀୟ କ୍ରିକେଟର୍‌

ମେଲବୋର୍ନ,୨୯।୧୨: ମେଲବୋର୍ନ ଟେଷ୍ଟରେ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତୀୟ ବୋଲରଙ୍କ ପ୍ରଦର୍ଶନ ଅତ୍ୟନ୍ତ ଭଲ ଥିଲା। ଭାରତୀୟ ବୋଲିଂ ଲାଇନଅପର ସମସ୍ତ ବୋଲର ନିଜର ଶ୍ରେଷ୍ଠ ପ୍ରଦର୍ଶନ କରିଥିଲେ। ଏହି ଟେଷ୍ଟରେ ରବିଚନ୍ଦ୍ରନ ଅଶ୍ୱିନ ଟିମ ଇଣ୍ଡିଆର ବୋଲିଂର ନେତୃତ୍ୱ ନେଇଥିଲେ। ଦଳର ସବୁଠାରୁ ଅଭିଜ୍ଞ ଖେଳାଳି ଅଶ୍ୱିନ ମେଲବୋର୍ନରେ ୫ ଉଇକେଟ ନେଇଛନ୍ତି। ସେ ପ୍ରଥମ ଇନିଂସରେ ୩ ଉଇକେଟ ଏବଂ ଦ୍ୱିତୀୟ ଇନିଂସରେ ୨ ଉଇକେଟ ନେଇଥିଲେ। ଏହି ମ୍ୟାଚ୍‌ରେ ଅଶ୍ୱିନ ମୁରଲୀଧରନଙ୍କ ବିଶ୍ୱ ରେକର୍ଡ ଭାଙ୍ଗିଛନ୍ତି। ମେଲବୋର୍ନ ଟେଷ୍ଟର ଦ୍ୱିତୀୟ ଇନିଂସରେ ଅଶ୍ୱିନ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଜୋଶ ହେଜେଲଉଡଙ୍କୁ ଆଉଟ୍‌ କରିବା ମାତ୍ରେ ସେ ବିଶ୍ୱ ରେକର୍ଡ ହାସଲ କରିଥିଲେ। ଅଶ୍ୱିନ ୧୯୨ଥର ପାଇଁ ବାମହାତୀ ବ୍ୟାଟ୍ସମ୍ୟାନଙ୍କୁ ଶିକାର କରିଥିଲେ, ଯାହା ଟେଷ୍ଟ କ୍ରିକେଟରେ ବିଶ୍ୱରେକର୍ଡ ଅଟେ। ଏହାପୂର୍ବରୁ ମୁରଲୀଧରନ ୧୯୧ ଉଇକେଟ ନେଇ ଶୀର୍ଷରେ ରହିଥିଲେ। ମୁରଲୀଧରନ ତାଙ୍କ ୮୦୦ ଟେଷ୍ଟ ଉଇକେଟ ମଧ୍ୟରୁ ୧୯୧ ଥର ବାମହାତୀ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରିଥିଲେ, କିନ୍ତୁ ଅଶ୍ୱିନ କେବଳ ୩୭୫ ଉଇକେଟ ପରେ ଏହି ରେକର୍ଡ ଭାଙ୍ଗିଛନ୍ତି। ଦ୍ରୁତ ବୋଲରଙ୍କ ବିଷୟରେ କହିବାକୁ ଗଲେ ଜେମ୍ସ ଆଣ୍ଡରସନ ବାମହାତୀ ବ୍ୟାଟ୍ସମ୍ୟାନଙ୍କ ସର୍ବାଧିକ ଶିକାର କରିଛନ୍ତି। ଏହି ଇଂଲଣ୍ଡ ଦ୍ରୁତ ବୋଲର ୧୮୬ଥର ବାମହାତୀ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାହିଁକି ଟି-୨୦ ବିଶ୍ୱକପ ଦଳରେ ରାହୁଲଙ୍କୁ ମିଳିଲାନି ସ୍ଥାନ, କାରଣ କହିଲେ ଅଜିତ ଅଗରକର

ମୁମ୍ବାଇ,୨ା୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ପାଇନଭର୍ଟ ୧୫ ଜଣିଆ ଦଳ ଘୋଷଣା କରିଛି। ଏଥିରେ ପ୍ରାରମ୍ଭିକ ବ୍ୟାଟର ତଥା ୱିକେଟ୍...

ଏହି ଫଟୋ ଶେୟାର କରି କପିରାଇଟ୍‌ ଲଗାଇବାକୁ ଏକ୍ସ ମାଲିକଙ୍କୁ ଦାବି କଲେ ଚହଲ: ଜାଣନ୍ତୁ କାହିଁକି

ନୂଆଦିଲ୍ଲ,୨।୫: ୟୁଜଭେନ୍ଦ୍ର ଚହଲ ଆଇପିଏଲ ୨୦୨୪ରେ ଭଲ ବୋଲିଂ ପ୍ରଦର୍ଶନ କରୁଛନ୍ତି। ସେ ଟି-୨୦ ବିଶ୍ୱକପ ୨୦୨୪ରେ ଚୟନ ଆକାରରେ ତାଙ୍କର ଭଲ ବୋଲିଂ ପାଇଁ...

ଆଇପିଏଲ୍‌ ୨୦୨୪ ମଝିରେ ସିଏସ୍‌କେକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସ ବୁଧବାର ୫ମ ପରାଜୟର ସମ୍ମୁଖୀନ ହୋଇଛି। ଏହି ମ୍ୟାଚ୍‌ରେ ଚେନ୍ନାଇ ଟିମ୍‌ ଅନେକ ମାମଲାରେ ଦୁର୍ବଳ ନଜର...

ଶାହରୁଖଙ୍କ ଉପରେ ପ୍ରବଳ ରାଗିଗଲେ ପୁଅ ଅବରାମ:ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨।୫: ଆଜିକାଲି ଆଇପିଏଲର କ୍ରେଜ୍‌ ଚରମ ସୀମାରେ ପହଞ୍ଚିଛି। ନିକଟରେ କୋଲକାତା ଏବଂ ଦିଲ୍ଲୀ ମଧ୍ୟରେ ହୋଇଥିବା ମ୍ୟାଚରେ ଶାହାରୁଖ ଖାନ ଏବଂ ତାଙ୍କ ପୁଅ...

ଅରେଞ୍ଜ୍‌ କ୍ୟାପ୍‌ ଉପରେ କବ୍‌ଜା କଲେ ଗାଏକ୍ୱାଡ୍‌: ଏହି କ୍ରିକେଟର୍‌ଙ୍କ ପାଖରେ ଅଛି ପର୍ପଲ୍‌ କ୍ୟାପ୍‌

ନୂଆଦିଲ୍ଲୀ,୨।୫: ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଋତୁରାଜ ଗାଇକ୍ୱାଡ ପଞ୍ଜାବ କିଙ୍ଗସ ବିପକ୍ଷରେ ୫ ଚୌକା ଓ ୨ ଛକା ସହାୟତାରେ ୪୮ ବଲରେ ୬୨...

ଆଇପିଏଲ୍‌ ପ୍ଲେ ଅଫ୍‌ ରେସ୍‌ ହେଉଛି ରୋଚକ: ଜାଣନ୍ତୁ କିଏ ଏବେ କେଉଁ ସ୍ଥାନରେ ଅଛନ୍ତି…

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ର ୪୯ତମ ମ୍ୟାଚରେ ପଞ୍ଜାବ କିଙ୍ଗସ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ...

ମାତ୍ର ୨୩ ବର୍ଷରେ ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌: ଏହା ପଛର କାରଣ କରିବ ଭାବପ୍ରବଣ

ମାତ୍ର ୨୩ ବର୍ଷରେ ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌: ଏହା ପଛର କାରଣ କରିବ ଭାବପ୍ରବଣ ନୂଆଦିଲ୍ଲୀ,୨।୫: ଖେଳାଳିମାନେ ପ୍ରାୟ ୩୫ ବର୍ଷ...

ଧୋନୀଙ୍କୁ ପଛରେ ପକାଇଦେଲେ ଗାଏକ୍ୱାଡ୍‌: ହାସଲ କଲେ ବଡ଼ ଉପଲବ୍ଧି

ଚଣ୍ଡିଗଡ,୨।୫: ଚେନ୍ନାଇ ସୁପର କିଙ୍ଗ୍ସକୁ ନିଜ ଘରୋଇ ପଡ଼ିଆରେ ପଞ୍ଜାବ କିଙ୍ଗସ ବିପକ୍ଷରେ ୭ ଉଇକେଟରେ ଏକ ବଡ଼ ପରାଜୟରର ସମ୍ମୁଖୀନ ହେବାକୁ ପଡିଥିଲା। ଗୋଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri