ମାଛଘେରି ନଷ୍ଟ କଲେ ହାତୀପଲ

ଚିକିଟି,୩୦।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିକିଟି ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳରେ ଗତ କିଛିଦିନ ହେଲା ହାତୀପଲ ଉପଦ୍ରବ ଚଳାଇଛନ୍ତି। ୧୫ ଦିନ ତଳେ ବ୍ଲକ୍‌ ଅନ୍ତର୍ଗତ ଗୋବିନ୍ଦନଗର, ପିତାତଳି, ରାମଚନ୍ଦପୁର ପଞ୍ଚାୟତର ବିଭିନ୍ନ ଗ୍ରାମାଞ୍ଚଳରେ ହାତୀପଲ ପଶି ଧାନଫସଲ ସମେତ ପାନବରଜ ଆଦି ନଷ୍ଟ କରିଥିଲେ। ବନବିଭାଗ ପକ୍ଷରୁ ହାତୀପଲଙ୍କୁ ଘଉଡ଼ାଇ ଦିଆଯାଇଥିଲା। ତେବେ ସେଠାରୁ ହାତୀପଲ ଜାତୀୟ ରାଜପଥ ଅତିକ୍ରମ କରି ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଇନ୍ଦପୁର, ଅନନ୍ତରାୟପୁର ଓ ପାତିସୁନୁପୁର ଦେଇ ସମୁଦ୍ର କୂଳେ କୂଳେ ବ୍ରହ୍ମପୁର ବନାଞ୍ଚଳକୁ ଆସିଥିଲେ। ସୋମବାର ରାତିରେ ହାତୀପଲ ସୋରଳ ନିକଟ ବାହୁଦା ନଦୀରେ ପଶି ମାଛଘେରି ନଷ୍ଟ କରିଛନ୍ତି। ମତ୍ସ୍ୟଜୀବୀ ଓ ଗ୍ରାମବାସୀ ସେମାନଙ୍କୁ ଘଉଡାଇ ଥିଲେ। ମାତ୍ର ଗୋଟିଏ ଛୁଆହାତୀ ପାଣିରେ ଫସି ରହିଥିଲା। ଛୁଆହାତୀକୁ ଲୋକେ ଉଦ୍ଧାର କରି କିଛି ଦୂରରେ ଥିବା ହାତୀପଲ ନିକଟକୁ ଘଉଡାଇଥିଲେ। ତେବେ ହାତୀମାନେ ତାକୁ ପଲରେ ମିଶାଇ ନ ଥିବା ଜଣାପଡ଼ିଛି। ଖବରପାଇ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ ଅମ୍ଳାନ ନାୟକଙ୍କ ନେତୃତ୍ୱରେ ୪୦ରୁ ଊର୍ଦ୍ଧ୍ୱ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହାତୀପଲ ଗତିବିଧି ଉପରେ ନଜର ରଖିଛନ୍ତି। ବନଖଣ୍ଡ ଅଧିକାରୀ କହିଛନ୍ତି, ହାତୀପଲ ଭଞ୍ଜନଗର ନିକଟସ୍ଥ ଘୁମୁସର ଜଙ୍ଗଲରେ ବର୍ଷସାରା ରହୁଛନ୍ତି। ଖାଦ୍ୟ ଅନ୍ବେଷଣରେ ଏହି ଅଞ୍ଚଳକୁ ଆସିଯାଇଛନ୍ତି। ଚାଷୀଙ୍କ କ୍ଷତି ଆକଳନ କରି କ୍ଷତିପୂରଣ ପ୍ରଦାନ ପାଇଁ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri