Posted inଖେଳ

ଅଲିମ୍ପିକ୍‌ ଯୋଗ୍ୟତା ଲାଗି ସବୁ ପ୍ରକାର ସହଯୋଗ କରାଯିବ- କ୍ରୀଡ଼ାମନ୍ତ୍ରୀ

ନୂଆଦିଲ୍ଲୀ,୨୫।୬(ପିଟି)- ଅଲିମ୍ପିକ୍‌ ଯୋଗ୍ୟତା ପାଇଁ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦିଆଯିବ ବୋଲି ନୂଆ କ୍ରୀଡ଼ାମନ୍ତ୍ରୀ କିରନ ରିଜୁଜି ମଙ୍ଗଳବାର ଏଫ୍‌ଆଇଏଚ୍‌ ହକି ସିରିଜ୍‌ ଫାଇନାଲ୍ସ ଟୁର୍ନାମେଣ୍ଟ ଚାମ୍ପିୟନ ମହିଳା ହକି ଦଳର ସଦସ୍ୟଙ୍କ ସହ ଆଲୋଚନା କରି କହିଛନ୍ତି। ଆୟୋଜକ ଜାପାନକୁ ୩-୧ ଗୋଲରେ ହରାଇ ଭାରତ ଚାମ୍ପିୟନ୍‌ ହୋଇଥିଲା। ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୯ମ ସ୍ଥାନରେ ଥିବା ଭାରତୀୟ ଦଳ ଚଳିତ ବର୍ଷ ପରବର୍ତ୍ତୀ ଭାଗରେ ହେବାକୁ ଥିବା ଏଫ୍‌ଆଇଏଚ୍‌ ଅଲିମ୍ପିକ୍‌ କ୍ୱାଲିଫାୟର୍ସରେ ପ୍ରତିଦ୍ୱନ୍ଦ୍ୱିତା କରିବ। ୧୪ ଦଳକୁ ନେଇ ଅନୁଷ୍ଠିତ ହେବାକୁ ଥିବା ଟୁର୍ନାମେଣ୍ଟ ଦ୍ୱିପାକ୍ଷୀକ ସିରିଜ୍‌ ଭିତ୍ତିରେ ଖେଳାଯିବ। ଭାରତୀୟ ମହିଳା ହକି ଦଳ ଭଲ ପ୍ରଦର୍ଶନ କରି ଆମକୁ ଗର୍ବିତ କରିଛନ୍ତି। ବ୍ୟକ୍ତିଗତ ଓ ଦଳଗତ ଇଭେଣ୍ଟ ଅଂଶଗ୍ରହଣ କରୁଥିବା ଖେଳାଳିଙ୍କୁ ମନ୍ତ୍ରଣାଳୟ ସମର୍ଥନ ଦେବ। ମୁଁ ବେଙ୍ଗାଲୁରୁସ୍ଥିତ ଟ୍ରେନିଂ ସେଣ୍ଟରକୁ ଯାଇ ସେମାନଙ୍କ କୋଚ୍‌ଙ୍କୁ ଭେଟିବି ଓ ସେମାନଙ୍କ ଆବଶ୍ୟକତା ସମ୍ପର୍କରେ ବୁଝିବି। ଭାରତୀୟ ଦଳ ନିକଟରେ ଅଲିମ୍ପିକ୍ସ ଯୋଗ୍ୟତା ଅର୍ଜନ କରିବା ଲାଗି ଭଲ ସୁଯୋଗ ରହିଛି ବୋଲି ରିଜିଜୁ କହିଛନ୍ତି। ଭାରତୀୟ ମହିଳା ଦଳ ଦୁଇ ଥର ଅଲିମ୍ପିକ୍ସରେ ଅଂଶଗ୍ରହଣ କରିଛି। ୧୯୮୦ରେ ଭାରତୀୟ ଦଳ ୪ର୍ଥ ସ୍ଥାନ ଅଧିକାର କରିଥିବାବେଳେ ୨୦୧୬ ନକ୍‌ଆଉଟ୍‌ ରାଉଣ୍ଡକୁ ପ୍ରବେଶ କରିପାରି ନ ଥିଲା। ୨୦୧୮ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ସେମିଫାଇନାଲ ଓ ଏସିଆନ୍‌ ଗେମ୍ସରେ ରୌପ୍ୟ ପଦକ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri