Posted inଖେଳ

ହକି ଷ୍ଟାଡିୟମରେ ମାଇକେଲଙ୍କୁ ଗାର୍ଡ ଅଫ୍‌ ଅନର

ରାଉରକେଲା ଅଫିସ,୨ା ୧-
ବିଶିଷ୍ଟ ହକି ତାରକା ମାଇକେଲ କିଣ୍ଡୋଙ୍କ ଶେଷକୃତ୍ୟ ଶୁକ୍ରବାର ଖ୍ରୀଷ୍ଟୀୟ ରୀତିନୀତିରେ ହମିରପୁର ଚର୍ଚ୍ଚରେ ଶେଷ ହୋଇଛି। ପୂର୍ବାହ୍ନରେ ତାଙ୍କ ମୃତଦେହ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲ (ଆଇଜିଏଚ୍‌)ରୁ ବାସଭବନ ସେକ୍ଟର-୬କୁ ଅଣାଯାଇଥିଲା। ପରେ ସେକ୍ଟର-୫ ବିଜୁ ପଟ୍ଟନାୟକ ହକି ଷ୍ଟାଡିୟମରେ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା। ଏଥିରେ ରାଉରକେଲା ଅତିରିକ୍ତ ଜିଲାପାଳ ଆବୋଲି ସୁନୀଲ ନରୱେଣେ, ଆର୍‌ଏମ୍‌ସି କମିଶନର ଦିବ୍ୟଜ୍ୟୋତି ପରିଡା, ବିଧାୟକ ସାରଦା ପ୍ରସାଦ ନାୟକ, ଅନ୍ୟତମ ହକି ତାରକା ଦିଲୀପ ତିର୍କୀ, ଆର୍‌ଏମ୍‌ସି ଉପାୟୁକ୍ତ ସୁଧାଂଶୁ ଭୋଇ ଓ ସୀତାଦେବୀ ମାଝି, ପାନପୋଷ ଉପଜିଲାପାଳ ଦୌଲତ ଚନ୍ଦ୍ରାକର, ଅତିରିକ୍ତ ଆରକ୍ଷୀ ନିରୀକ୍ଷକ ମୋହନ କାରୁଆ, ଆରଏସ୍‌ପି ସିଜିଏମ ଧୀରେନ ମିଶ୍ର ଓ ବିଜୟ ରାଉତ, ଜିଲା କ୍ରୀଡା ଅଧିକାରୀ ତେଜକୁମାର ଖେସ ପ୍ରମୁଖ ଉପସ୍ଥିତ ଥିଲେ। ଜିଲା ପ୍ରଶାସନ ପକ୍ଷରୁ କିଣ୍ଡୋଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଥିଲା। ପରେ ଉପସ୍ଥିତ ଅଧିକାରୀ, କ୍ରୀଡାବିତ୍‌ ଓ ବିଭିନ୍ନ ସଂଘ ସଙ୍ଗଠନ କର୍ମକର୍ତ୍ତା ପୁଷ୍ପମାଲ୍ୟ ଅର୍ପଣକରି ଶେଷ ସମ୍ମାନ ଜଣାଇଥିଲେ। ପରିବାର ସଦସ୍ୟଙ୍କ ସହ ଏଥିରେ ହକି କୋଚ ଅମୂଲ୍ୟନନ୍ଦ ବିହାରୀ, ଅମୂଲ୍ୟ ବେହେରା, ପିଟର ତିର୍କୀ, ରାଜୁକାନ୍ତ ସାଇନି, ଫ୍ଲୋରେନସିଆ ଏକ୍କା, ଜେମ୍‌ସ କୁଜୁର ବାର୍ଥଲୋମି କେର୍କେଟା ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ପାନପୋଷ କ୍ରୀଡା ସଙ୍ଗଠନ, ରାଉରକେଲା ସ୍ପୋଟର୍‌ସ ଆସୋସିଏଶନ, ଭେଟେରାନ ହକି ଆସୋସିଏଶନ, ପଶ୍ଚିମ ଓଡ଼ିଶା କ୍ରୀଡ଼ା ଉନ୍ନୟନ ପରିଷଦ, ସ୍ପୋଟର୍‌ସ ଡେଭଲପମେଣ୍ଟ ଷ୍ଟିୟରିଂ କମିଟି କର୍ମକର୍ତ୍ତା ଉପସ୍ଥିତ ଥିଲେ। ହମିରପୁର ଚର୍ଚ୍ଚରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

୨୦୨୬ ଟି-୨୦ ବିଶ୍ୱକପ ଭାରତୀୟ ଦଳ: ଏହି ୫ ଖେଳାଳି ଦଳରୁ ପଡିପାରନ୍ତି ବାଦ୍‌, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧୯।୧୨: ୨୦୨୫ ବର୍ଷ ଶେଷ ହେବା ସହିତ, ୨୦୨୬ ଟି୨୦ ବିଶ୍ୱକପ ପାଇଁ ଅପେକ୍ଷା ମଧ୍ୟ କମ ହେବାରେ ଲାଗିଛି। ଆସନ୍ତା ବର୍ଷ ଟି୨୦ ବିଶ୍ୱକପ...

IPL ୨୦୨୬ ନିଲାମ ପରେ ହଠାତ୍‌ ଅଧିନାୟକ ହେଲେ ଭେଙ୍କଟେଶ ଆୟର, ଏହି ଖେଳାଳିଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୧୯।୧୨: IPL ୨୦୨୬ ନିଲାମର କିଛି ଦିନ ପରେ, ଭେଙ୍କଟେଶ ଆୟର ଅଧିନାୟକ ହୋଇଛନ୍ତି। ଏହା ଦେଖାଯାଉଛି ଯେ IPL ୨୦୨୫ ସିଜିନ ଖରାପ ରହିବା...

ଟି-୨୦ ବିଶ୍ୱକପ ପାଇଁ ଏହି ଦିନ ଘୋଷଣା ହେବ ଟିମ ଇଣ୍ଡିଆ, ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଫେବୃଆରୀରେ ଭାରତ ଏବଂ ଶ୍ରୀଲଙ୍କାରେ ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ କେବେ ଏବଂ...

୮.୬ କୋଟି ମିଳିବା ପରେ ବଦଳିଗଲା ମନ? IPL ୨୦୨୬ ପାଇଁ ୟୁଟର୍ନ ନେବେ ଜୋଶ ଇଂଲିଶ!

ନୂଆଦିଲ୍ଲୀ,୧୯।୧୨: ଅଷ୍ଟ୍ରେଲିୟ ଉଇକେଟ୍‌କିପର-ବ୍ୟାଟସମ୍ୟାନ ଜୋଶ ଇଂଲିଶଙ୍କୁ ନେଇ IPL ୨୦୨୬ ନିଲାମ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ପଞ୍ଜାବ କିଙ୍ଗସ ଦ୍ୱାରା ମୁକ୍ତ ହେବା ପରେ, ଏହା...

ଖେଳ ଜଗତରେ ଶୋକର ଛାୟା: ବିମାନ ଦୁର୍ଘଟଣାରେ ଚାଲିଗଲା ଏହି ଖେଳାଳିଙ୍କ ଜୀବନ, ସ୍ତ୍ରୀ ପିଲା ବି…

ନୂଆଦିଲ୍ଲୀ,୧୯।୧୨: ରେସିଂ ଜଗତରୁ ଏକ ଦୁଃଖଦ ଖବର ଆସିଛି। ଉତ୍ତର କାରୋଲିନାର ଷ୍ଟେଟସଭିଲ ଆଞ୍ଚଳିକ ବିମାନବନ୍ଦର ନିକଟରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ...

IND vs SA 5th T20: ଆଜି ନିର୍ଣ୍ଣାୟକ ଲଢ଼େଇ, କେଉଁଠି କେମିତି ଦେଖିବେ ମ୍ୟାଚ ଜାଣନ୍ତୁ

ନୂଆଦିଲ୍ଲୀ,୧୯ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍ ସବୁଠାରୁ ରୋମାଞ୍ଚକର ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସିରିଜର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri