Odisha Elections 2024

ସମ୍ବଲପୁରରେ ଆଇଆଇଏମ୍‌ ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ: କହିଲେ ‘ହେବ ଶିକ୍ଷାର ହବ୍‌’

ସମ୍ବଲପୁର,୨।୧ (ବ୍ୟୁରୋ)- ବୁର୍ଲା ନିକଟ ବସନ୍ତପୁରରେ ସମ୍ବଲପୁର ଆଇଆଇଏମ୍‌ର ସ୍ଥାୟୀ କ୍ୟାମ୍ପସ ନିର୍ମାଣର ଶିଳାନ୍ୟାସ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ଭାବେ ଯୋଗଦେଇ ଶିଳାନ୍ୟାସ କରିଥିଲେ। ପ୍ରଧାନମନ୍ତ୍ରୀ ପ୍ରଥମେ ପ୍ରଭୁ ଶ୍ରୀ ଜଗନ୍ନାଥ ଓ ମାଁ ସମଲେଇଙ୍କୁ ପ୍ରଣାମ କରିବା ସହ ଓଡିଶାବାସୀଙ୍କୁ ନୂତନବର୍ଷର ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ। ସମ୍ବଲପୁର ଶିକ୍ଷାର ଏକ ହବ୍‌ ବୋଲି ସେ କହିଥିଲେ। ଏହାସହ ସମ୍ବଲପୁରରେ ପ୍ରାକୃତିକ ସମ୍ପଦ, ଟେକ୍ସଟାଇଲ, କଳା, ସଂସ୍କୃତି, ବୀର ସହୀଦମାନଙ୍କୁ ନେଇ ନିଜ ଅଭିଭାଷଣରେ ପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ସମ୍ବଲପୁର ଆଇଆଇଏମ୍‌ରେ ସମସ୍ତ ସହଯୋଗ କରିବା ପାଇଁ ପ୍ରତିବଦ୍ଧତା ଥିବା କହିଥିଲେ । କେବଳ ସମ୍ବଲପୁର ଆଇଆଇଏମ ଶିକ୍ଷା, ବ୍ୟବସାୟ ସବୁ କ୍ଷେତ୍ରରେ ଓଡିଶା ଆଗେଇ ଚାଲିଛି । ଏହି କେନ୍ଦ୍ରୀୟ ଅନୁଷ୍ଠାନ ନିର୍ମାଣ ଯୋଗୁ ସେ ଆଉ ଏକ ମାଇଲଖୁଣ୍ଟ ବୋଲି କହିଥିଲେ । ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ, କେନ୍ଦ୍ର ସୂଚନାରାଷ୍ଟ୍ରମନ୍ତ୍ରୀ ସଞ୍ଜୟ ଧୋତ୍ରେ , ଆଇଆଇଏମ୍‌ ପରିଚାଳନ ନିର୍ଦ୍ଦେଶକ ଅରୁନ୍ଧତି ଭଟ୍ଟାଚାର୍ଯ୍ୟ ଭର୍ଚୁଆଲରେ ଉପସ୍ଥିତ ରହିଥିଲେ। ସେହିପରି ଶିଲାନ୍ୟାସ ସ୍ଥଳରେ କେନ୍ଦ୍ର ପଶୁପାଳନ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ସମ୍ବଲପୁର ଏମ୍‌ପି ନିତେଶ ଗଙ୍ଗଦେବ, ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର, ରେଙ୍ଗାଲି ବିଧାୟକ ନାଉରୀ ନାଏକ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ସହ ଜାଳେଣି କାଠ ପାଇଁ ଜଙ୍ଗଲକୁ ଯାଇଥିବା ବେଳେ ସ୍ତ୍ରୀ ମୃତ, ହତ୍ୟା ଅଭିଯୋଗ ଆଣିଲେ ମହିଳାଙ୍କ ଭାଇ

ଥୁଆମୂଳରାମପୁର,୧୮ା୫(ଦୁର୍ଗା କୀର୍ତ୍ତି): ଦିନକୁଦିନ ଯୌତୁକ ନିର୍ଯାତନା ଓ ହତ୍ୟା ଘଟଣା ବୃଦ୍ଧି ପାଉଥିବା ବେଳେ କିଛି ଅଞ୍ଚଳରୁ ହୃଦୟ ବିଦାରକ ଭଳି ଘଟଣା ସାମ୍ନାକୁ ଆସୁଛି...

ବିଜେଡି ନେତାଙ୍କ ବିରୋଧରେ ମାମଲା ରୁଜୁ

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାରେ ଯୋଗଦେଇ ଥିବା ବିଜେଡି ନେତା ପୁଣି ବିଜେଡିକୁ ଫେରିବା ଘଟଣାକୁ ନେଇ ରାଜନୀତି ସରଗରମ ହୋଇଛି। ବାଂଶପାଳ ବ୍ଲକ ଶୁଆକାଟି...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ଖୁଲମଖୁଲା ବୁଲୁଛନ୍ତି ଝିଅର ହତ୍ୟାକାରୀ, ଗିରଫ ଦାବିରେ ଅନଶନରେ ବସିଲେ ମା’

କେନ୍ଦୁଝର,୧୮ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ନିର୍ବାଚନ ସମୟରେ ସବୁ ଓ୍ବାରେଣ୍ଟ କାର୍ଯ୍ୟକାରୀ ହୁଏ ପୁରୁଣା କେସ୍‌ ଥିବା ଅପରାଧୀ ଧରା ହୁଅନ୍ତି। ତେବେ କେନ୍ଦୁଝରର ଲୋକପ୍ରିୟ ସମାଜସେବୀ...

ପାଣ୍ଡିଆନ୍‌ଙ୍କୁ ତାମିଲନାଡୁ ପଠାଇବାକୁ ଅପିଲ୍ କଲେ ହିମନ୍ତ ବିଶ୍ବଶର୍ମା, ଟିକେଟ୍ କାଟିଲା ଭାଜପା

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ଜାରି ରହିଥିଲା ବେଳେ ରାଜନୈତିକ ବାତାବରଣ ଉଷ୍ମ ହେବାରେ ଲାଗିଛି। ଏହାରି ମଧ୍ୟରେ ବିଜେଡି ବରିଷ୍ଠ...

ଯୁବକଙ୍କ ଜୀବନ ନେଲା ଅନ୍‌ଲାଇନ୍‌ ଗେମ୍‌

ବାଲିମେଳା,୧୮ା୫(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଥିବା ୧ ନଂ ଓ୍ବାର୍ଡ ନୂଆସାହିରେ ଜଣେ ଯୁବକ ଅନ୍‌ଲାଇନ ଗେମ୍‌ ଖେଳରୁ ରଶି ଦେଇ ଆତ୍ମହତ୍ୟା...

ଛତ୍ରପୁର ବଡ଼ ଷ୍ଟେଶନ୍‌ରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ଛତ୍ରପୁର,୧୮/୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବଡ଼ ଷ୍ଟେଶନ ଠାରେ ଏକମାଲବାହି ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନର ୩ ବଗି ଲାଇନଚ୍ୟୁତ ହୋଇଥିବା ବେଳେ ରେଳବାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri