ବରୁଣେଇ ପୀଠରେ ମିଳୁନି ମୌଳିକ ସୁବିଧା: ପାଣି ଟ୍ୟାପ୍‌ ଅଚଳ, ମନ୍ଦିର ପାହାଚ ଫାଟି ଆଁ

ଖୋର୍ଦ୍ଧା ଅଫିସ, ୨ା୧: ଖୋର୍ଦ୍ଧା ଜିଲାର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ହେଉଛି ବରୁଣେଇ ପୀଠ। ଶୀତଋତୁ ଆସିଗଲେ ଏଠାରେ ପର୍ଯ୍ୟଟକଙ୍କ ଭିଡ଼ ଜମେ। ପର୍ଯ୍ୟଟକମାନେ ମା’ ବରୁଣେଇ ଓ କରୁଣେଇଙ୍କ ଦର୍ଶନ ସହ ପାହାଡ଼ ଉପରେ ବୁଲି ପ୍ରାକୃତିକ ପରିବେଶ ଉପଭୋଗ କରନ୍ତି। ସେହିପରି ବଣଭୋଜିର ଆୟୋଜନ ମଧ୍ୟ କରିଥାନ୍ତି। ଏଠାରେ ବଣଭୋଜି ପାଇଁ ପ୍ରଶାସନ ଓ ପର୍ଯ୍ୟଟନ ବିଭାଗ ପକ୍ଷରୁ ସ୍ବତନ୍ତ୍ର ସୁବିଧା କରାଯାଇଛି। ବର୍ତ୍ତମାନ କୋଭିଡ୍‌ କଟକଣା କୋହଳ ପରେ ବରୁଣେଇ ପୀଠ ଖୋଲିଲାଣି। ଧୀରେ ଧୀରେ ପର୍ଯ୍ୟଟକଙ୍କ ଆଗମନ ମଧ୍ୟ ଆରମ୍ଭ ହେଲାଣି। ତେବେ ଏହି ପୀଠରେ କେତେକ ସମସ୍ୟା ଦୂର ହୋଇପାରିନାହିଁ। ପାନୀୟଜଳ ଟ୍ୟାପ୍‌ ଅଚଳ ହୋଇପଡ଼ିଥିବାବେଳେ ବରୁଣେଇ ମନ୍ଦିରକୁ ଯିବା ଲାଗି ଉଦ୍ଦିଷ୍ଟ ପାହାଚ ଫାଟି ଆଁ କରିଛି। ପାହାଚରେ ଗଛ ଭାଙ୍ଗି କାଠଗଣ୍ଡି ପଡ଼ିରହିଛି। ବରୁଣେଇରୁ ଜଳସ୍ରୋତ ବୋହି ଆସି ରାସ୍ତାରେ ଜମି ଶିଉଳି ଲାଗିଛି। ଫଳରେ ପର୍ଯ୍ୟଟକମାନେ ପୀଠକୁ ଯାତାୟାତ ଲାଗି ହଇରାଣ ହେଉଛନ୍ତି।

ସ୍ବଚ୍ଛ ସର୍ବେକ୍ଷଣ ତାଲିକାରେ ଶୀର୍ଷତା ହାସଲ ଲାଗି ଖୋର୍ଦ୍ଧା ପୌର ପରିଷଦ ପକ୍ଷରୁ ଅଭିଯାନ ଚାଲିଛି। ତେବେ ଏହି ପୀଠର ସ୍ବଚ୍ଛତା ପ୍ରତି ପୌର ପ୍ରଶାସନ ବିଶେଷ ଧ୍ୟାନ ଦେଉ ନ ଥିବା ମନେହେଉଛି। କାରଣ ଏଠାକାର ସ୍ବଚ୍ଛତା ଦାୟିତ୍ୱ ଏକ ଘରୋଇ ସଂସ୍ଥାକୁ ଦିଆଯାଇଛି। ସମ୍ପୃକ୍ତ ସଂସ୍ଥା ଠିକ୍‌ ଭାବେ ଦାୟିତ୍ୱ ତୁଲାଉ ନ ଥିବା ସାଧାରଣରେ ଅଭିଯୋଗ ହେଉଛି। ଫଳରେ ପର୍ଯ୍ୟଟକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି। ଭୁବନେଶ୍ୱରରୁ ଏଠାକୁ ବୁଲି ଆସିଥିବା ଗଗନ ଦାସ କହିଛନ୍ତି, ଶିଳ୍ପାଞ୍ଚଳକୁ ସଂଯୋଗ କରୁଥିବା ଏହି ରାସ୍ତାର ଉଭୟ ପାଶର୍‌ବରେ ଗାଡ଼ି ପାର୍କିଂ ଯୋଗୁ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି। ଯାତାୟାତ ବେଳେ ପର୍ଯ୍ୟଟକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେହିପରି କରୋନା କଟକଣା ଯୋଗୁ ଏହି ପୀଠ ଦୀର୍ଘ ୯ ମାସ ଧରି ବନ୍ଦ ରହିଥିଲା। ଫଳରେ ଉକ୍ତ ସ୍ଥାନ ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ବନ ବିଭାଗର ନିଷ୍କ୍ରିୟତା ଯୋଗୁ ବରୁଣେଇ ପାହାଡ଼ ପଦା ହେବାରେ ଲାଗିଛି। ଦୈନିକ ପ୍ରାୟ ଲକ୍ଷାଧିକ ଟଙ୍କାର କାଠ ଚୋରା ଚାଲାଣ ହେଉଛି। କରୋନା ସମୟରେ କୋଟିଏରୁ ଊଦ୍ଧର୍‌ବ ମୂଲ୍ୟର କାଠ ଚୋରି ହୋଇଥିବା ଜଣାପଡ଼ିଛି। ଗୋଟିଏ ପଟେ ପର୍ଯ୍ୟଟକଙ୍କୁ ମୌଳିକ ସୁବିଧା ମିଳୁ ନ ଥିବା ବେଳେ ଅନ୍ୟପଟେ ଏହାର ମନୋରମ ପ୍ରାକୃତିକ ପରିବେଶ ନଷ୍ଟ ହେବାରେ ଲାଗିଛି। ପର୍ଯ୍ୟଟନ ବିଭାଗ କେବଳ ନାମଫଳକ ଟାଙ୍ଗିଦେଇ କାମ ସାରିଦେଇଛି। ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏହା ନିଜର ଗୌରବ ହରାଇବାକୁ ବସିଛି। ଏ ନେଇ ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ୱେତପଦ୍ମା ଶତପଥୀଙ୍କୁ ପଚରିବାରେ କହିଛନ୍ତି, କରୋନା ଲାଗି ଏହି ସ୍ଥାନକୁ ପର୍ଯ୍ୟଟକଙ୍କ ବାରଣ ରହିଥିଲା। ଏବେ ଖୋଲିବାକୁ ଯାଉଥିବାରୁ ଭିତ୍ତିଭୂମି ସଜାଡ଼ିବା ଉପରେ ଗୁରୁତ୍ୱ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…

ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri