ଉଦ୍ଧବ ସରକାର ମହାବିନାଶକାରୀ : କଙ୍ଗନା

ମୁମ୍ବାଇ: ମହାରାଷ୍ଟ୍ରର ଉଦ୍ଧବ ଠାକରେ ସରକାରଙ୍କ ବିରୋଧରେ ପୂର୍ବରୁ ସ୍ୱର ଉଠାଇଥିବା ବଲିଉଡ୍ ନାୟିକା କଙ୍ଗନା ରାନାୱତ ପୁଣିଥରେ ଠାକରେଙ୍କ ଉପରେ ଖପ୍ପା ହୋଇଛନ୍ତି । ଏକ ଟୁଇଟ୍ ମାଧ୍ୟମରେ ଉଦ୍ଧବ ସରକାରଙ୍କୁ ଟାର୍ଗେଟ କରିଛନ୍ତି କଙ୍ଗନା । କଙ୍ଗନାଙ୍କୁ କୋର୍ଟରୁୁ ଝଟକା ଲାଗିବା ପରେ ସେ ଟୁଇଟ୍ କରି ବର୍ଷିଛନ୍ତି । ମୁମ୍ବାଇରେ ତାଙ୍କ ଘର ଭାଙ୍ଗିବାକୁ ନେଇ ସେ କୋର୍ଟରେ ଯେଉଁ ଆବେଦନ କରିଥିଲେ ଶନିବାର କୋର୍ଟ ପକ୍ଷରୁ ତାଙ୍କ ଆବେଦନକୁ ଖାରଜ କରି ଦିଆଯାଇଛି । ବେଆଇନ ଭାବେ ସେ ଘର ନିର୍ମାଣ କରିବା ସହ ୩ଟି ଫ୍ଲାଟକୁ ମିଶାଇ ଦେଇଥିବା କୋର୍ଟ ଦର୍ଶାଇଛନ୍ତି । ଏହାପରେ କଙ୍ଗନା କହିଛନ୍ତି ଏହା ମହାରାଷ୍ଟ୍ରର ମହାବିନାଶକରୀ ସରକାରଙ୍କ ଫେକ୍ ପ୍ରୋପାଗଣ୍ଡା । ମୁଁ କୌଣସି ଫ୍ଲାଟକୁ ମିଶାଇ ନାହିଁ । ସମ୍ପୂର୍ଣ୍ଣ ଘରଟି ଏମିତି ନିର୍ମାଣ କରାଯାଇଛି । ପ୍ରତି ଫ୍ଲୋରରେ ଗୋଟିଏ ଆପାର୍ଟମେଣ୍ଟ ରହିଛି । ବିଏମ୍‌ସି ମୋତେ ଏହାକୁ ନେଇ ପ୍ରତାରଣା ଦେଇ ଆସୁଛି । ମୁଁ ପୁଣିଥରେ ଉଚ୍ଚ ନ୍ୟାୟଳୟକୁ ଯିବି ବୋଲି କଙ୍ଗନା କହିଛନ୍ତି । ସୂଚନାଯୋଗ୍ୟ, ୨୦୧୮ ମାର୍ଚ୍ଚରେ ବିଏମ୍‌ସି ବେଆଇନ ଭାବେ ଗୃହ ନିର୍ମାଣକୁ ନେଇ କଙ୍ଗନାଙ୍କ ନାଁରେ ନୋଟିସ ଜାରି କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri