Posted inଖେଳ

ମୁମ୍ବାଇ ସିନିୟର ଦଳରେ ଅର୍ଜୁନ ତେନ୍ଦୁଲକର

ମୁମ୍ବାଇ,୩।୧(ପି.ଟି.): ପ୍ରଥମଥର ପାଇଁ କ୍ରିକେଟ ଆଇକନ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ମୁମ୍ବାଇ ସିନିୟର ଦଳରେ ସ୍ଥାନ ପାଇଛନ୍ତି। ଯୁବ ବାମହାତୀ ଦ୍ରୁତ ବୋଲର ଅର୍ଜୁନଙ୍କୁ ସୟଦ ମୁସ୍ତାକ ଅଲି ଟ୍ରଫି ପାଇଁ ମୁମ୍ବାଇର ବର୍ଦ୍ଧିତ ୨୨ ଜଣିଆ ଦଳରେ ସାମିଲ କରାଯାଇଛି। ମୁମ୍ବାଇ ଦଳର ମୁଖ୍ୟ ଚୟନକର୍ତ୍ତା ସଲିଲ୍‌ ଆଙ୍କୋଲାଙ୍କ ଶନିବାର ଏ ନେଇ ସୂଚନା ଦେଇଛନ୍ତି। ଅର୍ଜୁନଙ୍କୁ ବାଦ୍‌ ଦେଲେ ଅନ୍ୟତମ ଦ୍ରୁତ ବୋଲର କ୍ରୁତିକ ହାନାଗାଭାଡିଙ୍କୁ ଏହି ଦଳରେ ସାମିଲ କରାଯାଇଛି।
ପ୍ରଥମ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦ଜଣ ଖେଳାଳିଙ୍କୁ ଚୟନ କରିବାକୁ ନିର୍ଦ୍ଦେଶ ଦେଇଥିଲା। ତେବେ ପରେ ବୋର୍ଡ ୨୨ଜଣ ଖେଳାଳିଙ୍କୁ ଦଳରେ ସାମିଲ କରାଯାଇପାରିବ ବୋଲି କହିଥିଲା। ଫଳରେ ଏହି ଦୁଇ ଖେଳାଳିଙ୍କୁ ପରେ ସାମିଲ କରାଯାଇଛି ବୋଲି ମୁମ୍ବାଇ କ୍ରିକେଟ ଆସୋସିଏଶନ (ଏମ୍‌ସିଏ) ତରଫରୁ କୁହଯାଇଛି। ଏଥି ସହିତ ୨୧ ବର୍ଷୀୟ ଅର୍ଜୁନ ପ୍ରଥମଥର ପାଇଁ ମୁମ୍ବାଇ ସିନିୟର ଦଳରେ ସାମିଲ ହେବାର ସୌଭାଗ୍ୟ ପାଇଛନ୍ତି। ସେ ପୂର୍ବରୁ ବିଭିନ୍ନ ବୟସ ବର୍ଗରେ ମୁମ୍ବାଇ ତରଫରୁ ବହୁ ଟୁର୍ନାମେଣ୍ଟ ଓ ଆମନ୍ତ୍ରଣୀୟ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଆସୁଥିଲେ। ପୂର୍ବରୁ ସେ ଭାରତୀୟ ଜାତୀୟ ଦଳ ପାଇଁ ନେଟ୍ସରେ ବୋଲିଂ କରିବାର ସୁଯୋଗ ହାସଲ କରିଥିଲେ। ସେ ମଧ୍ୟ ଭାରତୀୟ ୧୯ ବର୍ଷରୁ କମ୍‌ ଦଳରେ ସାମିଲ ହୋଇ ଶ୍ରୀଲଙ୍କା ଗସ୍ତ କରିଥିଲେ। ଯୁବ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ମୁମ୍ବାଇ ତା’ର ସବୁ ମ୍ୟାଚ ରାଜ୍ୟର ରାଜଧାନୀରେ ଖେଳିବ। ଜାନୁୟାରୀ ୧୦ ତାରିଖରୁ ଜାତୀୟ ଟି୨୦ ଚାମ୍ପିୟନଶିପ୍‌ ରୂପେ ବିବେଚିତ ହେଉଥିବା ସୟଦ ମୁସ୍ତାକ ଅଲି ଟି୨୦ ଘରୋଇ ଟୁର୍ନାମେଣ୍ଟ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri