ଆଜିଠୁ ଖୋଲିବ ମନ୍ଦିର, ଧାର୍ମିକ ଅନୁଷ୍ଠାନ

ଖୋର୍ଦ୍ଧା ଅଫିସ,୩।୧: ଖୋର୍ଦ୍ଧା ଜିଲାରେ ବିଏମ୍‌ସିକୁ ବାଦଦେଇ ଗ୍ରାମାଞ୍ଚଳରେ ଥିବା ସମସ୍ତ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନ ରବିବାର ଖୋଲିବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଷ୍ଟାଣ୍ଡାର୍ଡ ଅଫ୍‌ ପ୍ରୋସିଜୁଅର(ଏସ୍‌ଓପି) ଜାରି କରାଯାଇଥିବା ଜିଲାପାଳ ସନତ ମହାନ୍ତି ଶନିବାର ସୂଚନା ଦେଇଛନ୍ତି। କରୋନା କଟକଣା ଯୋଗୁ ଗତ ମାର୍ଚ୍ଚ ୨୨ ତାରିଖ ଠାରୁ ଜିଲାରେ ସମସ୍ତ ଦେବଦେବୀ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନ ବନ୍ଦ ରହିଥିଲା। ଭକ୍ତଙ୍କ ମନ୍ଦିର ପ୍ରବେଶ ଉପରେ କଟକଣା ରହିଥିଲା। ଜିଲାରେ କରୋନା ନିୟନ୍ତ୍ରଣାଧୀନ ରହିଛି। ନିକଟରେ ସମସ୍ତ ମନ୍ଦିର ପରିଚାଳନା କମିଟି ଏବଂ ଧାର୍ମିକ ଅନୁଷ୍ଠାନ ପ୍ରତିନିଧିଙ୍କ ସହ ଜିଲା ପ୍ରଶାସନର ଆଲୋଚନା ହୋଇଥିଲା। ସମସ୍ତଙ୍କ ମତାମତଙ୍କୁ ଭିତ୍ତି କରି ଜିଲାରେ ଜାନୁୟାରୀ ୩ତାରିଖରେ ମନ୍ଦିର ଖୋଲିବା ନିଷ୍ପତ୍ତି ନିଆଯାଇଛି ବୋଲି ଜିଲାପାଳ ମହାନ୍ତି କହିଛନ୍ତି। ତେବେ ମନ୍ଦିରରେ କୋଭିଡ୍‌-୧୯ ଗାଇଡ୍‌ଲାଇନ ପାଳନ ଲାଗି କଡ଼ା ନିର୍ଦ୍ଦେଶ ଦିଆଯାଇଛି। ମନ୍ଦିରକୁ ସମସ୍ତ ଭକ୍ତ ମାସ୍କ, ସାନିଟାଇଜ ଏବଂ ସାମାଜିକ ଦୂରତା ରକ୍ଷା କରି ଦର୍ଶନ କରିବେ। ମନ୍ଦିର ପରିସରରେ ଅଯଥା ଗହଳି ନ କରିବାକୁ ମନ୍ଦିର ପରିଚାଳନା କମିଟିକୁ ତାଗିଦ୍‌ କରାଯାଇଛି। ମନ୍ଦିର ପ୍ରବେଶ ପଥରେ ଥର୍ମାଲ ସ୍କ୍ରିନିଂ ଏବଂ ସାନିଟାଇଜ ବ୍ୟବସ୍ଥା ରହିବ। ପ୍ରବେଶ ଓ ପ୍ରସ୍ଥାନ ଅଲଗା ବ୍ୟବସ୍ଥା କରିବେ। ମନ୍ଦିର ଆଗରେ କୋଭିଡ୍‌- ୧୯ ସଚେତନତା ପୋଷ୍ଟର ଲଗାଇବା ଲାଗି କୁହାଯାଇଛି। ମନ୍ଦିର ଦର୍ଶନ ଲାଗି ଏକା ଥରକେ ପ୍ରବେଶ କରିବେ ନାହିଁ। ପର୍ଯ୍ୟାୟ କ୍ରମେ ଭକ୍ତଙ୍କୁ ମନ୍ଦିର ଭିତରକୁ ଛାଡିବାକୁ ତାଗିଦ୍‌ କରାଯାଇଛି। ମନ୍ଦିର ବେଢାରେ ଭକ୍ତମାନେ ଅଯଥା ଭିଡ କରିବେ ନାହିଁ। ସ୍ଥାନୀୟ ତହସିଲଦାର ଏବଂ ପୋଲିସ ଅଧିକାରୀ ମନ୍ଦିର ଭିଡ଼ ନିୟନ୍ତ୍ରଣ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଖୋର୍ଦ୍ଧାର ପ୍ରମୁଖ ମନ୍ଦିର ଗୁରୁଜଙ୍ଗସ୍ଥିତ ଧବଳେଶ୍ୱର, ସାମନ୍ତରାପୁରସ୍ଥିତ ସ୍ବପ୍ନେଶ୍ୱର, ଗୋଡ଼ାସ୍ଥିତ ଗୋଡ଼ା ଲୋକନାଥ, ମା’ ଉଗ୍ରତାରା ଏବଂ ବାଣପୁର ଭଗବତୀ, କାଳିଜାଈ ପୀଠ ସମେତ ଜିଲାର ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ର ବରୁଣେଇ ପୀଠ, କାଇପଦରସ୍ଥିତ ପୀରବାବାପୀଠରେ ପ୍ରବଳ ଭିଡ଼ ହେବା ଆଶଙ୍କା ରହିଛି। ରବିବାର ଛୁଟିଦିନ ଥିବାରୁ ଭକ୍ତ, ପର୍ଯ୍ୟଟକଙ୍କ ସମାଗମ ହେବା ସମ୍ଭାବନା ରହିଛି। କୋଭିଡ ଗାଇଡଲାଇନକୁ ଦୃଷ୍ଟିରେ ରଖି ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ଲାଗି ସମସ୍ତ ମନ୍ଦିର ପରିଚାଳନା କମିଟି ଏବଂ ଧାର୍ମିକ ଅନୁଷ୍ଠାନଗୁଡ଼ିକୁ କୁହାଯାଇଛି। ଜିଲାର ସମସ୍ତ ପର୍ଯ୍ୟଟନ କେନ୍ଦ୍ର ଖୋଲାଯାଇଛି। ପର୍ଯ୍ୟଟକଙ୍କ ଭିଡ଼ ମଧ୍ୟ ଜମିବାରେ ଲାଗିଛି। ଚିଲିକା ପ୍ରତି ବିଶେଷ ଦୃଷ୍ଟି ଦିଆଯିବ। ତେବେ କୌଣସି ପର୍ଯ୍ୟଟନ ସ୍ଥଳରେ ବଣଭୋଜି ଆୟୋଜନ ପାଇଁ ଅନୁମତି ଦିଆଯିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ମାରଣାସ୍ତ୍ରରେ ଆକ୍ରମଣ

ବାରଙ୍ଗ,୨୯।୪(ଲିଙ୍ଗରାଜ ରାଉତ): ନନ୍ଦନକାନନ ଉପ-ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ସୋମବାର ଅପରାହ୍ନରେ ଜଣେ ଯୁବକ ଉତ୍ପାତ କରି କମ୍ପ୍ୟୁଟର, ଝରକାକାଚ, ଟେବୁଲ ଓ ଅନ୍ୟାନ୍ୟ ସାମଗ୍ରୀ ଭାଙ୍ଗିବା ସହ...

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

ଯବାନଙ୍କ ସହ ଗୁଳି ବିନିମୟ, ଜଣେ ମାଓବାଦୀ ମୃତ, ଅନେକ ଆହତ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନପାତ୍ର): ମାଲକାନଗିରି ଜିଲା ସୀମାନ୍ତ ସୁକ୍‌ମା ଜିଲାରେ ସୋମବାର ଡିଆର୍‌ଜି ଯବାନଙ୍କ ସହ ଗୁଳି ବିନିମୟରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକେ ଆହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri