Posted inଖେଳ

ସ୍ତ୍ରୀ ଜାଣିଲେ ମାରିବେ, କାହିଁକି ଏମିତି କହିଲେ ଏହି କ୍ରିକେଟର୍‌

ଅଷ୍ଟ୍ରେଲିଆ କ୍ରିକେଟର୍‌ ଡେଭିଡ୍‌ ଓ୍ବାର୍ନର ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ରୁହନ୍ତି। ସେ ଟିକ୍‌ଟକ୍‌ରେ ଭିଡିଓ କରି ନିଜ ସୋସିଆଲ ଆକାଉଣ୍ଟରେ ଶେୟାର କରିଥାନ୍ତି। ସେ ବେଳେବେଳେ ଭାରତୀୟ ଅଭିନେତାଙ୍କ ନକଲ କରିଥାନ୍ତି। ବ୍ୟସ୍ତବହୁଳ ଜୀବନରୁ ସମୟ ବାହାର କରି ସେ ବଲିଉଡ୍‌ ଗୀତ ଏବଂ ଡାଏଲଗ୍‌ ସହ ଭିଡିଓ ଶେୟାର କରନ୍ତି। ନିକଟରେ ସେ ବଲିଉଡ୍‌ ଗୀତରେ ଭିଡିଓ ଶେୟାର କରି ଚର୍ଚ୍ଚାକୁ ଆସିଛନ୍ତି। ଫିଲ୍ମ ଦିଲ୍‌ ହୈ ତୁମ୍‌ହାରାର ଗୀତ ଦିଲ୍‌ ଲଗା ଲିୟା ହୈ ମେନେ ତୁମ୍‌ସେ ପ୍ୟାର୍‌ କର୍‌କେ’ର ଡ୍ୟାନ୍ସ ଭିଡିଓ ଶେୟାର କରିଛନ୍ତି। ଏହି ଫିଲ୍ମରେ ପ୍ରିତି ଜିଣ୍ଟା ଅଭିନୟ କରିଥିଲେ। ଭିଡିଓରେ ଓ୍ବାର୍ନର ପ୍ରିତି ଜିଣ୍ଟାଙ୍କ ଚେହେରା ଉପରେ ସ୍ତ୍ରୀ କ୍ୟାଣ୍ଡିସ୍‌ ଓ୍ବାର୍ନରଙ୍କ ଚେହେରା ଲଗାଇ କହିଛନ୍ତି, କ୍ୟାଣ୍ଡିସ୍‌ ଓ୍ବାର୍ନର ଏଠାରେ କିଏ ଅଛନ୍ତି, ମୋ ସ୍ତ୍ରୀ ଜାଣିଲେ ମୋତେ ମାରିବେ ବୋଲି ସେ କହିଛନ୍ତି। ଏହା ପୂର୍ବରୁ ଓ୍ବାର୍ନର ଇନ୍‌ଷ୍ଟାଗ୍ରାମରେ ଅଭିନେତା ବଚ୍ଚନ, ପ୍ରଭାଷ, ବହଳିଉଡ୍‌ର ପ୍ରସିଦ୍ଧ ଅଭିନେତା ଓ୍ବିନ୍‌ ଡିଜଲ, ଅଜୟ ଦେବଗନ, ରଜନୀକାନ୍ତ ଏବଂ ହ୍ରିତିକ୍‌ ରୋଶନ୍‌ ଭଳି ବଡ ଅଭିନେତାଙ୍କ ରୂପରେ ଭିଡିଓ କରି ଶେୟାର କରିଥିଲେ। ପ୍ରଶଂସକ ଓ୍ବାର୍ନରଙ୍କ ଭିଡିଓକୁ ମଧ୍ୟ ବେଶ୍‌ ପସନ୍ଦ କରିଛନ୍ତି।

 

View this post on Instagram

 

A post shared by David Warner (@davidwarner31)


Enter your email to get our daily news in your inbox.

All Right Reserved By Dharitri.Com

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହିଜବୁଲ୍ଲା ଏବଂ ହୂତି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ...

ନିତିନ ଗଡ଼କରୀଙ୍କୁ ଭେଟିଲେ ପ୍ରିୟଙ୍କା ଗାନ୍ଧୀ: ଆଲୋଚନାରେ ଉଠିଲା ‘ଭାଇ-ଭଉଣୀ’ କଥା

ନୂଆଦିଲ୍ଲୀ,୧୮ା୧୨: କେରଳର ବିକାଶମୂଳକ କାର୍ଯ୍ୟକୁ ନେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ଭେଟିଛନ୍ତି ୱାୟାନାଡ୍ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭାଦ୍ରା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri