Posted inଜାତୀୟ

ହଜାରେ ଟଙ୍କାରେ ମିଳିବ ଅକ୍ସଫୋର୍ଡ ଟିକା

ପୁଣେ,୩।୧୨: କରୋନା ଟିକା ମୂଲ୍ୟକୁ ନେଇ ଦୀର୍ଘ ଦିନରୁ ଆଲୋଚନା ହେଉଛି। ରବିବାର ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆର ସିଇଓ ଆଦର ପୁନାୱାଲା ଏହି ଟିକା ମୂଲ୍ୟ ବିଷୟରେ କହିଛନ୍ତି। ଅକ୍ସଫୋର୍ଡ ଟିକା ୨୦୦ ଟଙ୍କାରେ ସରକାରଙ୍କୁ ଦିଆଯିବ ଏବଂ ଜନସାଧାରଣ ଏହି ଟିକାକୁ ୧ ହଜାର ଟଙ୍କା ପାଇବେ। ପୁଣେର ସେରମ ଇନଷ୍ଟିଚ୍ୟୁଟରେ ଅକ୍ସଫୋର୍ଡ-ଏଷ୍ଟ୍ରାଜୈନିକା ଟିକା କୋଭିଶିଲ୍ଡ ପ୍ରସ୍ତୁତ କରାଯାଉଛି। ସୂଚନାଯୋଗ୍ୟ, ଭାରତର ଡ୍ରଗ କଣ୍ଟ୍ରୋଲର୍‌ ଜେନେରାଲ ରବିବାର କୋଭିଶିଲ୍ଡକୁ ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ଦେଇଛନ୍ତି। ସେରମ କମ୍ପାନୀର ସିଇଓ ଆଦର ପୁନାୱାଲା କହିଛନ୍ତି ଯେ, ୪୦-୫୦ ମିଲିୟନ୍‌ ଡୋଜ ଟିକା ପ୍ରୟୋଗ କରିବାକୁ ପ୍ରସ୍ତୁତ। ଏହି ଟିକା ୭-୧୦ ଦିନ ମଧ୍ୟରେ ଉପଲବ୍ଧ ହେବ। ଟିକା ରପ୍ତାନି କରିବାକୁ ସରକାର ଏପର୍ଯ୍ୟନ୍ତ ଆମକୁ ଅନୁମତି ଦେଇନାହାଁନ୍ତି। ସାଉଦି ଆରବ ଏବଂ ଅନ୍ୟ କେତେକ ଦେଶ ସହିତ ଆମର ଦ୍ୱିପାକ୍ଷିକ ସମ୍ପର୍କ ଅଛି। ଆସନ୍ତା କିଛି ସପ୍ତାହ ମଧ୍ୟରେ ଆମେ ସରକାରଙ୍କୁ ଅନୁମତି ଦେବାକୁ କହିବୁ। ଯାହା ଦ୍ୱାରା ଆମେ ଅନ୍ୟ ୬୮ଟି ଦେଶକୁ ଏହି ଟିକା ପ୍ରଦାନ କରିପାରିବ୍‌ୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…

କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍‌ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...

ନବୀନଙ୍କ ଉତ୍ତରାଧିକାରୀକୁ ନେଇ ଚର୍ଚ୍ଚା, ଅଶୋକ ପଣ୍ଡା କହିଲେ ଯେବେ ଯାଏ ନବୀନ ଅଛନ୍ତି…

ଭୁବନେଶ୍ବର,୧।୧: ନୂଆବର୍ଷର ପ୍ରଥମ ଦିନରେ ପୁଣି ଥରେ ନବୀନଙ୍କ ଉତ୍ତରାଧିକାରୀଙ୍କୁ ନେଇ ଚର୍ଚ୍ଚା ବଢ଼ିଛି ।ନବୀନଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ପରେ ମୁହଁ ଖୋଲିଛନ୍ତି ଅଶୋକ...

ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ

ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...

ଭାରତ-ପାକିସ୍ତାନ ପରସ୍ପରକୁ ଦେଲେ ପରମାଣୁ ଘାଟିର ଠିକଣା, କାହିଁକି ନୂଆବର୍ଷରେ ଏମିତି କଲେ ଦୁଇ ଦେଶ? ଜାଣନ୍ତୁ…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ଭାରତ ଏବଂ ପାକିସ୍ତାନ ଗୁରୁବାର (ଡିସେମ୍ବର ୧, ୨୦୨୫) କୂଟନୈତିକ ଚ୍ୟାନେଲ ମାଧ୍ୟମରେ ପରମାଣୁ ପ୍ରତିଷ୍ଠାନ ଏବଂ ସୁବିଧାଗୁଡ଼ିକର ତାଲିକା ଆଦାନପ୍ରଦାନ କରିଥିଲେ। ଭାରତୀୟ...

ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ

ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri