Posted inଖେଳ

ଶ୍ରୀଲଙ୍କା ୧୫୭ ରନରେ ଅଲ୍‌ଆଉଟ

ଜୋହାନ୍ସବର୍ଗ, ୪ା୧(ଏପି)-ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ରବିବାର ଆରମ୍ଭ ହୋଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଆଘାତଜନିତ ସମସ୍ୟାରେ ଥିବା ଶ୍ରୀଲଙ୍କା ୧୫୭ ରନରେ ଅଲଆଉଟ ହୋଇଯାଇଛି। ସେଞ୍ଚୁରିଅନଠାରେ ଅନୁଷ୍ଠିତ ପ୍ରଥମ ଟେଷ୍ଟରେ ଏକ ଇନିଂସ ଓ ୪୫ ରନରେ ପରାସ୍ତ ହୋଇଥିବା ଭ୍ରମଣକାରୀ ଦଳର ବ୍ୟାଟିଂରେ ସୁଧାର ଆସି ନ ଥିଲା। ଦକ୍ଷିିଣ ଆଫ୍ରିକା ପେସ୍‌ବାହିନୀର ପ୍ରଭାବୀ ବୋଲିଂକୁ ସାମ୍‌ନା କରି ନ ପାରି ଶ୍ରୀଲଙ୍କା ୪୦.୩ ଓଭରରେ ୧୫୭ରନ କରି ଅଲଆଉଟ ହୋଇ ଯାଇଥିଲା। ଏନ୍‌ରିଚ୍‌ ନୋର୍ଜେ ୫୬ରନ ବିନିମୟରେ ୬ ଏବଂ ଓ୍ବିଆନ୍‌ ମଲ୍ଡର ୨୫ ରନ ଦେଇ ୩ ଉଇକେଟ ଅକ୍ତିଆର କରିଥିଲେ। ଟସ୍‌ଜିତି ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କାର ଆରମ୍ଭ ଉତ୍ସାହଜନକ ଥିଲା। ୨୦ ଓଭର ପରେ ଦଳର ସ୍କୋର ୭୧/୧ ରହିଥିଲା। ମାତ୍ର ୬୭ ବଲ୍‌ରୁ ୬୦ରନ କରିଥିବା ଓପନିଂ ବ୍ୟାଟ୍ସମ୍ୟାନ କୁସାଲ ପେରେରାଙ୍କ ଆଉଟ ପରେ ଶ୍ରୀଲଙ୍କା ବ୍ୟାଟିଂ ଭୁଶୁଡ଼ି ଯାଇଥିଲା। ମଧ୍ୟାହ୍ନ ଭୋଜନ ବେଳକୁ ଦଳ ୫ ଉଇକେଟରେ ୮୪ ରନ କରିଥିଲା। ଦ୍ୱିତୀୟ ସେସେନରେ ମାତ୍ର ୧୬.୩ ଓଭର ଖେଳି ଶ୍ରୀଲଙ୍କା ଅଲଆଉଟ ହୋଇଯାଇଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ଏହାର ପ୍ରଥମ ଇନିଂସରେ ୧ ଉଇକେଟ ବିନିମୟରେ ୧୪୮ ରନ କରିଛି। ଡିନ୍‌ ଏଲ୍‌ଗାର ୯୨ ଏବଂ ରସି ଭାନ୍‌ଡର ଡସେନ ୪୦ ରନ କରି ଅପରାଜିତ ରହିଥିଲେ।

ସଂକ୍ଷିପ୍ତ ସ୍କୋର
ଶ୍ରୀଲଙ୍କା ପ୍ରଥମ ଇନିଂସ: ୪୦.୩ ଓଭରରେ ୧୫୭ (କୁସାଲ ପେରେରା-୬୦, ଓ୍ବାନିଣ୍ଡୁ ହସରଙ୍ଗା-୨୯, ଏନ୍‌ରିଚ ନୋର୍ଜେ-୬/୫୬, ଓ୍ବିଆନ୍‌ ମଲ୍ଡର-୩/୨୫)।
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ: ୧୪୮/୧ (ଡିନ୍‌ ଏଲ୍‌ଗାର-୯୨*, ରସି ଭାନ୍‌ଡର ଡସେନ-୪୦*, ଅସିଥା ଫର୍ନାଣ୍ଡୋ-୧/୩୦)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

ରାତି ଅଧରେ ଲାଗିଲା ଗାଡ଼ି ଆଉ ତୁରନ୍ତ ଖାଲି ହେଲା ସରକାରୀ ଘର, ଗୋଟିଏ ମାସ ପୂର୍ବରୁ ମିଳିଥିଲା ନୋଟିସ

ପାଟନା,୨୬।୧୨: ବିହାରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରିଙ୍କ ବାସଭବନରୁ ଛୋଟ ଜିନିଷପତ୍ର ହଟାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୁରୁବାର ରାତିରେ, ପାଟନାର ୧୦ ସର୍କୁଲାର ରୋଡରେ ଥିବା...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri