ସଂଗ୍ରାମ ପୁଣି ଜଗତ୍‌ସିଂହପୁର ଜିଲାପାଳ

ଜଗତସିଂହପୁର ଅଫିସ,୪।୧: ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓଏସ୍‌ଡି ଭାବେ କାର୍ଯ୍ୟ କରୁଥିବା ସଂଗ୍ରାମ କେଶରୀ ମହାପାତ୍ର ପୁଣି ଜଗତ୍‌ସିଂହପୁର ଜିଲାପାଳ ଭାବେ ନିଯୁକ୍ତ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି। ଗତ ନଭେମ୍ବର ୩ ତିର୍ତ୍ତୋଲ ଉପନିର୍ବାଚନ ପୂର୍ବରୁ ମହାପାତ୍ରଙ୍କୁ ବଦଳି କରାଯାଇଥିଲା। ଜଟଣୀ ବିଧାୟକ ତଥା କଂଗ୍ରେସ ନେତା ସୁରେଶ କୁମାର ରାଉତରାୟ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କୁ ଚିଠି ଲେଖି ମହାପାତ୍ରଙ୍କ ତୁରନ୍ତ ବଦଳି ଦାବି କରିଥିଲେ। ସେ ଦର୍ଶାଇଥିଲେ ଜିଲାପାଳ ମହାପାତ୍ର ତିର୍ତ୍ତୋଲ ବ୍ଲକ ଶଙ୍ଖେଶ୍ୱର ଗ୍ରାମ ପଞ୍ଚାୟତର ଶରତ ଚନ୍ଦ୍ର ମହାପାତ୍ରଙ୍କ ପୁଅ। ଶରତ ଜନତା ଦଳର ଜଣେ ଆଞ୍ଚଳିକସ୍ତରର ନେତା ଥିଲେ। ତେଣୁ ସେ ଜିଲାପାଳ ରହିଲେ ନିର୍ବାଚନର ସ୍ବଚ୍ଛତା ଓ ନିରପେକ୍ଷତା ଉପରେ ସନ୍ଦେହ ରହିଛି। ଏହି ଅଭିଯୋଗକୁ ଆଧାର କରି ନିର୍ବାଚନ କମିଶନ ମହାପାତ୍ରଙ୍କୁ ବଦଳି ସୁପାରିସ କରିଥିଲେ। ତଦନୁଯାୟୀ ରାଜ୍ୟ ସରକାର ମହାପାତ୍ରଙ୍କୁ ବଦଳି ସହ ତାଙ୍କ ସ୍ଥାନରେ ସରୋଜ କୁମାର ମିଶ୍ରଙ୍କୁ ନୂତନ ଜିଲାପାଳ ଭାବେ ଅବସ୍ଥାପିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୨୦୨୫ର ଶେଷ ୨୦ ତାରିଖ, ପଡୁଛି ଅଶୁଭ ଯୋଗ; ରାତି ଭିତରେ ଘଟିଯିବ…

ଏହି ବର୍ଷର ଶେଷ ୨୦ ତାରିଖ, ଅର୍ଥାତ ୨୦ ଡିସେମ୍ୱର, ୨୦୨୫ ରେ ଏକ ଅତ୍ୟନ୍ତ ଅଶୁଭ ଯୋଗ ସୃଷ୍ଟି ହେଉଛି, ଯାହା ଯୋଗୁଁ ଲୋକମାନଙ୍କୁ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଏମିତି ଦେଶ, ଯେଉଁଠି ଦେଖିବାକୁ ମିଳନ୍ତି ନାହିଁ ପିମ୍ପୁଡ଼ି, କାରଣ ଜାଣିଲେ…

ପିମ୍ପୁଡ଼ି ସବୁଠି ଦେଖାଯାନ୍ତି। ପୃଥିବୀରେ ଏପରି କୌଣସି ସ୍ଥାନ ନାହିଁ, ଯେଉଁଠାରେ ପିମ୍ପୁଡ଼ି ନାହାନ୍ତି। ସାରା ବିଶ୍ୱରେ ବିଭିନ୍ନ ପ୍ରକାରର ପିମ୍ପୁଡ଼ି ଦେଖିବାକୁ ମିଳିଥାନ୍ତି। ସେମାନଙ୍କ...

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ...

ମସ୍କଙ୍କ ବଡ଼ ବିଜୟ! ୭ ବର୍ଷର ଲଢ଼େଇ ଶେଷ, କୋର୍ଟ ଫେରାଇଲେ…..

ନୂଆଦିଲ୍ଲୀ,୨୦ା୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ୍ ମସ୍କ ଏକ ବଡ଼ ବିଜୟ ହାସଲ କରିଛନ୍ତି । ସାତ ବର୍ଷର ଆଇନଗତ ଲଢ଼େଇ ପରେ, ଡେଲାୱେର୍...

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri