Posted inଖେଳ

ଭାରତୀୟ କ୍ରିକେଟର୍‌ଙ୍କ ଅଭିଯୋଗ: ପଶୁଙ୍କ ଭଳି ଆମ ସହ ବ୍ୟବହାର ନ କରାଯାଉ

ସିଡନୀ,୪।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଲାଯାଉଥିବା ବର୍ଡର-ଗାର୍ଭସ୍କର ଟ୍ରଫିର ତୃତୀୟ ମ୍ୟାଚ୍‌ ଜାନୁଆରୀ ୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ଟେଷ୍ଟ ମ୍ୟାଚ୍‌ ପୂର୍ବରୁ କ୍ୱାରାଣ୍ଟାଇନ୍‌ ନିୟମକୁ ନେଇ ବିବାଦ ଦେଖାଯାଇଛି। କରୋନା ଯୋଗୁ ବିଭିନ୍ନ ଦେଶରେ ବିଭନ୍ନ ନିୟମ କରାଯାଇଛି। କ୍ରିକେଟର୍ସମାନଙ୍କ ପାଇଁ ମଧ୍ୟ ଏହି ନିୟମ ହୋଟେଲରେ ଲାଗୁ ହୋଇଛି। ଭାରତୀୟ କ୍ରିକେଟର୍ସଙ୍କ ପାଇଁ ଏହି ଭେଦଭାବପୂର୍ଣ୍ଣ ନିୟମକୁ ନେଇ ଆପତ୍ତି ରହିଛି। ସିଡନୀ ଟେଷ୍ଟ ପୂର୍ବରୁ ଭାରତୀୟ ଦଳର ପ୍ରତ୍ୟେକ ଖେଳାଳି ଏବଂ ସପୋର୍ଟ ଷ୍ଟାଫ୍‌ଙ୍କ କରୋନା ଟେଷ୍ଟ କରାଯାଇଥିଲା। ସମସ୍ତଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ଏହାସତ୍ତ୍ୱେ ଖେଳାଳିଙ୍କୁ ହୋଟେଲ୍‌ କ୍ୱାରାଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିରେ ଦଳର ଖେଳାଳି ଆପତ୍ତି ଉଠାଇଛନ୍ତି। ସେମାନେ କହିଛନ୍ତି ଯଦି ଦର୍ଶକଙ୍କୁ ମ୍ୟାଚ୍‌ ଦେଖିବାକୁ ଅନୁମତି ଦିଆଯାଉଛି ତେବେ ଆମେ କାହିଁକି ହୋଟେଲ୍‌ କ୍ୱାରାଣ୍ଟାଇନରେ ରହିବୁ। ଚିଡିଆ ଘରେ ରହୁଥିବା ପଶୁମାନଙ୍କ ଭଳି ଆମ ସହ ବ୍ୟବହାର କରାଯାଉ। ଆମେ ସରକାରୀ ନିୟମ ମାନିବାକୁ ପ୍ରସ୍ତୁତ କିନ୍ତୁ ଅଷ୍ଟ୍ରେଲିଆ ଖେଳାଳିଙ୍କ ସହ ଯେଉଁଭଳି ବ୍ୟବହାର କରାଯାଉଛି ସେମିତି ଆମ ସହ କରାଯାଉ। ଅନ୍ୟ ଦେଶର ଭାବି ଏଭଳି କଠୋର ନିୟମ କରାଯିବାର ଯଥାର୍ଥତା ନାହିଁ ବୋଲି ଭାରତୀୟ ଖେଳାଳି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri