ମୋଟା ହେବା ଲାଗି

ସ୍ଲିମ୍‌ ଫିଗର ସର୍ବଦା ଆକର୍ଷଣୀୟ ଲାଗିଥାଏ। ହେଲେ ଆବଶ୍ୟକରୁ ଅଧିକ ପତଳା ହେବା ବି ବ୍ୟକ୍ତିତ୍ୱରେ ଆଞ୍ଚ ଆଣିଥାଏ। ତେଣୁ ଏଭଳି ଫିଗର ଥିବା ମହିଳା ଅଳ୍ପ ମୋଟା ହୋଇ ନିଜ ଫିଗର ସୁନ୍ଦର କରିବା ଆଳରେ ବିଭିନ୍ନ ଔଷଧ ଖାଇବା ସହ କେହି କେହି ଏହାର ପାର୍ଶ୍ୱପ୍ରତିକ୍ରିୟାର ଶିକାର ମଧ୍ୟ ହେଉଥିବା
ଦେଖିବାକୁ ମିଳୁଛି। ତେଣୁ ପ୍ରାକୃତିକ ଉପାୟରେ ଓଜନ ବୃଦ୍ଧି ଲାଗି ଜାଣି ରଖନ୍ତୁ ଟିପ୍ସ..

ସର୍ବପ୍ରଥମେ ସବୁପ୍ରକାର ପୌଷ୍ଟିକ ଖାଦ୍ୟ ଖାଆନ୍ତୁ। ଖାଦ୍ୟରେ କ୍ୟାଲୋରୀ ମାତ୍ରା ବଢ଼ାନ୍ତୁ। ପ୍ରୋଟିନ୍‌ ଯୁକ୍ତ ଖାଦ୍ୟ ଯେତେ ଅଧିକ ଗ୍ରହଣ କରିବେ ସେତେ ଶୀଘ୍ର ଲାଭ ପାଇବେ।
ଶସ୍ୟଜାତୀୟ ଖାଦ୍ୟ, ଫଳ, ପନିପରିବା ଆଦିରେ ପର୍ଯ୍ୟାପ୍ତ ପରିମାଣରେ କାର୍ବୋହାଇଡ୍ରେଟ୍‌ ରହିଛି। ତେଣୁ ଏହାକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ଓଜନ ବଢ଼ିବାରେ ସାହାଯ୍ୟ କରିବ।
ଫଳ ମଧ୍ୟରେ ଓଜନ ବଢ଼ାଇବା ଲାଗି କଦଳୀ ସବୁଠୁ ଭଲ। ପ୍ରତିଦିନ ଦୁଇଟି ପାଚିଲା କଦଳୀ ଖାଆନ୍ତୁ। ନ ହେଲେ ସକାଳୁ ଏହାର ସେକ୍‌ ପିଇପାରିବେ। କ୍ଷୀର କଦଳୀ ଚକଟି ଖାଇବା ବି ଲାଭଦାୟକ।
ପନୀରର ବିଭିନ୍ନ ଆଇଟମ୍‌ ଖାଆନ୍ତୁ। ସେହିପରି ଆମିଷ ଖାଇବା ବି ଓଜନ ବଢାଇବାରେ ସାହାଯ୍ୟ କରିଥାଏ।
ସକାଳ ଜଳଖିଆରେ ବ୍ରେଡ୍‌ ସହ ୨ଟି ସିଝା ଅଣ୍ଡା କିମ୍ବା ଅମ୍‌ଲେଟ୍‌ ଖାଆନ୍ତୁ। ଏହା ଖୁବ୍‌ ଶୀଘ୍ର ଆପଣଙ୍କ ସ୍ବାସ୍ଥ୍ୟରେ ପରିବର୍ତ୍ତନ ଆଣିବାରେ ସାହାଯ୍ୟ କରିବ।
ଖାଦ୍ୟ ତାଲିକାରେ ବଟରକୁ ସାମିଲ କରନ୍ତୁ। ବିଶେଷ କରି ପିନଟ୍‌ ବଟରରେ ଥିବା ମୋନୋସାଚୁରେଟେଡ୍‌ ଫ୍ୟାଟ୍‌ ଆପଣଙ୍କ ଓଜନ ଶୀଘ୍ର ବଢାଇବ।
ମନେରଖନ୍ତୁ ମୋଟା ହେବା ଆଳରେ ଅଧିକ ତେଲ ମସଲାଯୁକ୍ତ ଖାଦ୍ୟ, ଫାଷ୍ଟଫୁଡ୍‌, ଫୁଡ୍‌ ସପ୍ଲିମେଣ୍ଟ, ପ୍ରୋଟିନ୍‌ ପାଉଡର ଆଦି ଗ୍ରହଣ କରିବା ଠିକ୍‌ ନୁହେଁ। କାରଣ ଏହା ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜିଥାଏ। ତେଣୁ ସୁଷମ ଆହାର ଗ୍ରହଣ କରନ୍ତୁ। ଓଜନ ବଢୁଛି କି ନାହିଁ ଜାଣିବା ଲାଗି ମାସକୁ ଥରେ ମାପିବାକୁ ଭୁଲନ୍ତୁ ନାହିଁ। ନଚେତ୍‌ ଆବଶ୍ୟକରୁ ଅଧିକ ମୋଟା ହେବା ଦ୍ୱାରା ବି ଅସୁବିଧା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri