ଲଗାତାର ରାଜ୍ୟରେ ୨୦୦ରୁ କମ୍‌ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ୨ ମୃତ

ଭୁବନେଶ୍ୱର,୫।୧(ବ୍ୟୁରୋ): ଲଗାତାର ୩ ଦିନହେଲା ରାଜ୍ୟରେ ୨୦୦ରୁ କମ୍‌ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି।
ରାଜ୍ୟରେ ମଙ୍ଗଳବାର ୧୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୦ ହଜାର ୬୯୦ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳରୁ ଜିଲାରୁ ସର୍ବାଧିକ ୩୪ ଜଣ ଲେଖାଏ ଥିବା ବେଳେ ବାଲେଶ୍ୱରରୁ ୩, ବରଗଡ଼ରୁ ୧୦, ଭଦ୍ରକରୁ ୩ , ବଲାଙ୍ଗୀରରୁ ୧୪, ବୌଦ୍ଧରୁ ୧, କଟକରୁ ୯, ଓ ଗଞ୍ଜାମରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୪, ଯାଜପୁରର ୬, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୧୯, ଖୋର୍ଦ୍ଧାରୁ ୧୭, ମୟୂରଭଞ୍ଜରୁ ୧୧ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୧ , ନୟାଗଡ଼ରୁ ୨, ନୂଆପଡ଼ାରୁ ୨, ପୁରୀରୁ ୯, ସମ୍ବଲପୁରରୁ ୯ ଏବଂ ସୁବର୍ଣ୍ଣପୁରରୁ ୩ ଆକ୍ରାନ୍ତ ଅଛନ୍ତି।
ସେହପରି ରାଜ୍ୟରେ କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୮୮୭କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୃତକ ଦ୍ୱୟ ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲାର।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ପ୍ରଶାସନର ପକ୍ଷପାତିତା: ସ୍ବାଧୀନ ବିଧାୟକଙ୍କୁ ଟାଣିଲା ବିଜେଡି  

 ନିଶ୍ଚିନ୍ତକୋଇଲି,୧୫।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା  ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନର ଅପରିଣାମଦର୍ଶିତା ପାଇଁ ବହୁ ଟଙ୍କା ଫେରିଯାଇଛି। ଉନ୍ନୟନ କାଯ୍ୟକ୍ରମ ଠପ୍‌ ହୋଇଯାଇଛି। ଏହାର ପ୍ରତିବାଦରେ...

ମାଂସ ଶିକାରୀଙ୍କ ଲୋଲୁପଦୃଷ୍ଟିରେ ଭିତରକନିକା: କଟକଣା ସତ୍ତ୍ୱେ ନିଷିଦ୍ଧାଞ୍ଚଳରୁ…

କେନ୍ଦ୍ରାପଡ଼ା,୧୫ା୧୨ (ଜଗନ୍ନାଥ ଧଳ): ଏବେ ପିକ୍‌ନିକ୍‌ ଋତୁ ଆରମ୍ଭ ହୋଇଛି। ଏଥିସହ ଆଗକୁ ବଡ଼ଦିନ ଓ ନୂଆବର୍ଷ ଥିବାରୁ ଭୋଜି ପାଇଁ ଶିକାରୀଙ୍କ ଲୋଲୁପଦୃଷ୍ଟି ଜାତୀୟ...

ପ୍ରବଳ ଶୀତ: ରାଜ୍ୟର ସବୁଠାରୁ ଥଣ୍ଡା ସହର ଜି ଉଦୟଗିରି

ଜି ଉଦୟଗିରି, ୧୫।୧୨( ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ସହର ସମେତ ଆଖ ପାଖ ଅଞ୍ଚଳରେ କ୍ରମାଗତ ୧୦ ଦିନ ହେବ...

ସରକାରଙ୍କ ବଡ଼ ଘୋଷଣା, ବଢ଼ିଲା ଆୟୁର୍ବେଦିକ-ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୧୫ା୧୨: ବଢ଼ିଲା ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍...

ଶାନ୍ତ ପଡ଼ିଲା ମାଲକାନଗିରିରି: ସ୍ବାଭାବିକ ହେଲା ଇଣ୍ଟରନେଟ ସେବା

ମାଲକାନଗିରି,୧୫।୧୨(ଦୁଯ୍ୟୋଧନ ପାତ୍ର): ଶାନ୍ତ ପଡ଼ିଲା ମାଲକାନଗିରିରି। ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ହିଂସାର ୮ ଦିନ ପରେ ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ଗତ ସୋମବାର...

ତୀର୍ଥଯାତ୍ରାରେ ବାହାରିଲେ ୭୭୫ ଜଣ ବରିଷ୍ଠ ନାଗରିକ: ସବୁଜ ପତାକା ଦେଖାଇଲେ ଉପମୁଖ୍ୟମନ୍ତ୍ରୀ

ରାୟଗଡା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣରେ ଯାଇଛନ୍ତି ୭୭୫ ଜଣ ବରିଷ୍ଠ ନାଗରିକ।...

Gold Silver Price: ୨୦ ବର୍ଷରେ ରେକର୍ଡ ଭାଙ୍ଗିଲା ରୂପା ଦର, ଆଜି ପୁଣି ବଢ଼ିଲା ସୁନା

ନୂଆଦିଲ୍ଲୀ,୧୫।୧୨: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ବୃଦ୍ଧି ପାଉଛି । ଯଦି ଦେଖାଯାଏ, ତେବେ ରୂପା ଦର ୧୨ହଜାରରୁ ୨...

ଧର୍ମଶାଳା ଗଣ୍ଡଗୋଳ: ରାଜନୀତି ଛକାପଞ୍ଝାରେ ୨ ଗୋଷ୍ଠୀ, ଗାଁରେ  କୋକୁଆ ଭୟ   

ଧର୍ମଶାଳା,୧୫।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ଗଣ୍ଡଗୋଳକୁ ନେଇ ଧାରଣା, ରାଜନୀତି ଛକାପଞ୍ଝା ଦେଖିବାକୁ ମିଳିଛି। ଭୁବନେଶ୍ବରରେ ବିଜେଡି ଓ ଯାଜପୁରରେ ଭାଜପାର ଧାରଣା। ବିଧାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri