କାନ୍ଧ ତଳକୁ ହାତରେ ଦିଆଯିବ କରୋନା ଟିକା: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର, ୫।୧(ବ୍ୟୁରୋ): କାନ୍ଧ ତଳକୁ ହାତରେ ଦିଆଯିବ କରୋନା ଟିକା । ମଙ୍ଗଳବାର ଏହି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ।
ସେ କହିଛନ୍ତି, ଟିକା ଦେବାକୁ ଆମେ ପ୍ରସ୍ତୁତ । ଟିକାକରଣ ପାଇଁ ରାଜ୍ୟରେ ୨୯ ହଜାର କେନ୍ଦ୍ର ରହିଛି । ପ୍ରଥମେ ଟିକାକରଣ କେନ୍ଦ୍ରରେ ସବୁ ବ୍ୟବସ୍ଥା ତଦାରଖ କରାଯିବ । ପ୍ରତୀକ୍ଷାଳୟ, ଟିକାକରଣ ଓ ନୀରିକ୍ଷଣ ରୁମ୍‌ ଅଛି ନା ନାହିଁ ତଦାରଖ ହେବ।
ଟିକାକରଣ ସମୟରେ ପ୍ରଥମେ ପ୍ରତୀକ୍ଷାଳୟରେ ଟିକା ନେବାକୁ ଆସିଥିବା ଲୋକଙ୍କ ତଥ୍ୟ ଯାଞ୍ଚ ହେବ । ସେମାନଙ୍କ ନାଁ ଡାଟାବେସ୍‌ରେ ଅଛି ନା ନାହିଁ ଯାଞ୍ଚ ହେବ । ଏହା ପରେ ଟିକାକରଣ ରୁମ୍‌ରେ ବାକି ତଥ୍ୟ ଯାଞ୍ଚ ହୋଇ ଟିକା ଦିଆଯିବ । ଟିକା ନେବା ପରେ ଅବଜରଭେସନ ରୁମ୍‌ରେ ୩୦ ମିନିଟ ରଖାଯିବ । ପାର୍ଶ୍ୱ ପ୍ରତିକ୍ରିୟା ଦେଖା ନ ଗଲେ ସେମାନଙ୍କୁ ଛଡ଼ାଯିବ ବୋଲି ପାଣିଗ୍ରାହୀ କହିଛନ୍ତି। ଚଳିତ ମାସ ଶେଷ ସୁଦ୍ଧା କରୋନା ଟିକା ଓଡ଼ିଶାକୁ ପହଞ୍ଚିପାରେ ବୋଲି ଆଶାବ୍ୟକ୍ତ କରିଛନ୍ତ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ।
ଜାନୁଆରୀ ୩୦ ସୁଦ୍ଧା ଟିକା ଆସିଯିବ ବୋଲି କିଛି ଦିନ ପୂର୍ବେ ସ୍ବାସ୍ଥ୍ୟ ମନ୍ତ୍ରୀ କହିଥିଲେ। ପ୍ରଥମେ କରୋନା ଯୋଦ୍ଧାଙ୍କୁ ଟିକା ଦିଆଯିବ। ତା’ପରେ ବୟସ୍କଙ୍କୁ ଦେବା ପାଇଁ ଆଲୋଚନା ହୋଇଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗାଇଡଲାଇନ ଆସିଲେ ବ୍ୟବସ୍ଥା କରାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକଙ୍କ ପଦଯାତ୍ରା

କେସିଙ୍ଗା,୨୭।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ବାଲସି ଗ୍ରାମ ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଜେଡି ଦଳର ବିଧାୟିକା ପ୍ରାର୍ଥୀନୀ ଲଳିତା ନାଏକ ଶନିବାର...

କଟକ-ଭୁବନେଶ୍ୱରକୁ ରେଡ୍‌ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୨୭।୪: ତାତିରୁ ନିସ୍ତାର ନାହିଁ। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଶନିବାର ଲାଗି କଟକ-ଭୁବନେଶ୍ୱର(ଟୁଇନ୍‌ ସିଟି)କୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏଠାରେ...

ବିଜେଡି ଛାଡ଼ିବା ସଙ୍କେତ ଦେଲେ ସମୀର !

ନିମାପଡ଼ା,୨୭।୪: ନିମାପଡ଼ା ବିଧାନସଭା ଆସନ ଲାଗି ବିଜେଡି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ହେଲେ ଏଯାଏ ସଦ୍ୟ ସାମିଲ ହୋଇଥିବା ପ୍ରାର୍ଥୀ ଦିଲୀପ ନାୟକ ପ୍ରଚାର...

‘ଓଡ଼ିଶାରେ କେବଳ ନବୀନ ଇଞ୍ଜିନ ଚାଲିବ’

ନୂଆପଡା,୨୭।୪: ଓଡିଶାରେ ଚାଲିବ କେବଳ ନବୀନ ଇଞ୍ଜିନ । ୨୪ ବର୍ଷ ଧରି ରାଜ୍ୟରେ ନବୀନ ଇଞ୍ଜିନ ଚାଲିଛି, ଆହୁରି ଚାଲିବ। ପଡୋଶୀ ଛତିଶଗଡରେ ଡବଲ...

ଲୁଣା ନଦୀରେ ଗୋଡ଼ ଖସି ଛାତ୍ରୀ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ମହାକାଳପଡ଼ା,୨୭।୪( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମରେ ଏକ ଅଘଟଣ ଘଟିଛି। ଦୁଇ ସାଙ୍ଗ ନିକଟ...

ଏଯାଏ ଛିଣ୍ଡୁନି ଅଙ୍କ, ଚିନ୍ତାରେ ଆଶାୟୀ; ଆଉ ୬-୧୫-୯ ଆସନ ବାକି

ଭୁବନେଶ୍ୱର,୨୭।୪: ନିର୍ବାଚନ ତାରିଖ ପାଖେଇ ଆସିଲେ ହେଁ ରାଜ୍ୟର ୩ ପ୍ରମୁଖ ଦଳ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ଏଯାବତ ବିଜେଡି ୬, ଭାଜପା...

ରାଜଧାନୀ ତାତି ଟପିଲା ୪୧

ଭୁବନେଶ୍ୱର,୨୭।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହି କ୍ରମରେ ଦିନ ସାଢ଼େ ୧୧ରେ ଭୁବନେଶ୍ବର ତାପମାତ୍ରା ୪୧.୨ ଡିଗ୍ରୀ ପାର କରିଛି। ସେହିପରି...

ଟିକେଟ୍‌ କଟିବା ପରେ କଂଗ୍ରେସରୁ ଇସ୍ତଫା ଦେଲେ ମୋହନ ହେମ୍ବ୍ରମ, କହିଲେ ୪୮ ଘଣ୍ଟାରେ ୭ ଲକ୍ଷ ନ ଦେଲେ…

ଭୁବନେଶ୍ୱର,୨୭।୪: ଟିକେଟ୍‌ କଟିବା ପରେ କଂଗ୍ରେସ ଛାଡିଲେ ମୋହନ ହେମ୍ବ୍ରମ ଏବଂ ତାଙ୍କ ପତ୍ନୀ। କଂଗ୍ରେସ ଉପରେ ବର୍ଷିବା ସହ ଶନିବାର ଦଳର ସଦସ୍ୟ ପଦରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri