Posted inଖେଳ

ନେଟ୍ସକୁ ଫେରିଲେ ଭୁବନେଶ୍ୱର

ମାଞ୍ଚେଷ୍ଟର, ୨୬।୬- ଚଳିତ ଆଇସିସି ବିଶ୍ୱକପ୍‌ର ଏକ ମ୍ୟାଚ୍‌ରେ ଭାରତୀୟ ଦଳ ଗୁରୁବାର ଦୁଇଥର ବିଶ୍ୱ ଚାମ୍ପିୟନ ଓ୍ବେଷ୍ଟଇଣ୍ଡିକୁ ଭେଟିବାକୁ ଯାଉଛି। ତେବେ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ପାଇଁ ଏକ ଖୁସି ଖବର ଆସିଛି। ଦଳର ପ୍ରମୁଖ ଷ୍ଟ୍ରାଇକ ବୋଲର ଭୁବନେଶ୍ୱର କୁମାର (ଭୁବି) ଆଘାତଜନିତ ସମସ୍ୟାରୁ ମୁକୁଳି ମଙ୍ଗଳବାର ନେଟ୍ସ ସେସନରେ ଯୋଗ ଦେଇଛନ୍ତି। ଗତ ୧୬ରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ଅବସରରେ ବୋଲିଂ କରୁଥିବାବେଳେ ଭୁବି ଆଘାତ ପାଇଥିଲେ। ଫଳରେ ସେହି ମ୍ୟାଚ୍‌ରେ ମାତ୍ର ୨.୪ ଓଭର ବୋଲିଂ କରି ସେ ପଡ଼ିଆ ଛାଡ଼ିଥିଲେ। ତାଙ୍କ ବଦଳ ଖେଳାଳି ଭାବେ ମହମ୍ମଦ ସାମି ଆଫଗାନିସ୍ତାନ ବିପକ୍ଷ ପରବର୍ତ୍ତୀ ମ୍ୟାଚ୍‌ରେ ଚୂଡ଼ାନ୍ତ ଏକାଦଶରେ ସ୍ଥାନ ପାଇଥିବାବେଳେ ହ୍ୟାଟ୍ରିକ ଉଇକେଟ୍‌ ଅକ୍ତିଆର କରି ବିରଳ କ୍ଲବରେ ସ୍ଥାନ ପାଇଥିଲେ। ଭୁବନେଶ୍ୱର ଠିକ୍‌ ସମୟରେ ସୁସ୍ଥ ହୋଇ ନ ପାରିବେ ସେହି ସନ୍ଦେହରେ ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ଦିଲ୍ଲୀର ନବଦୀପ୍‌ ସାଇନ୍‌ଙ୍କୁ ନେଟ୍ସ ବୋଲର ଭାବେ ଦଳ ସହ ଯୋଗଦେବାକୁ ସୋମବାର କୁହାଯାଇଥିଲା। ତେବେ ଏହାର ଗୋଟିଏ ଦିନ ପରେ ବିସିସିଆଇ ଏହାର ଟୁଇଟର୍‌ ଆକାଉଣ୍ଟରେ ଭୁବନେଶ୍ୱର କୁମାର ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଇନ୍‌ଡୋର ଷ୍ଟାଡିୟମରେ ବୋଲିଂ କରୁଥିବାର ଭିଡିଓ ପୋଷ୍ଟ କରିଛି। ଫଳରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଭୁବିଙ୍କ ଖେଳିବା ନେଇ ଦେଖାଦେଇଥିବା ସନ୍ଦେହ ଏବେ ଦୂର ହୋଇଛି। ଭାରତ ବର୍ତ୍ତମାନ ୫ ମ୍ୟାଚ୍‌ରୁ ୪ ବିଜୟ ଓ ଗୋଟିଏ ବିନା ଫଳାଫଳ ସହ ୯ ପଏଣ୍ଟ ପାଇ ଟେବୁଲ ତାଲିକାର ୩ୟ ସ୍ଥାନରେ ରହିଛି। ସେମିଫାଇନାଲରେ ସ୍ଥାନ ସୁରକ୍ଷିତ କରିବା ପାଇଁ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଜିତିବା ଭାରତ ପାଇଁ ନିତ୍ୟାନ୍ତ ଜରୁରୀ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri