ବାପଘରକୁ ନେବା ବାଟରେ ସ୍ତ୍ରୀଙ୍କୁ ମାରିଦେଲେ

ଉମରକୋଟ, ୬।୧(ସ୍ବ.ପ୍ର.): ପାରିବାରିକ କଳହକୁ କେନ୍ଦ୍ର କରି ମଙ୍ଗଳବାର ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ୟୁଭି-୫୨ ଗ୍ରାମର ବିପ୍ଳବ ବିଶ୍ବାସ ତାଙ୍କ ସ୍ତ୍ରୀ ସିପ୍ରାଙ୍କୁ ହତ୍ୟା କରିଛନ୍ତି। ଏହାପରେ ବିପ୍ଳବ ଉମରକୋଟ ଥାନାରେ ଆତ୍ମସମର୍ପଣ କରିଛନ୍ତି।
ପ୍ରକାଶ ଯେ, ବିପ୍ଳବ ଦେଢ଼ବର୍ଷ ତଳେ ମୂର୍ତ୍ତୃମା ଗ୍ରାମର ସିପ୍ରାଙ୍କୁ ବିବାହ କରିଥିଲେ। ସେମାନଙ୍କର ଦେଢ଼ମାସର ଏକ କନ୍ୟା ସନ୍ତାନ ଅଛି। ବିଭିନ୍ନ କାରଣରୁ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ କଳହ ଲାଗୁଥିଲା। ବିପ୍ଳବ ଅନେକ ସମୟରେ ସିପ୍ରାଙ୍କୁ ମାର୍‌ପିଟ୍‌ ମଧ୍ୟ କରୁଥିଲେ। ସିପ୍ରାଙ୍କ ବାପଘର ଲୋକେ ଜାଣିବା ପରେ ଏହାକୁ ନେଇ ଏକ ମିଟିଂ କରାଯାଇଥିଲା। କିଛିଦିନ ସିପ୍ରା ବାପଘରେ ରହିବେ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ମଙ୍ଗଳବାର ବିପ୍ଳବ ଶିଶୁକନ୍ୟା ଓ ସିପ୍ରାଙ୍କୁ ଶ୍ୱଶୁରଘରକୁ ଛାଡିବାକୁ ଯାଇଥିଲେ। ଏହି ସମୟରେ ଚିକଲପଦର-ଅଧିକାରୀଗୁଡା ରାସ୍ତାରେ ଗାଡ଼ି ଅଟକାଇ ସିପ୍ରାଙ୍କ ଶାଢ଼ି ଚିରି ତାଙ୍କ ବେକରେ ଗୁଡ଼ାଇ ଶ୍ୱାସରୁଦ୍ଧ କରିବା ପରେ ତାଙ୍କ ମୁଣ୍ଡକୁ ଛେଚି ହତ୍ୟା କରିଥିଲେ। ଏହାପରେ ଶିଶୁକନ୍ୟାକୁ ଅଧିକାରୀଗୁଡା ଗ୍ରାମର ଜଣଙ୍କ ଘରେ ଛାଡି ଉମରକୋଟ ଥାନାରେ ଆତ୍ମସମର୍ପଣ କରିଥିଲେ। ଥାନାରେ ମାମଲା (ନଂ.୭/୨୧) ରୁଜୁ କରାଯାଇ ଥାନାଧିକାରୀ ନରେଶ କୁମାର ପ୍ରଧାନ ଓ ଏସ୍‌ଡିପିଓ ହେମନ୍ତ କୁମାର ପାଢ଼ୀ ଏକ ଟିମ୍‌ ସହଯାଇ ମୃତଦେହକୁ ଜବତ କରିଥିଲେ। ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଅଭିଯୁକ୍ତଙ୍କୁ କଠୋରରୁ ଅତି କଠୋର ଦଣ୍ଡ େ‘ଦବାକୁ ସିପ୍ରାଙ୍କ ବାପା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

ଗଞ୍ଜାମରେ ଫ୍ଲାଇଂ ସ୍କ୍ବାଡର ଯାଞ୍ଚ କଡାକଡି

ଛତ୍ରପୁର ୭।୫(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲାରେ ଚଳିତ ମାସ ୧୩ରେ ଚତୁର୍ଥ ପର୍ଯ୍ୟାୟ ଏବଂ ୨୦ରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।...

ବଜ୍ରପାତରେ ଚାଲିଗଲା ୯ ଗୋରୁଙ୍କ ଜୀବନ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ, ୭/୫ (ଅରୁଣ ସାହୁ /ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଜନଜୀବନ ପ୍ରଭାବିତ ହୋଇଛି।...

ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି

ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ...

କଂଗ୍ରେସ ଛାଡିଲେ ଚିତ୍ତରଞ୍ଜନ, ନେଲେ ବଡ଼ ନିଷ୍ପତ୍ତି

ନୀଳଗିରି,୭।୫: କଂଗ୍ରେସ ଛାଡିଲେ ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ। ଚଳିତ ନିର୍ବାଚନର ବାଲେଶ୍ୱର ଲୋକ ସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ବିରୋଧରେ ଦୁର୍ବ୍ୟବହାର ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri