ପଲିଥିନ୍‌ କାରଖାନାରେ ଚଢ଼ାଉ

ଭୁବନେଶ୍ୱର, ୬।୧(ବ୍ୟୁରୋ): ଭଗବାନପୁର ଅଞ୍ଚଳର ଏକ ପଲିଥିନ୍‌ କାରଖାନାରେ ମଙ୍ଗଳବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ଚଢ଼ାଉ କରିଛି। ଏହି କାରଖାନାରୁ ୨୫ କେଜି ବିଶିଷ୍ଟ ୬୯ଟି ପଲିଥିନ୍‌ କ୍ୟାରିବ୍ୟାଗ୍‌ ବସ୍ତା ଜବତ କରାଯିବା ସହ ମାଲିକଙ୍କୁ ୧୦ ହଜାର ଟଙ୍କା ଜରିମାନା କରାଯାଇଛି। ଡି.ଏନ୍‌. ରେଗାଲିଆ ମଲ୍‌ ପଛପଟେ ଥିବା ଏହି କାରଖାନାକୁ ବିଏମ୍‌ସି ଦକ୍ଷିଣ-ପଶ୍ଚିମ ଜୋନ୍‌ର ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡ୍‌ ଅଚାନକ ପରିଦର୍ଶନ କରିବାକୁ ଯିବାବେଳେ ବହୁ ପରିମାଣର ବେଆଇନ୍‌ ପଲିଥିନ୍‌ କ୍ୟାରିବ୍ୟାଗ୍‌ ଦେଖିବାକୁ ପାଇଥିଲେ। ବିଏମ୍‌ସି ଟିମ୍‌ ସହ ପୋଲିସ୍‌ ଫୋର୍ସଙ୍କୁ ଦେଖି କାରଖାନାର କର୍ମଚାରୀମାନେ ବେଆଇନ୍‌ ସାମଗ୍ରୀଗୁଡ଼ିକୁ ବାହାରେ ଫିଙ୍ଗିଦେବାକୁ ଚେଷ୍ଟା କରିଥିଲେ। ତେବେ ଏହି ସମୟରେ ସେଗୁଡ଼ିକୁ ଏନ୍‌ଫୋର୍ସମେଣ୍ଟ ଟିମ୍‌ ଜବତ କରିଥିଲା।
ସୂଚନା ଅନୁଯାୟୀ, ପୂର୍ବବର୍ଷ ବେଆଇନ୍‌ କାର୍ଯ୍ୟ ପାଇଁ ଧରାପଡ଼ିଥିବା ଉକ୍ତ କାରଖାନା କିପରି କଟକଣା ମାନୁଛି ତାହା ପରଖିବାକୁ ମଙ୍ଗଳବାର ଦକ୍ଷିଣ-ପଶ୍ଚିମ ଜୋନ୍‌ର ଏନ୍‌ଫୋର୍ସମେଣ୍ଟ ଟିମ୍‌, ପୋଲିସ୍‌ ଏବଂ ସେଣ୍ଟ୍ରାଲ୍‌ ଏନ୍‌ଫୋର୍ସମେଣ୍ଟ ଟିମ୍‌ ଯାଇଥିଲେ। କାରଖାନାରେ ବିଭିନ୍ନ ଉତ୍ପାଦିତ ଦ୍ରବ୍ୟକୁ ଦେଖିବା ପରେ ୬୯ଟି ୨୫କେଜି ବିଶିଷ୍ଟ ପଲିଥିନ୍‌ କ୍ୟାରିବ୍ୟାଗ୍‌ ବସ୍ତା ଠାବ କରିଥିଲେ। ପରେ ଦକ୍ଷିଣ-ପଶ୍ଚିମ ଜୋନ୍‌ର ଜୋନାଲ୍‌ ଡେପୁଟି କମିଶନର ରବିନାରାୟଣ ଜେଠୀ ଉକ୍ତ କାରଖାନାକୁ ଯାଇ ବେଆଇନ୍‌ ସାମଗ୍ରୀଗୁଡ଼ିକ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ଜଣାଇଥିଲେ। ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ପରିବେଶ ବିଜ୍ଞାନୀ ରେବତୀ ମିଶ୍ରଙ୍କ ସହିତ ଲ୍ୟାବ୍‌ ଆନାଲିଷ୍ଟମାନେ ଆସି ବେଆଇନ୍‌ ପଲିଥିନ୍‌ ସାମଗ୍ରୀଗୁଡ଼ିକୁ ଚିହ୍ନଟ କରିଥିଲେ। ଏହାପରେ ଡେପୁଟି କମିଶନର ଶୁଭେନ୍ଦୁ କୁମାର ସାହୁଙ୍କ ନିର୍ଦ୍ଦେଶକ୍ରମେ ବିଏମ୍‌ସି ଏସ୍‌ବିଏ ସେଲ୍‌ର ଏନ୍‌ଭାୟରନ୍‌ମେଣ୍ଟ ଏକ୍ସପର୍ଟ କୀର୍ତ୍ତିମାନ୍‌ ଷଡ଼ଙ୍ଗୀ ଏବଂ ସୁନିଲ୍‌ କୁମାର ସାମଲ ଉକ୍ତ କାରଖାନାକୁ ଯାଇ ବେଆଇନ୍‌ ସାମଗ୍ରୀ ଗୁଡ଼ିକର ସମୀକ୍ଷା କରିବା ସହିତ ଏସବୁର ବିବରଣୀ ବିଏମ୍‌ସିକୁ ହସ୍ତାନ୍ତର କରିଛନ୍ତି। ଭବିଷ୍ୟତରେ ଏପରି ସାମଗ୍ରୀ ଉତ୍ପାଦନ ନ କରିବାକୁ କାରଖାନା କର୍ତ୍ତୃପକ୍ଷଙ୍କୁ କଡ଼ା ଚେତବନୀ ଦିଆଯାଇଛି। ଭୁବନେଶ୍ୱର ମହାନଗର ନିଗମାଞ୍ଚଳକୁ ପଲିଥିନ୍‌ ଏବଂ ଏକକ ବ୍ୟବହାରଯୁକ୍ତ ପ୍ଲାଷ୍ଟିକ୍‌ଠାରୁ ଦୂରେଇ ରଖି ପରିବେଶବନ୍ଧୁ ସହର କରି ଗଢ଼ି ତୋଲିବାର ପ୍ରୟାସ ଜାରି ରହିଛି ବୋଲି କର୍ତ୍ତୃପକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri