ଆଖିବୁଜିଲା ବାଘୁଣୀ ଆନିନୀ

ବାରଙ୍ଗ,୬।୧(ଡି.ଏନ୍‌.ଏ.): ଦୀର୍ଘଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିବା ନନ୍ଦନକାନନର ବାଘୁଣୀ ଆନିନୀ ମଙ୍ଗଳବାର ଆଖିବୁଜିଛି। ପ୍ରାଣୀଉଦ୍ୟାନର ବାଘ ସଫାରିରେ ରହି ଆନିନୀ ପର୍ଯ୍ୟଟକଙ୍କ ଆର୍କଷଣର କେନ୍ଦ୍ରବିନ୍ଦୁ ସାଜିଥିଲା। ହେଲେ ନନ୍ଦନକାନନ ଡାକ୍ତରୀ ଟିମ୍‌ ଶତ ପ୍ରଚେଷ୍ଟା ସତ୍ତ୍ୱେ ବାଘୁଣୀ ଆନିନୀକୁ ବଞ୍ଚାଇପାରି ନ ଥିଲେ। ସୂଚନାଯୋଗ୍ୟ, ଗତ ୨୮ ଜୁଲାଇ ୨୦୧୪ରେ ବାଘ ମନିଷି ଓ ବାଘୁଣୀ ସ୍ନେହା ଗର୍ଭରୁ ଜନ୍ମ ନେଇଥିଲା ବାଘୁଣୀ ଆନିନୀ। ୬ବର୍ଷ ବୟସରେ ପଦାପର୍ଣ କରିଥିବା ଆନିନୀ କୌଣସି କାରଣରୁ ଗତ ମାସରୁ ଅସୁସ୍ଥତା ଅନୁଭବ କରିଥିଲା। ଧୀରେ ଧୀରେ ଦୁର୍ବଳ ହେବା ସହ ଗୋଟିଏ ଜାଗାରେ ଛପି ରହିଥିଲା। ପରେ ଆହାର ମଧ୍ୟ ଛାଡ଼ିଦେଇଥିଲା। ବିଶେଷଜ୍ଞମାନଙ୍କ ପରାମର୍ଶ କ୍ରମେ ରକ୍ତହୀନତା ଯୋଗୁ ଆନିନୀ ଦୁର୍ବଳ ହୋଇଥିବାର ଅନୁମାନ କରି ସଫାରିର ସେଲ୍‌ ନଂ ୧ରେ ଚିକିତ୍ସା କରାଯାଇଥିଲା। କିନ୍ତୁ ଆନିନୀର ସ୍ବାସ୍ଥ୍ୟରେ ଉନ୍ନତି ହୋଇ ନ ଥିଲା। ଶେଷରେ ଭାଇ କ୍ରିଷ୍ଣାର ରକ୍ତ ସଂଗ୍ରହ କରାଯାଇ ପର୍ଯ୍ୟାୟକ୍ରମେ ଆନିନୀକୁ ଦିଆଯାଇଥିଲେ ମଧ୍ୟ ଆନିନୀ ମଙ୍ଗଳବାର ଅପରାହ୍ନ ୩ଟା ସମୟରେ ମୃତ୍ୟୁ କରିଥିଲା ା ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ଉପନିର୍ଦ୍ଦେଶକ ବିନଳ ପ୍ରଶନ୍ନ ଆଚାର୍ଯ୍ୟ ସୂଚନା ଦେଇଛନ୍ତି। ଏହି ବାଘ ମୃତ୍ୟୁ ପରେ ଏମାନଙ୍କ ସଂଖ୍ୟା ୨୬କୁ ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri