Posted inରାଜ୍ୟ

ଟିକା ପାଇଁ ବ୍ୟକ୍ତିଙ୍କ ତଥ୍ୟ ଯାଞ୍ଚ ହେବ

ଭୁବନେଶ୍ୱର, ୬।୧(ବ୍ୟୁରୋ): ରାଜ୍ୟରେ କରୋନା ଟିକାକରଣ ପାଇଁ ସରକାର ପ୍ରସ୍ତୁତ ରହିଛନ୍ତି। ଟିକା ଦେବାକୁ ୨୯ ହଜାର କେନ୍ଦ୍ର ରହିଛି। କିନ୍ତୁ ପ୍ରଥମ ପର୍ଯ୍ୟାୟରେ ଏତେ କେନ୍ଦ୍ର ଦରକାର ହେବ ନାହିଁ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ କହିଛନ୍ତି। ସେ କହିଛନ୍ତି ଯେ, ଟିକାକରଣ କେନ୍ଦ୍ରରେ ସବୁ ବ୍ୟବସ୍ଥା ଠିକ୍‌ ଅଛି କି ନାହିଁ, ପ୍ରତୀକ୍ଷାଳୟ, ଟିକାକରଣ ଓ ନିରୀକ୍ଷଣ ରୁମ୍‌ ଅଛି କି ନାହିଁ ତାହାର ତଦାରଖ କରାଯିବ। ପ୍ରଥମେ ୱେଟିଂରୁମ୍‌ରେ ଟିକା ନେବାକୁ ଥିବା ଲୋକଙ୍କ ତଥ୍ୟ ଯାଞ୍ଚ କରାଯିବ। ତାଙ୍କ ନାଁ ଡାଟାବେସ୍‌ରେ ଅଛି କି ନାହିଁ ଯାଞ୍ଚ ହେବ। ଏହାପରେ ରୁମ୍‌ରେ ଅନ୍ୟ ତଥ୍ୟ ଯାଞ୍ଚ କରାଯିବା ପରେ ତାଙ୍କୁ ଟିକା ଦିଆଯିବ। ହାତରେ କାନ୍ଧ ତଳେ ଟିକା ଦିଆଯିବ। ଟିକା ନେବା ପରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଅବଜରଭେଶନ୍‌ ରୁମରେ ୩୦ ମିନିଟ୍‌ ରଖାଯିବ। ପାର୍ଶ୍ୱ ପ୍ରତିକ୍ରିୟା ଦେଖା ନ ଗଲେ ତାଙ୍କୁ ଛଡ଼ାଯିବ। ରାଜ୍ୟରେ ଏବେ ୩ ଲକ୍ଷ ୨୮ ହଜାର ୫୦୦ ଜଣଙ୍କ ଡାଟା ବେସ୍‌ ପ୍ରସ୍ତୁତ ହୋଇଛି। ଟିକାକରଣ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଥିବାବେଳେ କେବଳ ଟିକାକୁ ଅପେକ୍ଷା କରାଯାଇଛି ବୋଲି ନିର୍ଦ୍ଦେଶକ ଡା. ପାଣିଗ୍ରାହୀ କହିଛନ୍ତି।
ସୂଚନାଯୋଗ୍ୟ, ଚଳିତ ମାସ ସୁଦ୍ଧା ଓଡ଼ିଶାକୁ ଟିକା ଆସିପାରେ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ସୋମବାର ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଟିକାଦାନ କେନ୍ଦ୍ରର ସ୍ଥିତି ପରଖିବାକୁ ସମସ୍ତ ଜିଲାପାଳ ଓ ମହାନଗର ନିଗମ କମିଶନରମାନଙ୍କୁ ଚିଠି ଲେଖିଛନ୍ତି। ଆସନ୍ତା ୮ତାରିଖ ସୁଦ୍ଧା ଏ ନେଇ ଚୂଡ଼ାନ୍ତ ରିପୋର୍ଟ ଦେବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

୧୪ ଲକ୍ଷର ଗାଡ଼ିରେ ୧୦ ଲକ୍ଷ ଟଙ୍କା ମୋଡିଫିକେସନ ଖର୍ଚ୍ଚ, ବ୍ୟାକଫୁଟରେ ସରକାର

ଭୁବନେଶ୍ୱର,୧୮ା୧୨: ଓଡ଼ିଶା ବନ ବିଭାଗ ପକ୍ଷରୁ କିଣାଯାଇଥିବା ମହିନ୍ଦ୍ରା ‘ଥର୍’ ଗାଡ଼ିର ମୋଡିଫିକେସନ ଖର୍ଚ୍ଚକୁ ନେଇ ଏବେ ବଡ଼ ବିବାଦ ମୁଣ୍ଡ ଟେକିଛି। ୫୧ଟି ଥର୍...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri