ଭୁବନେଶ୍ୱର, ୬।୧(ବ୍ୟୁରୋ): ଆସନ୍ତା ୧୧ତାରିଖରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଉତ୍କଳ ବିଶ୍ୱବିଦ୍ୟାଳୟର ହଷ୍ଟେଲ ଅନ୍ତେବାସୀଙ୍କ ପାଇଁ କୋଭିଡ୍ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି। ମଙ୍ଗଳବାର ବିଶ୍ୱବିଦ୍ୟାଳୟର ପିଜି କାଉନସିଲ ହଲ୍ରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ସବିତା ଆଚାର୍ଯ୍ୟ କହିଛନ୍ତି ଯେ, ହଷ୍ଟେଲ ପିଲାଙ୍କ ପାଇଁ କୋଭିଡ୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି। ୩ଦିନ ତଳର କୋଭିଡ ନେଗେଟିଭ୍ ରିପୋର୍ଟ ଦେଖାଇଲେ ହଷ୍ଟେଲରେ ରହିବାକୁ ଅନୁମତି ମିଳିବ। ଯେଉଁମାନଙ୍କ ପାଖରେ ଟେଷ୍ଟ ରିପୋର୍ଟ ନ ଥିବ ସେମାନଙ୍କ ପାଇଁ କ୍ୟାମ୍ପସରେ ଏକ କୋଭିଡ୍ ଟେଷ୍ଟ କ୍ୟାମ୍ପ ଖୋଲାଯିବ। ସେଠାରେ ମାଗଣାରେ ଟେଷ୍ଟ କରାଯାଇ ଛଡ଼ାଯିବ। ପୁରା କ୍ୟାମ୍ପସକୁ ବିଶୋଧନ କରାଯିବ। କୋଭିଡ ନିୟମ ପାଳନ ସହ ଶିକ୍ଷାଦାନ କରାଯିବ। ଏ ନେଇ ସମସ୍ତ ବିଭାଗୀୟ ମୁଖ୍ୟ ଓ ହଷ୍ଟେଲ ସୁପରିଣ୍ଟେଣ୍ଡେଣ୍ଟଙ୍କ ସହ ଆଲୋଚନା କରାଯାଇଥିବା କୁଳପତି କହିଛନ୍ତି। ସେହିପରି ରମାଦେବୀ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ଖୋଲିବା ନେଇ କୁଳପତି ଅପରାଜିତା ଚୌଧୁରୀ କହିଛନ୍ତି ଯେ, ଯୁକ୍ତ୨ କଲେଜ, ୟୁଜି ଓ ପିଜି ଗୋଟିଏ କ୍ୟାମ୍ପସରେ ରହିଛି। ସେଥିପାଇଁ କ୍ଲାସରୁମ୍, ହଷ୍ଟେଲକୁ ବିଶୋଧନ କରାଯାଉଛି। ମନ୍ଦିରକୁ ଯିବା ପାଇଁ ଯେପରି କୋଭିଡ୍ ନେଗେଟିଭ ରିପୋର୍ଟ ଆବଶ୍ୟକ ସେହିପରି ଆମ ବିଦ୍ୟାମନ୍ଦିରକୁ ଛାତ୍ରୀ ଆସିବା ବେଳେ କୋଭିଡ୍ ନେଗେଟିଭ ରିପୋର୍ଟ ଆଣିବା ନେଇ ଚିନ୍ତା କରାଯାଉଛି। ବୁଧବାର ଏ ସଂକ୍ରାନ୍ତରେ ଚୂଡ଼ାନ୍ତ ଏସ୍ଓପି ପ୍ରକାଶ ପାଇବ।
ଦାମୀ କାର ଭିତରେ ସିକ୍ରେଟ୍ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…
ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା...
ଗୋଡ଼ି ଛାଣିଲେ ମିଳେ ପଇସା, ଆଶ୍ଚର୍ଯ୍ୟ ଲାଗିଲେ ବି…
ଯାଜପୁର ଟାଉନ, ୨୦ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ମାନବ ସମାଜରେ ସମସ୍ତେ ନିଜ ପେଟପାଟଣା ପାଇଁ କିଛି ନା କିଛି କର୍ମ କରି ଦୁଇ ପଇସା ରୋଜଗାର...
ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉବେଳେ ଅଣ୍ଡାମାଡ଼ କଲା ଯୁବ କଂଗ୍ରେସ
ଭୁବନେଶ୍ୱର,୨୦ା୧୨: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ...
୧୨ ବର୍ଷ ପରେ ବି ମିଳୁନି ସରକାରୀ ସୁବିଧା, ପ୍ରଶାସନିକ ଅବହେଳାର ଶିକାର ବଳିଆ
ଗଞ୍ଜାମ,୨୦ା୧୨(ଅନାଥ ତରାଇ): ସରକାରୀ ଯୋଜନା କାହା ପାଇଁ? ଯୋଗ୍ୟ ହିତାଧିକାରୀଙ୍କୁ ସୁବିଧା ଯୋଗାଇଦେବା କ୍ଷେତ୍ରରେ ପ୍ରଶାସନିକ ବିଫଳତାର ଏକ ନଗ୍ନଚିତ୍ର ଦେଖିବାକୁ ମିଳିଛି ଗଞ୍ଜାମ ବ୍ଲକ...
ଅଧାପନ୍ତରିଆ ଭିତ୍ତିଭୂମି, ପର୍ଯ୍ୟଟକ ନିରାଶ, ଜରାଜୀର୍ଣ୍ଣ ଅବସ୍ଥାରେ…
ଯାଜପୁର,୨୦ା୧୨(ହର୍ଷବର୍ଦ୍ଧନ ବେହେରା): ଏବେ ପିକ୍ନିକ୍ ଋତୁ। ରାଜ୍ୟ ପର୍ଯ୍ୟଟନ ମାନଚିତ୍ରରେ ସ୍ବତନ୍ତ୍ର ସ୍ଥାନ ଲାଭ କରିଥିବା ଯାଜପୁର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ପର୍ଯ୍ୟଟକମାନେ ବୁଲିବାକୁ ଆସୁଛନ୍ତି।...
୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି
ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...
ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍
ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...
କାର୍ରେ ଗଞ୍ଜେଇ ଚାଲାଣ କରୁଥିଲେ ଦମ୍ପତି, ମାଡିବସିଲା ପୋଲିସ, ତା’ପରେ…
ମୋହନା,୨୦।୧୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ନଳାଘାଟ ଗାଁ ନିକଟରେ କାର୍ ସହ ୨୬ କିଲୋ ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ...
Archives


