Posted inରାଜ୍ୟ

ପ୍ରତି ସପ୍ତାହରେ ପ୍ରକଳ୍ପର ସ୍ଥିତି ଅନୁଧ୍ୟାନ କର

ଭୁବନେଶ୍ୱର,୬ା୧(ବ୍ୟୁରୋ): କୋଭିଡ୍‌ ପରବର୍ତ୍ତୀ ସ୍ଥିତିରେ ଜୀବିକା ଅର୍ଜନ ଓ ନିଯୁକ୍ତି ସୃଷ୍ଟିଭିତ୍ତିକ ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ବିତ କରିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଦ୍ୟାନ କୃଷି, ପ୍ରାଣୀପାଳନ, ସମନ୍ବିତ କୃଷି, ଉଠା ଜଳସେଚନ, ପାନୀୟ ଜଳ ଯୋଗାଣ, ଗ୍ରାମୀଣ ଗୃହ ନିର୍ମାଣ, ରାସ୍ତାଘାଟ ନିର୍ମାଣ ଆଦି ପ୍ରକଳ୍ପ କ୍ଷେତ୍ରସ୍ତରୀୟ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ଲୋକସେବା ଭବନଠାରେ ଭିଡିଓ କନ୍‌ଫରେନ୍ସରେ ସଚିବ ଜିଲାପାଳମାନଙ୍କ ସହ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଆଲୋଚନା କରିଥିଲେ। ପ୍ରକଳ୍ପଗୁଡ଼ିକର ବାସ୍ତବ ସ୍ଥିତି ସମ୍ପର୍କରେ ପ୍ରତି ସପ୍ତାହରେ ଅନୁଧ୍ୟାନ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରତ୍ୟେକ ଜିଲାର ପ୍ରାକୃତିକ ପରିବେଶ, ଜଳବାୟୁ ଓ ମାନବ ସମ୍ବଳ ସ୍ବତନ୍ତ୍ର ରହିଛି। ବିଭିନ୍ନ ପ୍ରକାର କୃଷିଭିତ୍ତିକ ଫାର୍ମ ଓ କୃଷି ଉଦ୍ୟୋଗର ମଧ୍ୟ ସମ୍ଭାବନା ରହିଛି। ଏହି ସବୁ ସମ୍ବଳ ଓ ସମ୍ଭାବନା ଅନୁଧ୍ୟାନ କରି ଅଭିନବ ପ୍ରକଳ୍ପ ପ୍ରସ୍ତାବ ପ୍ରସ୍ତୁତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏ ପ୍ରକାର ପ୍ରକଳ୍ପ ନିମନ୍ତେ ଅର୍ଥର ଅଭାବ ରହିବ ନାହିଁ। ଅର୍ଥ ସହ ଆବଶ୍ୟକ ବୈଷୟିକ କୌଶଳ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯିବ ବୋଲି ମହାପାତ୍ର କହିଛନ୍ତି।
ଆସନ୍ତା ୧୦ ଦିନ ମଧ୍ୟରେ ନିଜ ନିଜ ଜିଲାରେ ବିଭିନ୍ନ ବିଭାଗ ମାଧ୍ୟମରେ କାର୍ଯ୍ୟକାରୀ କରାଯାଉଥିବା ପ୍ରକଳ୍ପଗୁଡ଼ିକର ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ଶୂନ୍ୟସ୍ଥାନଗୁଡିକୁ ଚିହ୍ନଟ କରିବା ନିମନ୍ତେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କୃଷି, ପ୍ରାଣୀପାଳନ, ମତ୍ସ୍ୟଚାଷ, ଉଦ୍ୟାନ କୃଷି ଓ ଅନ୍ୟାନ୍ୟ ଅର୍ଥକରୀ ଫସଲ ରାଜ୍ୟ ଆର୍ଥିକ ବ୍ୟବସ୍ଥାର ଏକ ନିରନ୍ତର ଉତ୍ସ। ଏ ସବୁ ମାଧ୍ୟମରେ ଲୋକଙ୍କ ଖାଦ୍ୟ ନିରାପତ୍ତା, ନିଯୁକ୍ତି ଓ ଜୀବନ ଧାରଣମାନର ବିକାଶ ସହ ଆର୍ଥିକ ବ୍ୟବସ୍ଥାର ଦ୍ରୁତ ଅଭିବୃଦ୍ଧି ହେବ। ତେଣୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ନୂତନ ପ୍ରକଳ୍ପ ପ୍ରସ୍ତୁତ ଉପରେ ଗୁରୁତ୍ୱ ଦେବାକୁ କୃଷି ଉତ୍ପାଦନ କମିଶନର ରାଜ କୁମାର ଶର୍ମା ଜିଲାପାଳଙ୍କୁ ପରାମର୍ଶ ଦେଇଛନ୍ତି।
ଲୋକମାନଙ୍କ ଅଭିଯୋଗ ଶୁଣାଣି ଓ ସେଗୁଡ଼ିକର ସମାଧାନ ଦିଗରେ ପଦକ୍ଷେପ ନେବାକୁ ମୁଖ୍ୟ ଶାସନ ସଚିବ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳ ଲୋକମାନଙ୍କୁ ଉପଲବ୍ଧ ହେବା ଦରକାର। ବିଭିନ୍ନ ସେବା ପ୍ରଦାନକାରୀ ଅଧିକାରୀ ଓ କର୍ମଚାରୀମାନେ ଧୈର୍ଯ୍ୟ ଏବଂ ସହୃଦୟତାର ସହ ଲୋକମାନଙ୍କ ସମସ୍ୟା ଶୁଣି ସେସବୁର ସମାଧାନ ନିମନ୍ତେ ଯତ୍ନବାନ ହେବା ଉଚିତ। ଏଥିରେ ଅବହେଳା ଗ୍ରହଣୀୟ ନୁହେଁ ବୋଲି ମୁଖ୍ୟ ଶାସନ ସଚିବ ଜିଲାପାଳଙ୍କୁ ଚେତାଇ ଦେଇଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଦ୍ୱାରା ଯୋଗାଇ ଦିଆଯାଉଥିବା ଅନେକ ସେବା ଅନ୍‌ଲାଇନରେ ଉପଲବ୍ଧ ହେଉଛି। ଜାତି, ଆୟ, ଆବାସିକ ଆଦି ପ୍ରମାଣପତ୍ର ଅନ୍‌ଲାଇନରେ ଉପଲବ୍ଧ ହେଉଛି। କେତେକ ସ୍ଥାନରେ ଜମି ସୀମା ଚିହ୍ନଟ, ନାମଜାରି କାର୍ଯ୍ୟ ପାଇଁ ଲୋକମାନଙ୍କୁ ତହସିଲ ଦୌଡିବାକୁ ପଡୁଛି। ଜମିଜମା ବିବାଦ ମଧ୍ୟ ବଢୁଛି। ଗ୍ରାମ ଓ ପଞ୍ଚାୟତ ଓ୍ବାରି କାର୍ଯ୍ୟ ନିର୍ଘଣ୍ଟ ପ୍ରସ୍ତୁତ କରି ବିବାଦର ସମାଧାନ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରେ ଗୃହ ଓ ସାଧାରଣ ପ୍ରଶାସନ ବିଭାଗ ଅତିରିକ୍ତ ଶାସନ ସଚିବ ସଞ୍ଜୀବ ଚୋପ୍ରାଙ୍କ ସମେତ ସମସ୍ତ ରାଜସ୍ବ ଡିଭିଜନର ଆର୍‌ଡିସି, ଉପଜିଲାପାଳ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରବିବାର ଭୂଲରେ ବି କାଟନ୍ତୁନି ଚୁଟି କି କରନ୍ତୁନି ଟ୍ରିପ୍‌ ପ୍ଲାନିଂ, ନଚେତ ଜୀବନ ହୋଇଯିବ ନର୍କ!

ହିନ୍ଦୁ ଧର୍ମରେ ପ୍ରତ୍ୟେକ ଦିନ କୌଣସି ନା କୌଣସି ଦେବତାଙ୍କୁ ସମର୍ପିତ। ରବିବାର ଭଗବାନ ସୂର୍ଯ୍ୟଙ୍କୁ ସମର୍ପିତ। ଆଜି ରବିବାର। ଏହି ଦିନ ସୂର୍ଯ୍ୟଙ୍କୁ ପ୍ରାର୍ଥନା...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ମକର ସଂକ୍ରାନ୍ତି ପୂର୍ୱରୁ ବଡ଼ ଚାକିରି ପାଇବେ ୩ରାଶି, ଶୁକ୍ରଙ୍କ ଗୋଚରରେ ମକର ରାଶିରେ ବଢିଚାଲିବ ସମ୍ପତ୍ତି!

ଶୁକ୍ରକୁ ପ୍ରେମ, ସୌନ୍ଦର୍ଯ୍ୟ, ଆକର୍ଷଣ, ବିଳାସ, ଟଙ୍କା ଏବଂ ଆନନ୍ଦର ଗ୍ରହ ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ରର ଗୋଚରକୁ ସାଧାରଣତଃ ଶୁଭ ଏବଂ...

ଶିଷ୍ଟାଚାରର ଅଧଃପତନ

ର୍ଘବର୍ଷର ପରାଧୀନତା ଆମ ସମାଜ ତଥା ସାମାଜିକ ଆଚାର ବ୍ୟବହାର ଉପରେ ଏତେ ପ୍ରଭାବ ପକାଇଛି ଯେ, ତାହା ସ୍ୱାଧୀନତାର ଅର୍ଦ୍ଧଶତାବ୍ଦୀ ପରେ ମଧ୍ୟ ସୁଧୁରିବାର...

ନୂଆ ନଁାରେ ପୁରୁଣା କୋଠା

କଭବନ ସ୍ୱଚ୍ଛତା, ସୁଗମତା ଏବଂ ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଏକ ଗଭୀର ସମ୍ପର୍କର ପ୍ରତୀକ। ଏହି ପଦକ୍ଷେପ ନାଗରିକମାନଙ୍କୁ ସଶକ୍ତ, ଶାସନ ବ୍ୟବସ୍ଥାକୁ ସୁଦୃଢ଼...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

୧୧ ବିମାନବନ୍ଦର ଲିଜ୍‌ରେ ନେବ ଆଦାନୀ

ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍‌ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍‌ ୧୧ଟି ଏୟାରପୋର୍ଟ ପାଇଁ...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri