କବିସୂର୍ଯ୍ୟନଗର,୨୬ା୬-ବିଦ୍ୟାଳୟର ଉନ୍ନତିମୂଳକ ଖର୍ଚ୍ଚ ପାଇଁ ଆସିଥିବା ୧୯ ଲକ୍ଷ ଟଙ୍କାର ହିସାବ ଦେଇ ନ ଥିବାରୁ ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ଗୌଡ଼ସାହି ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ରାଘବ ସେଠୀ ନିଲମ୍ବିତ ହୋଇଛନ୍ତି। ସ୍ଥାନୀୟ ବିଇଓ ନିରଞ୍ଜନ ମିଶ୍ର ତାଙ୍କୁ ନିଲମ୍ବନ କରିଛନ୍ତି। ସେଠୀ ୨୦୧୩-୨୦୧୭ ପର୍ଯ୍ୟନ୍ତ ଓସିଙ୍ଗି ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟ କରୁଥିଲେ। ୨୦୧୭ ଜୁଲାଇ ୧୮ ତାରିଖରେ ବଦଳି ହୋଇ ଏନଏସିସ୍ଥିତ ଗୌଡ଼ସାହି ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଭାବେ ନିଯୁକ୍ତି ପାଇଲେ। କିନ୍ତୁ ବଦଳି ପରେ ବି ଓସିଙ୍ଗି ସ୍କୁଲର ଯାବତୀୟ ଖର୍ଚ୍ଚର ହିସାବ, କ୍ୟାଶ୍ବୁକ, ପାସବୁକ ଆଦି ହସ୍ତାନ୍ତର କରିନଥିଲେ। ବିଦ୍ୟାଳୟ ମରାମତି, କୋଠା ନିର୍ମାଣ, ପାଇଖାନା, ରୋଷେଇ ଘର ଓ ମଧ୍ୟାହ୍ନ ଭୋଜନ ବାବଦକୁ ଆସିଥିବା ଅନୁଦାନ ଓ ଖର୍ଚ୍ଚ ହିସାବ ଦେଇ ନ ଥିବା ଜାଣି ବିଇଓ କାରଣ ଦର୍ଶାଅ ନୋଟିସ ଜାରି କରିଥିଲେ। ମାତ୍ର ଠିକ୍ ଉତ୍ତର ଦେଇପାରି ନ ଥିଲେ ପ୍ରଧାନଶିକ୍ଷକ। ଏଣୁ ତାଙ୍କୁ ନିଲମ୍ବନ କରାଗଲା ବୋଲି ବିଇଓ କହିଛନ୍ତି।
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ
ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...
ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...
ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...
ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…
ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...
ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...
ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…
ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...
ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ
ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...
Archives


