Posted inଖେଳ

ବିଶ୍ୱର ଶ୍ରେଷ୍ଠ ଟେଷ୍ଟ ଟିମ୍‌ ପାଲଟିଲା ନ୍ୟୁଜିଲାଣ୍ଡ, ପଛରେ ପଡ଼ିଲା ଚିର ପ୍ରତିନ୍ଦ୍ୱନ୍ଦ୍ୱୀ ଅଷ୍ଟ୍ରେଲିଆ

ଖ୍ରୀଷ୍ଟଚର୍ଚ୍ଚ,୬।୧: ବିଶ୍ୱର ଏକ ନମ୍ବର ଟେଷ୍ଟ କ୍ରିକେଟ୍‌ ଟିମ୍‌ ହୋଇଛି ନ୍ୟୁଜିଲାଣ୍ଡ। ଚିରପ୍ରତିନ୍ଦ୍ୱନ୍ଦୀ ଅଷ୍ଟ୍ରେଲିଆକୁ ପଛରେ ପକାଇ ଆଇସିସି ର଼୍ୟାକିଂରେ ପ୍ରଥମ ସ୍ଥାନ ହାସଲ କରିଛି ଦଳ। ଜାନୁୟାରୀ ୩ରୁ ଏଠାରେ ଖେଳାଯାଉଥିବା ସିରିଜର ଦ୍ୱିତୀୟ ତଥା ଶେଷ ଟେଷ୍ଟର ଚତୁର୍ଥ ଦିନରେ ପାକିସ୍ତାନକୁ ୧୭୬ରନ୍‌ରେ ପରାସ୍ତ କରି ନ୍ୟୁଜିଲାଣ୍ଡ ବିଶ୍ୱର ଶ୍ରେଷ୍ଠ ଦଳ ପାଲଟିଛି। ନିଜର କ୍ରିକେଟ ଇତିହାସରେ ପ୍ରଥମ ଥର ପାଇଁ ନ୍ୟୁଜିଲାଣ୍ଡ ଆଇସିସି ମାନ୍ୟତାରେ ପ୍ରଥମ ସ୍ଥାନକୁ ପହଞ୍ଚିବାରେ ସଫଳ ହୋଇଛି। ଏହି ବିଜୟ ପରେ ଅଷ୍ଟ୍ରେଲିଆ ଦ୍ୱିତୀୟ ସ୍ଥାନକୁ ଖସି ଆସିଛି। ସେହିଭଳି ତୃତୀୟ ସ୍ଥାନକୁ ଭାରତ ଖସିଛି।

ପ୍ରକାଶ ଯେ, ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନ ପାକିସ୍ତାନ ବିପକ୍ଷ ଏହି ଟେଷ୍ଟରେ ମଙ୍ଗଳବାର ୨୩୮ ରନ୍‌ର ଦ୍ୱିଶତକୀୟ ପାଳି ଖେଳିଥିଲେ। ଏହାଦ୍ୱାରା ସେ ଟେଷ୍ଟ କ୍ୟାରିୟରର ୭ହଜାର ରନ୍‌ ପୂରଣ କରିଛନ୍ତି। ନ୍ୟୁଜିଲାଣ୍ଡର ଦ୍ରୁତତମ ବ୍ୟାଟ୍ସମ୍ୟାନ୍‌ ଭାବେ ସେ ଏହି ମାଇଲଷ୍ଟୋନ ସ୍ପର୍ଶ କରିଥିଲେ।

ଅନ୍ତିମ ସ୍କୋର:
ପାକିସ୍ତାନ ୨୯୭/୧୦ ଏବଂ ୧୮୬/୧୦
ନ୍ୟୁଜିଲାଣ୍ଡ ୬୫୯/୬ ପାଳି ଘୋଷିତ


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri