Posted inଖେଳ

ସିଡ୍‌ନୀ ଟେଷ୍ଟ: ଦର୍ଶକଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ

ସିଡ୍‌ନୀ,୬।୧- ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯିବାକୁ ଥିବା ତୃତୀୟ ଟେଷ୍ଟରେ ଦର୍ଶକମାନଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ କରାଯାଇଛି। ଦର୍ଶକମାନେ ଷ୍ଟାଡିୟମରେ ପୂରା ସମୟ ମାସ୍କ ପିନ୍ଧିବେ। କେବଳ ଖାଇବା ଓ ପିଇବାବେଳେ ସେମାନେ ମାସ୍କ ଖୋଲିପାରିବେ ବୋଲି ନ୍ୟୁ ସାଉଥ ଓ୍ବେଲ୍ସ ସ୍ବାସ୍ଥ୍ୟମନ୍ତ୍ରୀ ବ୍ରାଡ୍‌ ହାଜାର୍ଡ ବୁଧବାର କହିଛନ୍ତି।

୫ ଦିନିଆ ଟେଷ୍ଟ ମ୍ୟାଚ୍‌ ୧୦ ହଜାର ଦର୍ଶକଙ୍କ ସାମ୍ନାରେ ଖେଳାଯିବ। ଅଷ୍ଟ୍ରେଲିଆର ସବୁଠୁ ବଡ଼ ସହରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହେବାରୁ ୪୮ ହଜାର ଦକ୍ଷତା ବିଶିଷ୍ଟ ଷ୍ଟାଡିୟମରେ ମାତ୍ର ୧୦ ହଜାର ଦର୍ଶକଙ୍କୁ ଅନୁମତି ମିଳିଛି। ହାଜାର୍ଡ କହିଛନ୍ତି, ନ୍ୟୁ ସାଉଥ ଓ୍ବେଲ୍ସ ନିକଟରେ କୌଣସି ବିକଳ୍ପ ନାହିଁ। ଦ୍ୱିତୀୟ ଟେଷ୍ଟରେ ଯୋଗଦେଇଥିବା ଦର୍ଶକଙ୍କ ମଧ୍ୟରେ ଜଣେ କୋଭିଡ୍‌-୧୯ ଆକ୍ରାନ୍ତ ଥିବା ଭିକ୍ଟୋରିଆ ରାଜ୍ୟର ସ୍ବାସ୍ଥ୍ୟ କର୍ମଚାରୀ ସୂଚନା ଦେଇଛନ୍ତି।

ଆମେ ଏକଦା ଫୁଲ ଷ୍ଟାଡିୟମ୍‌ରେ ଟେଷ୍ଟ ଆୟୋଜନ କରିବାକୁ ଆଶା ରଖିଥିଲୁ। ଏହାପରେ ସହରରେ କରୋନା ସ୍ଥିତି ଯୋଗୁ ଦର୍ଶକଙ୍କ ସଂଖ୍ୟା ଏକ ଚତୁର୍ଥାଂଶ କରିବାକୁ ପଡ଼ିଲା। କୌଣସି ଦର୍ଶକ ନିୟମ ନ ମାନିଲେ, ତାଙ୍କୁ ୨୦୦ ଅଷ୍ଟ୍ରେଲିଆନ ଡଲାର ଜରିମାନା ଦେବାକୁ ପଡ଼ିବ। ଏହାର ମୂଲ୍ୟ ଭାରତୀୟ ମୂଦ୍ରାରେ ୧୧, ୩୨୪ ଟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲାଇଭ୍‌ ମ୍ୟାଚ୍‌ରେ ସଞ୍ଜୁଙ୍କ ସହ ହେଲା ଧୋକା!ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୮।୫: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ରାଜସ୍ଥାନ ରୟାଲ୍ସର ଅଧିନାୟକ ସଞ୍ଜୁ ସାମସନ ଏକ ଚମତ୍କାର ଇନିଂସ ଖେଳିଥିଲେ। ତେବେ ସଞ୍ଜୁ ରାଜସ୍ଥାନକୁ ନିଜ...

ଆଜି ଫ୍ରାନ୍ସରେ ପ୍ରବେଶ କରିବ ଅଲିମ୍ପିକ୍ସ ମଶାଲ

ପ୍ୟାରିସ୍‌, ୮ା୫ : ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ର ଅଲିମ୍ପିକ୍ସ ମଶାଲ ଶେଷରେ ଫ୍ରାନ୍ସରେ ପ୍ରବେଶ କରିବାକୁ ଯାଉଛି। ବୁଧବାର ଫ୍ରାନ୍ସର ଦକ୍ଷିଣ ପଟରେ ଥିବା ମାର୍ସେଲେ...

ସୂର୍ଯ୍ୟ ୩ନଂ.ରେ ଖେଳିବା ଉଚିତ: ଲାରା

ନୂଆଦିଲ୍ଲୀ, ୮।୫ : ଆସନ୍ତା ମାସରେ ହେବାକୁ ଯାଇଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସୂର୍ଯ୍ୟକୁମାର ଭାରତୀୟ ବ୍ୟାଟିଂ କ୍ରମରେ ୩ ନମ୍ବରରେ ଆସିବା ଉଚିତ ବୋଲି...

‘ଟି୨୦ ବିଶ୍ୱକପ୍‌ ପୂର୍ବରୁ ରୋହିତଙ୍କୁ ବିଶ୍ରାମ ଆବଶ୍ୟକ’

ମୁମ୍ବାଇ, ୮ା୫ : ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମାଙ୍କୁ ଟି୨୦ ବିଶ୍ୱକପ୍‌ ପୂର୍ବରୁ ବିଶ୍ରାମ ଆବଶ୍ୟକ ବୋଲି ମତ ଦେଇଛନ୍ତି ପୂର୍ବତନ ଅଷ୍ଟ୍ରେଲୀୟ...

ଓଡ଼ିଶାର ଜୁଲି, ପ୍ୟାରୀ, ଲିନ୍‌ଡା ସାମିଲ

ନୂଆଦିଲ୍ଲୀ, ୮।୫: ତାସକେଣ୍ଟଠାରେ ମେ’ ୩୧ ଓ ଜୁନ୍‌ ୪ରେ ଭାରତୀୟ ସିନିୟର ମହିଳା ଫୁଟବଲ ଦଳ ଉଜ୍‌ବେକିସ୍ତାନ ବିପକ୍ଷରେ ୨ଟି ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ ଖେଳିବ।...

‘ବିରାଟ କି ବୁମ୍‌ରା ନୁହନ୍ତି, ଟିମ୍‌ ଇଣ୍ଡିଆକୁ ବିଶ୍ୱକପ୍‌ ଜିତାଇବେ ଏହି ୨ ଖେଳାଳି ’

ନୂଆଦିଲ୍ଲୀ,୭।୫:ଆଇପିଏଲ୍‌ ପରେ ଟି୨୦ ବିଶ୍ୱକପ୍‌ ହେବାକୁ ଯାଉଛି। ୨ ଜୁନ୍‌ରୁ ହେବାକୁ ଥିବା ଏହି ଟୁର୍ନାମେଣ୍ଟରେ ଭାରତ ଆୟର୍ଲାଣ୍ଡ ବିପକ୍ଷରେ ପ୍ରଥମ ମୁକାବିଲା ଖେଳିବ। ଏହି...

VIDEO: ଶାହାରୁଖ ଖାନ୍‌ଙ୍କୁ ଦେଖି ଖୁସିରେ ନାଚି ଉଠିଲେ ପୃଥ୍ବୀ ଶ’ଙ୍କ ପ୍ରେମିକା, କଲେ ଏଭଳି…

ନୂଆଦିଲ୍ଲୀ,୭।୫: ଆଇପିଏଲ୍‌ର କିଛି ଟିମ୍‌ର ମାଲିକ ହେଉଛନ୍ତି ସେଲିବ୍ରିଟି। ଏଣୁ ଉକ୍ତ ଦଳର ମ୍ୟାଚ୍‌ ସମୟରେ କଳାକାରଙ୍କୁ ଦେଖିବାକୁ ମିଳିଥାଏ। ପଞ୍ଜାବରୁ ପ୍ରିତି ଜିଣ୍ଟା ହୁଅନ୍ତୁ...

ବିରାଟ-ଗାଭାସ୍କର ବିବାଦକୁ ଡେଇଁଲେ ଅକ୍‌ରମ୍‌; କୋହଲିଙ୍କୁ କହିଦେଲେ ବଡ଼ କଥା…

ନୂଆଦିଲ୍ଲୀ,୭।୫: ନିକଟରେ ଦେଖାଦେଇଥିବା ବିରାଟ କୋହଲି ଏବଂ ସୁନୀଲ ଗାଭାସ୍କରଙ୍କ ମଧ୍ୟର ବିବାଦ ମଧ୍ୟକୁ ଡେଇଁ ପଡ଼ିଛନ୍ତି ପାକିସ୍ତାନର ପୂର୍ବତନ ଅଧିନାୟକ ଓ୍ବାସିମ ଅକରମ୍‌। ବିରାଟଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri