ଟ୍ରାକ୍ଟର ଧକ୍କାରେ କକା, ପୁତୁରାଙ୍କ ଜୀବନ ଗଲା

ଜୁନାଗଡ଼,୬।୧:କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ସନ୍ନ୍ୟାସୀକୁଣ୍ଡାମାଲ ଛକ ନିକଟରେ ବୁଧବାର ସାରେ ଟ୍ରାକ୍ଟର ଧକ୍କାରେ କକା, ପୁତୁରାଙ୍କ ମୃତ୍ୟୁ ଘଟିଛି। ମୃତ କକାଙ୍କ ନାମ ଜଗବନ୍ଧୁ ଶବର(୨୮) ଓ ପୁତୁରାଙ୍କ ନାମ ଟିକେମଣି ଶବର(୨୨)। ଉଭୟଙ୍କ ଘର ଧର୍ମଗଡ଼ ବ୍ଲକ ଝାରକୁଣ୍ଡାମାଲ ଗ୍ରାମରେ ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ, ଜଗବନ୍ଧୁ ଓ ଟିକେମଣି ଜୁନାଗଡ଼ ବ୍ଲକ କାଲୋପଲା ଗ୍ରାମରୁ କାମ ସାରି ସାରେ ଏକ ବାଇକ୍‌ରେ ଭବାନୀପାଟଣାକୁ ଯାଉଥିଲେ। ସନ୍ନ୍ୟାସୀକୁଣ୍ଡାମାଲ ନିକଟରେ ଏକ ଟ୍ରାକ୍ଟର ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ଉଭୟ ରାସ୍ତାରେ ଛିଟିକି ପଡି ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ ଉଭୟଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଜୁନାଗଡ଼ ଭାରପ୍ରାପ୍ତ ଥାନା ଅଧିକାରୀ ଉତ୍ତମ କୁମାର ସାହୁ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri