ହାଇକୋର୍ଟଙ୍କ ନିର୍ଦ୍ଦେଶ: ‘କୋଭିଡ୍‌ରେ ନିଯୁକ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ବାହାର କରନାହିଁ’

କଟକ ଅଫିସ,୭।୧:ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞାପନ ଅନୁଯାୟୀ ନିଯୁକ୍ତି ପାଇଥିବା କର୍ମଚାରୀଙ୍କୁ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଚାକିରିରୁ ବାହାର କରାଯାଇ ପାରିବ ନାହିଁ ବୋଲି ବୁଧବାର ହାଇକୋର୍ଟ ଏକ ଅନ୍ତରୀଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ବିଚାରପତି ଜଷ୍ଟିସ ବିଶ୍ୱନାଥ ରଥ କୋଭିଡ୍‌ ପାଇଁ ନିଯୁକ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ଛଟେଇ କରିବା ସଂକ୍ରାନ୍ତ ଏକ ମାମଲାର ଶୁଣାଣି କରି ଉପରୋକ୍ତ ନିର୍ଦ୍ଦେଶ ଦେବା ସହ ସ୍ବାସ୍ଥ୍ୟ ବିଭାଗରେ ବିଭିନ୍ନ ପଦପଦବୀ ଖାଲି ରହିଥିବାବେଳେ କୋଭିଡ୍‌ ପାଇଁ ନିଯୁକ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ କାହିଁକି ବାହାର କରାଯାଉଛି ବୋଲି ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ଆସନ୍ତା ୨୫ତାରିଖ ସୁଦ୍ଧା ସ୍ବାସ୍ଥ୍ୟ ବିଭାଗ ଏହାର ଜବାବ ରଖିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ୨୮ରେ ହେବ।
ପ୍ରକାଶ ଯେ, କରୋନା ସମୟରେ ରାଜ୍ୟର ବିଭିନ୍ନ ଜିଲା ହସ୍ପିଟାଲ, ମେଡିକାଲ କଲେଜ ଏବଂ ହସ୍ପିଟାଲ ଆଦିରେ ପାରାମେଡିକାଲ ୱାର୍କର୍ସ ଏବଂ ଷ୍ଟାଫ୍‌ ନର୍ସମାନଙ୍କୁ ନିଯୁକ୍ତି ଦେବା ଲାଗି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା। ଗତ ମାର୍ଚ୍ଚ ୨୩ ତାରିଖରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସମଗ୍ର ରାଜ୍ୟରେ ଏହି କର୍ମଚାରୀଙ୍କୁ ନିଯୁକ୍ତି ଲାଗି ବିଜ୍ଞପ୍ତି ପ୍ରକାଶ କରିଥିଲା। ଏହି ଆଧାରରେ ଷ୍ଟାଫ୍‌ ନର୍ସ, ଫାର୍ମାସିଷ୍ଟ, ଟେକ୍ନିସିଆନ୍‌, ରେଡିଓଗ୍ରାଫର, ବହୁମୁଖୀ ପୁରୁଷ ସ୍ବାସ୍ଥ୍ୟକର୍ମୀ ଏବଂ ମହିଳା ସ୍ବାସ୍ଥ୍ୟକର୍ମୀଙ୍କଠାରୁ ଆବେଦନପତ୍ର ଆହ୍ବାନ କରାଯାଇଥିଲା। ନିଯୁକ୍ତିର ସର୍ତ୍ତ ସମୟରୁ ସମୟ ବୃଦ୍ଧି କରାଯିବ ବୋଲି କୁହାଯାଇଥିଲା। ପୁରୀ ଜିଲାରେ ୭୬ଟି ବହୁମୁଖୀ ପୁରୁଷ ସ୍ବାସ୍ଥ୍ୟକର୍ମୀ ପଦବୀରେ ନିଯୁକ୍ତି ଲାଗି ବିଜ୍ଞାପନ ପ୍ରକାଶ ପାଇଥିଲା। ଆବେଦନକାରୀଙ୍କ ସମେତ ନିଯୁକ୍ତି ପାଇଥିବା ଅନ୍ୟାନ୍ୟ ସ୍ବାସ୍ଥ୍ୟକର୍ମୀ ଠିକାରେ ନିଯୁକ୍ତି ପାଇଥିଲେ। ଏହାପରେ ସେମାନଙ୍କ ନିଯୁକ୍ତି ଧାର୍ଯ୍ୟ ସମୟ ପୂରଣ ହେବାପରେ ପୁନର୍ବାର ଗତ ମାସ ୩୧ତାରିଖ ପର୍ଯ୍ୟନ୍ତ ବୃଦ୍ଧି ପାଇଥିଲା। ଏବେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗତ ମାସ ୨୨ତାରିଖରେ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇ କୋଭିଡ୍‌ ପରିଚାଳନା ପାଇଁ ନିଯୁକ୍ତି ପାଇଥିବା ସ୍ବାସ୍ଥ୍ୟକର୍ମୀ ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ ୨୦୨୦ ଡିସେମ୍ବର ୩୧ତାରିଖ ପରେ ଆଉ କାର୍ଯ୍ୟ ଅବଧି ବୃଦ୍ଧି ପାଇବ ନାହିଁ ବୋଲି ଚିଠି କରାଯାଇଥିଲା। ଏଥିସହ ଯଦି କୌଣସି ଜିଲାର ଜିଲାପାଳମାନେ ସେମାନଙ୍କ ଅଞ୍ଚଳରେ ସ୍ବାସ୍ଥ୍ୟକର୍ମୀଙ୍କ ଆବଶ୍ୟକତା ଉପଲବ୍ଧ କରୁଥିବେ, ତେବେ ଏହି କର୍ମଚାରୀଙ୍କ ମଧ୍ୟରୁ ୨୫ ପ୍ରତିଶତ କର୍ମଚାରୀଙ୍କୁ ରଖିପାରିବେ ବୋଲି କୁହାଯାଇଥିଲା। ଉକ୍ତ ଚିଠିକୁ ଚ୍ୟାଲେଞ୍ଜ କରି ସୂର୍ଯ୍ୟନାରାୟଣ ମିଶ୍ରଙ୍କ ସମେତ ଆବେଦନକାରୀମାନେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ବର୍ତ୍ତମାନ ରାଜ୍ୟରେ ପ୍ରାୟ ୨ହଜାର ବହୁମୁଖୀ ପୁରୁଷ ସ୍ବାସ୍ଥ୍ୟକର୍ମୀ ପଦବୀ ଖାଲିପଡିଛି। କିନ୍ତୁ ରାଜ୍ୟ ସରକାର ସେମାନଙ୍କୁ ନିଯୁକ୍ତି ଅବଧିକୁ ବୃଦ୍ଧି କରିବା ପରିବର୍ତ୍ତେ ନୂଆ ସ୍ବାସ୍ଥ୍ୟକର୍ମୀ ନିଯୁକ୍ତି ଲାଗି ଉଦ୍ୟମ ଆରମ୍ଭ କରୁଛନ୍ତି । ତେଣୁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଜାରି କରିଥିବା ଏହି ଛଟେଇ ବିଜ୍ଞପ୍ତିକୁ ରଦ୍ଦ ଲାଗି ଆବେଦନକାରୀ ପ୍ରାର୍ଥନା କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଅକ୍ଷୟ କୁମାର ପାଣ୍ଡେ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri