ବାର୍ଡ ଫ୍ଲୁ: ଖୋଲିଲା ନିୟନ୍ତ୍ରଣ କକ୍ଷ

ଭୁବନେଶ୍ୱର,୮।୧(ବ୍ୟୁରୋ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅନ୍ତର୍ଗତ ବଡବେରଣା ପଞ୍ଚାୟତର ଗୋବିନ୍ଦପୁର ଗ୍ରାମରେ ୧୨୦ କୁକୁଡ଼ାଙ୍କ ମୃତ୍ୟୁ ହୋଇଛି। କୁକୁଡ଼ାଙ୍କ ଏଭଳି ଅସ୍ବାଭାବିକ ମୃତ୍ୟୁକୁ ନେଇ ରାଜ୍ୟରେ ବାର୍ଡ ଫ୍ଲୁ ଆଶଙ୍କା ଦେଖାଦେଇଛି। ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ପକ୍ଷରୁ ଏ ନେଇ ତତ୍ପରତା ପ୍ରକାଶ ପାଇଛି।
କୁକୁଡ଼ାଙ୍କ ମୃତ୍ୟୁ ହେବା ଖବର ମିଳିବା ପରେ ରାଜ୍ୟସ୍ତରୀୟ ସ୍ବତନ୍ତ୍ର ପର୍ଯ୍ୟବେକ୍ଷକ ଦଳ ଓ ଜିଲାସ୍ତରୀୟ ରାପିଡ ଆକ୍ସନ ଟିମ୍‌ ସଦସ୍ୟମାନେ ସେଠାର ପହଞ୍ଚି କାର୍ଯ୍ୟ ଆରମ୍ଭ କରିଛନ୍ତି। ମୃତ କୁକୁଡ଼ା ମଧ୍ୟରୁ ୫ଟିକୁ ପରୀକ୍ଷଣ ନିମନ୍ତେ ଫୁଲନଖର ସ୍ଥିତ ପ୍ରାଣୀ ରୋଗ ଗବେଷଣା ପ୍ରତିଷ୍ଠାନକୁ ପଠାଯାଇଥିଲା। ତେବେ କୌଣସି ନମୁନାରେ ବାର୍ଡ ଫ୍ଲୁର ଲକ୍ଷଣ ନ ଥିବା ବିଭାଗ ପକ୍ଷରୁ କୁହାଯାଇଛି। ବାକି କୁକୁଡ଼ାଙ୍କୁ ଗଭୀର ଗାତରେ ବିଶୋଧନ ପ୍ରୟୋଗ କରି ପୋତି ଦିଆଯାଇଛି। କୁକୁଡା ଫାର୍ମ ପରିସରକୁ ସ୍ବତନ୍ତ୍ର ପର୍ଯ୍ୟବେକ୍ଷକ ଦଳ ଓ ରାପିଡ ଆକ୍ସନ ଟିମ୍‌ର ସଦସ୍ୟମାନେ ବିଶୋଧନ କରିଛନ୍ତି। ଏଥିସହିତ ପାର୍ଶ୍ୱବର୍ତ୍ତୀ ସ୍ଥାନଗୁଡିକରୁ ଅଧିକ ନମୁନା ସଂଗ୍ରହ କରାଯାଇ ପରୀକ୍ଷଣ ନିମନ୍ତେ ପଠାଯାଇଛି। ସରକାର ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି। ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ତତ୍ପର ଅଛନ୍ତି। ଜନସାଧାରଣ ଭୟଭୀତ ନ ହୋଇ ମାଂସ ଓ ଅଣ୍ଡା ଭଲଭାବେ ସିଝାଇ ଖାଇବାକୁ ନିର୍ଦ୍ଦେଶାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି। ସନ୍ଦିଗ୍ଧ ବାର୍ଡ ଫ୍ଲୁର ସଂକ୍ରମଣ ସମ୍ଭାବନାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଜିଲାପାଳ, ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଏବଂ ବନଖଣ୍ଡ ଅଧିକାରୀମାନଙ୍କୁ ଅଗ୍ରାଧିକାରଭିତ୍ତିରେ ରୋଗ ନିୟନ୍ତ୍ରଣ ଓ ନିରୀକ୍ଷଣ ନିମନ୍ତେ ପଦକ୍ଷେପ ନେବାକୁ ସତର୍କ କରାଯାଇଛି। ରାଜ୍ୟ ସରକାର ବିଦେଶାଗତ ପକ୍ଷୀଙ୍କ ଅସ୍ବାଭାବିକ ମୃତ୍ୟୁ ଉପରେ ନଜର ରଖିଛନ୍ତି। ପ୍ରତ୍ୟେକ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କୁ ବାର୍ଡ ଫ୍ଲୁ ସମ୍ବନ୍ଧୀୟ ପ୍ରସ୍ତୁତି, ନିୟନ୍ତ୍ରଣ ଓ ନିରୋଧ ଯୋଜନା ସମ୍ପାଦନ ପାଇଁ ଏସ୍‌ଓପି ଜାରି କରାଯାଇଛି। ଏଥିସହିତ ନମୁନା ପରୀକ୍ଷଣକୁ କଡାକଡି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କୋଲକାତା ଠାରେ ଥିବା ଆଞ୍ଚଳିକ ପ୍ରାଣୀ ରୋଗ ନିରୂପଣ ପରୀକ୍ଷାଗାରକୁ ମଧ୍ୟ ନମୁନା ପଠାଯାଇଛି। ଏ ପର୍ଯ୍ୟନ୍ତ ୧୧୦୦ ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯାଇଛି। କୌଣସି ଠାରେ ରୋଗ ପ୍ରକାଶ ପାଇ ନାହିଁ। ଗୁରୁବାର ୩୦୦ ନମୁନା ସଂଗ୍ରହ କରାଯାଇଛି। ଏଥିସହିତ କଟକସ୍ଥିତ ପ୍ରାଣୀ ପାଳନ ଓ ପ୍ରାଣୀ ଚିକିତ୍ସା ନିର୍ଦ୍ଦେଶାଳୟ ଯୁଗ୍ମ ନିର୍ଦ୍ଦେଶକ (ରୋଗ ନିୟନ୍ତ୍ରଣ)ଙ୍କ ତତ୍ତ୍ୱାବଧାନରେ ରାଜ୍ୟସ୍ତରୀୟ ନିୟନ୍ତ୍ରଣ କକ୍ଷ (ଫୋନ ନଂ.-୦୬୭୧-୨୪୧୪୩୧୦)କାର୍ଯ୍ୟ କରୁଛି। ରାଜ୍ୟର ଜନସାଧାରଣ, ଚାଷୀ, କୁକୁଟପାଳନ ଉଦ୍ୟୋଗୀ ଓ ବ୍ୟବସାୟୀମାନେ ପକ୍ଷୀମଡ଼କ ବିଷୟରେ ନିକଟସ୍ଥ ପ୍ରାଣୀ ଚିକିତ୍ସକ କିମ୍ବା ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କୁ ସୂଚନା ଦେବାକୁ ପରାମର୍ଶ ଦିଆଯାଇଛି। ବାର୍ଡ ଫ୍ଲୁ (ଆଭିଆନ ଇନ୍‌ଫ୍ଲୁଏଞ୍ଜା) ସନ୍ଦେହ କରାଯାଉଥିବା କୌଣସି ସ୍ଥାନକୁ ଗସ୍ତ କରିବା ନିମନ୍ତେ ରାଜ୍ୟସ୍ତରରେ ୯ଟି ସ୍ବତନ୍ତ୍ର ପର୍ଯ୍ୟବେକ୍ଷକ ଦଳ ନିଯୁକ୍ତ କରାଯାଇଛି। ଏଥିନିମନ୍ତେ ପ୍ରତି ଜିଲା ଗସ୍ତରେ ମଧ୍ୟ ୧୦ରୁ ୧୫ ରାପିଡ ଆକ୍ସନ ଟିମ୍‌ ଗଠନ କରିବା ପାଇଁ ସମସ୍ତ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟରେ ଉତ୍ପାଦିତ କୁକୁଡ଼ା ମାଂସ, ଅଣ୍ଡା ଓ ଅନ୍ୟାନ୍ୟ କୁକୁଟଜାତ ପଦାର୍ଥ ଖାଇବା ସମ୍ପୂର୍ଣ୍ଣ ସୁରକ୍ଷିତ।


Enter your email to get our daily news in your inbox.

All Right Reserved By Dharitri.Com

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି।...

ମଧୁମେହରେ ପ୍ରତି ୯ ସେକେଣ୍ଡରେ ଜଣଙ୍କର ମୃତ୍ୟୁ, 2050 ମସିହା ସୁଦ୍ଧା…

ନୂଆଦିଲ୍ଲୀ,୧୯ା୧୨: ଭାରତ ସମେତ ଅନେକ ପ୍ରମୁଖ ଦେଶ ପାଇଁ ମଧୁମେହ ଏକ ପ୍ରମୁଖ ସମସ୍ୟା ହେବାରେ ଲାଗିଛି । ଭାରତରେ ଏହି ରୋଗ ଏତେ ଦ୍ରୁତ...

୪୧ ବର୍ଷରେ ପୁଣି ମା’ ହେଲେ ଭାରତୀ: ଶୁଟିଂ ଯିବା ପୂର୍ବରୁ…

କମେଡିଆନ ଭାରତୀ ସିଂହ ପୁଣି ଥରେ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଭାରତୀ ତାଙ୍କର ଲୋକପ୍ରିୟ ଟିଭି ଶୋ ‘ଲାଫଟର୍‌...

ସ୍କୁଲରେ ପାଳନ ହେବନି ଶିଶୁଦିବସ, ଗୁରୁଦିବସ! ସରକାରଙ୍କୁ ଏପରି ଦାବି କଲେ ଶିକ୍ଷକ

ଭୁବନେଶ୍ୱର,୧୯ା୧୨: ୨୦୨୬ ମସିହା ପାଇଁ ପ୍ରକାଶ ପାଇଥିବା ବିଦ୍ୟାଳୟର ବାର୍ଷିକ ଛୁଟି ତାଲିକାରେ ଗୁରୁ ଦିବସ ଏବଂ ଶିଶୁ ଦିବସକୁ ‘ପାଳନୀୟ ଦିବସ’ ଭାବେ ସ୍ଥାନ...

ପ୍ରାଇଭେଟ୍‌ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...

ଅଡ଼ୁଆରେ ମୋହନ ସରକାର: ତରବରିଆ ନିଷ୍ପତ୍ତି ବଢାଇଲା ଟେନ୍‌ସନ୍‌

ଭୁବନେଶ୍ୱର,୧୯।୧୨(ରବିନାରାୟଣ ଜେନା):ବିଧାନସଭାର ଶୀତକାଳୀନ ଅଧିବେଶନରେ ରାଜ୍ୟ ସରକାର ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ଉପବାଚସ୍ପତିଙ୍କ ଦରମା ବଢ଼ାଇବା ପାଇଁ ଯେଉଁ ବିଧେୟକ ଗୃହୀତ କରିଥିଲେ ତାହା...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri