କେନ୍ଦ୍ରାପଡା ଅଫିସ, ୨୬ା୬- ତନ୍ତୁଜାତୀୟ ଫସଲ ପାଇଁ କେନ୍ଦ୍ରାପଡ଼ାର ସୁନାମ ରହିଛି। ୨୦୦୫ରେ କେନ୍ଦ୍ରାପଡ଼ା ବ୍ଲକ ଅଞ୍ଚଳରେ ମୋଟ ୨୧୫୨ ହେକ୍ଟର ଅଞ୍ଚଳରେ ଚାଷ ହୋଇଥିଲା ା ନଳିତା ଓ ମେସ୍ତା ପାଇଁ ଏଠରେ ଉପଯୁକ୍ତ ଭିତ୍ତିଭୂମିଥିବାରୁ ୨୦୧୦ ବେଳକୁ ଏହାର ପ୍ରସାର ଘଟି ପ୍ରାୟ ୮ ହଜାର ହେକ୍ଟର ଅଞ୍ଚଳରେ ଚାଷ ହୋଇଥିଲା ା ଏହାକୁ ଲକ୍ଷ୍ୟ କରି ସହର ନିକଟସ୍ଥ ଜଜାଙ୍ଗଠାରେ ୪୬ ଏକର ଜମି ଉପରେ ଝୋଟ ଗବେଷଣା କେନ୍ଦ୍ର ପତିଷ୍ଠା କରାଯାଇଥିଲା ା ମାତ୍ର ଚଳିତ ବର୍ଷ ତନ୍ତୁଜାତୀୟ ଫସଲ ଚାଷ ପାଇଁ କେନ୍ଦ୍ରାପଡ଼ାର ଚାଷୀଙ୍କୁ ସରକାରୀ ଭାବେ ନଳିତା, ମେସ୍ତା ଓ ଧନିଚା ଆଦି ବିହନ ଯୋଗାଇ ଦିଆଯାଇନାହିଁ ା ଚାଷୀ ବଜାର ମୂଲ୍ୟରେ ବିହନ କିଣି ବ୍ୟବହାର କରୁଥିଲେ ମଧ୍ୟ ତାହା ନିମ୍ନମାନର ବୋଲି ଅଭିଯୋଗ ହୋଇଛି। ଏସମ୍ବନ୍ଧରେ କୃଷି ଉପନିର୍ଦ୍ଦେଶକ ମିତ୍ରୋଦୟ ଦାସ କୁହନ୍ତି, ୨୦୧୫ରେ ଓଡ଼ିଶା ସିଡ଼ ସପ୍ଲାଏ କର୍ପୋରେଶନ (ଓଏସ୍ଏସ୍ସି) ପକ୍ଷରୁ ନଳିତା, ମେସ୍ତା ଓ ଧନିଚା ବିହନ ଯୋଗାଇ ଦିଆଯାଇଥିଲା ା ଏହି ବିହନକୁ ପ୍ରାୟ ୭ ହଜାର ଚାଷୀ କ୍ରୟ କରି ଖେତରେ ଚାଷ କରିଥିଲେ ା ତେବେ ଚଳିତ ବର୍ଷ ନଳିତା ଓ ମେସ୍ତା ବିହନ କର୍ପୋରେଶନକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିଦିଆଯାଇଛି। ଫଳରେ ଚାଷୀଙ୍କୁ ବିହନ ଯୋଗାଇବା ସମ୍ଭବ ହେଉନାହିଁ ା ସେହିପରି ଚଳିତ ବର୍ଷ ପାଇଁ ୧୧୫ କୁଇଣ୍ଟାଲ ଧନିଚା ବିହନ ପାଇଁ ଚିଠା ଯାଇଥିଲେ ମଧ୍ୟ ଜିଲାର ଗୋଦାମକୁ ଅଦ୍ୟାବଧି ପହଞ୍ଚତ୍ ନ ଥିବା ସେ ସୂଚନା ଦେଇଛନ୍ତି ା
କେନ୍ଦ୍ରାପଡା ବ୍ଲକ କଂସାର ପଞ୍ଚାୟତର ଚାଷୀ ନିରଞ୍ଜନ ପରିଡ଼ା କହିଛନ୍ତିିଯେ, କେନ୍ଦ୍ରପଡ଼ାର ମାଟି ନଳିତା ଓ ମେସ୍ତା ପାଇଁ ଉପଯୁକ୍ତ ା ଏହି ଚାଷ କରି ଝୋଟ ବିକିବା ସହ ବିଭିନ୍ନ ସମୟରେ ମିଠା ନଳିତା ପତ୍ର ଓ ଦିପାବଳୀରେ କାଉଁରିଆ କାଠି ବିକି ବେଶ କିଛି ପଇସା ହାତକୁ ଆସୁଥିଲା ା ମାତ୍ର କୃଷି ବିଭାଗର ଅପାରଗତା ହେତୁ ଚଳିତ ବର୍ଷ ବିହନ ମିଳିବା ନେଇ ଆଶଙ୍କା ସୃଷ୍ଟି ହୋଇଛି ା କୃଷକ ନେତା ଗୟାଧର ଧଳ କୁହନ୍ତିଯେ, ଧାନ ଫସଲରେ ଧନିଚାର ମହତ୍ତ୍ୱ ଅଧିକ ା ଏକ ସମୟରେ ଧନିଚା ଓ ଧାନ ବୁଣିଥିଲେ ମଧ୍ୟ ଖୁବ୍ ଅଳ୍ପଦିନ ମଧ୍ୟରେ ଝଙ୍କାଳିଆ ହୋଇ ଧନିଚା ଗଛ ବଢ଼ିଥାଏ ା ଚାଷୀ କ୍ଷେତରେ ପ୍ରଥମ ଗାର ଦେବାବେଳେ ଏହି ଗଛଗୁଡ଼ିକ ମାଟିରେ ମିଶି ଉର୍ବରତା ସୃଷ୍ଟି କରିଥାଏ ା ଫଳରେ ରାସାୟନିକ ସାର ପକାଇବା ଆବଶ୍ୟକ ପଡ଼େନାହିଁ ା ସେହିପରି ଏହି ଧନିଚା ଗଛ ପିତା ହେତୁ ଧାନ ଗଛରେ ପୋକ ଲାଗିବା ବନ୍ଦ ହୋଇଥାଏ ା ତେବେ କୃଷି ବିଭାଗ ଅକ୍ଷୟ ତୃତୀୟା ପୂର୍ବରୁ ଧାନ ସହିତ ଧନିଚା ବିହନ ଚାଷୀଙ୍କୁ ଯୋଗାଇ ଦେବାକୁ ଥିବା ବେଳେ ଧନିଚା ମଞ୍ଜି ନ ଆସିବା ଦୁର୍ଭାଗ୍ୟ ଜନକ ବୋଲି ସେ କହିଛନ୍ତି ା ଡେରାବିଶ ବ୍ଲକ ଚାଟରାଚକଡ଼ାର ଚାଷୀ ମହେଶ୍ୱର ସେଠୀ କୁହନ୍ତିଯେ, ୨୦୧୫ ରେ ସରକାରୀ ଭାବେ ନଳିତା ମଞ୍ଜି କିଲୋ ପ୍ରତି ୪୦ ଟଙ୍କାରେ କିଣିଥିଲୁ ା ତେବେ ଚଳିତ ବର୍ଷ ଏହି ବିହନର ଦାମ ୬୫ ଟଙ୍କା ହୋଇଛି ା ସେହିପରି ପାରିପଙ୍ଗରାସ୍ଥିତ ଝୋଟ କୁଟିର ଶିଳ୍ପର ମହିଳା ସଦସ୍ୟମାନେ କୁହନ୍ତି, ଝୋଟ ସୁଲଭ ମୂଲ୍ୟରେ ମିଳିବା ପାଇଁ ସ୍ଥାନୀୟ ଅଞ୍ଚଳରେ ଚାଷର ଆବଶ୍ୟକତା ରହିଛି। ଚଳିତ ବର୍ଷ ସରକାରୀ ବିହନ ନ ଯୋଗାଇବା ଫଳରେ ନିଜ ଉତ୍ପାଦ ପାଇଁ ବାହାର ସ୍ଥାନରୁ ଝୋଟ କିଣିବାକୁ ପଡ଼ିବ ା ଫଳରେ ଉତ୍ପାଦିତ ଦ୍ରବ୍ୟର ମୂଲ୍ୟ ବଢ଼ିଯିବ ା ତୁରନ୍ତ ନଳିତା ଚାଷ ପାଇଁ ସରକାର ସ୍ବତନ୍ତ୍ର ନୀତି ପ୍ରସ୍ତୁତ କରନ୍ତୁ ବୋଲି ଚାଷୀମାନେ ଦାବି କରିଛନ୍ତି ା
Posted inକେନ୍ଦ୍ରାପଡ଼ା View All
ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ହୁକିଟୋଲାର ସୌନ୍ଦର୍ଯ୍ୟ
ମହାକାଳପଡ଼ା,୩୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଙ୍ଗୋପସାଗର ନୀଳ ଜଳରାଶି ସହ ବିଶାଳ ବାଲୁକା ଶଯ୍ୟା ଆଇଲାଣ୍ଡ ହୁକିଟୋଲା ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଖୁବ୍...
ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ
ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...
ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…
ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...
କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ
କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...
ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା
ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...
ଗ୍ରାମ୍ୟ ଜଙ୍ଗଲ ଜମିରେ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ
ମହାକାଳପଡ଼ା,୨୦ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପେଟଛେଲା ଗାଁରେ ୨୪ ଏକର ସରକାରୀ ଗ୍ରାମ୍ୟ ଜଙ୍ଗଲ ଜମିରେ...
ବଏ ଫ୍ରେଣ୍ଡ ରୁମରୁ ମିଳିଲା ମହିଳାଙ୍କ ମୃତଦେହ! ପରିବାର ପକ୍ଷରୁ ହତ୍ୟା ଅଭିଯୋଗ
କେନ୍ଦ୍ରାପଡ଼ା,୧୫।୧୨: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗରାପୁରସ୍ଥିତ ଏକ ଭଡ଼ା ଘରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହେବା ଘଟଣା ଏକ ନୂଆ ମୋଡ଼ ନେଇଛି।...
ଖୋଲୁନି ମଣ୍ଡି, ବଢୁଛି ଧାନ ଚୋରା ଚାଲାଣ
ପଟ୍ଟାମୁଣ୍ଡାଇ,୧୫ା୧୨ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ଭାତହାଣ୍ଡି କୁହାଯାଉଥିବା ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳ ସମେତ ଅନ୍ୟ ସ୍ଥାନରେ ଚାଷୀଙ୍କ ଖରିଫ ଧାନ ଫସଲ ୮୦ ଭାଗ...
Archives


