୫ ବର୍ଷରେ ୫% ଦାରିଦ୍ର୍ୟ ହ୍ରାସ ଲକ୍ଷ୍ୟ

ଭୁବନେଶ୍ୱର, ୨୬ା୬(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଙ୍ଗଳବାର ବିଧାନସଭାରେ ଅଭିଭାଷଣ ଦେଇ ଏକ ନୂତନ, ସଶକ୍ତ ଓଡ଼ିଶା ଗଠନର ଆହ୍ବାନ ଦେଇଛନ୍ତି। ଏଥିସହିତ ରାଜ୍ୟ ସରକାର ଗତ ମେ ୩ ତାରିଖରେ ବାତ୍ୟା ଫନୀର କିଭଳି ମୁକାବିଲା କଲେ, ସ୍ବଚ୍ଛ ଦୁର୍ନୀତିମୁକ୍ତ, ଲୋକାଭିମୁଖୀ ପ୍ରଶାସନ ପାଇଁ କିଭଳି ପ୍ରଶଂସା ସାଉଁଟୁଛନ୍ତି ସେ ସବୁକୁ ବଖାଣିଥିଲେ। ମହିଳା ସଶକ୍ତୀକରଣଠାରୁ ଆରମ୍ଭ କରି ମିଶନ ଶକ୍ତି, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ, ସାମାଜିକ ସୁରକ୍ଷା, ଯୁବତୀ ଯୁବକଙ୍କ ନିଯୁକ୍ତି, ଗମନାଗମନ, ପାନୀୟଜଳ, ବିଦ୍ୟୁତ୍‌ ଯୋଗାଣ, କୃଷି, ପର୍ଯ୍ୟଟନ କ୍ଷେତ୍ରର ବିକାଶ ଦିଗରେ ସରକାର କିଭଳି ଆଗକୁ ମାଡ଼ି ଚାଲିଛନ୍ତି ତାହାର ଗୋଲାପି ଚିତ୍ର ଆଙ୍କିଛନ୍ତି। ଏଥିସହିତ ଆଗାମୀ ୫ ବର୍ଷରେ ସରକାର କରିବାକୁ ଯାଉଥିବା ବିକାଶର ରଙ୍ଗିନ ସ୍ବପ୍ନ ଦେଖାଇଛନ୍ତି।
ମଙ୍ଗଳବାର ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଥିଲା। ଜାତୀୟ ସଙ୍ଗୀତ ଗାନ ପରେ ରାଜ୍ୟପାଳ ଗୃହରେ ଅଭିଭାଷଣ ରଖିଥିଲେ। ଏହା ପୂର୍ବରୁ ପରଲୋକଗତ ଲୋକ ସଭା ସଦସ୍ୟ ଲଡ଼ୁକିଶୋର ସ୍ବାଇଁ, ପୂର୍ବତନ ମନ୍ତ୍ରୀ ହରିହର କରଣ, ପୂର୍ବତନ ସଦସ୍ୟ ପ୍ରିୟନାଥ ଦେବ, ପୂର୍ବତନ ମନ୍ତ୍ରୀ ବେଦପ୍ରକାଶ ଅଗ୍ରଓ୍ବାଲ, ପୂର୍ବତନ ସଦସ୍ୟ ଗଙ୍ଗାଧର ପ୍ରଧାନ, ଦ୍ୱିତୀକୃଷ୍ଣ ପଣ୍ଡା, ଚନ୍ଦ୍ରସେଣା ନାୟକ ଓ ପରିକ୍ଷିତ କର୍ଣ୍ଣଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ନିର୍ବାଚନ ଇସ୍ତାହାରରେ ଦିଆଯାଇଥିବା ପ୍ରତିଶ୍ରୁତିକୁ ଅଗ୍ରାଧିକାର ଭିତ୍ତିରେ ଏକ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ରାଜ୍ୟର ସମସ୍ତ କୃଷକ ଓ ଭୂମିହୀନ କୃଷି ଶ୍ରମିକଙ୍କୁ କାଳିଆ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବ। ଏଥିସହିତ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ୧ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ଯୋଗାଇ ଦିଆଯିବ। ଆସନ୍ତା ୫ବର୍ଷ ମଧ୍ୟରେ ଦାରିଦ୍ର୍ୟ ହାର ୫% କମାଇବାକୁ ଲକ୍ଷ୍ୟ ରଖାଯାଇଛି। ମେକ୍‌ ଇନ୍‌ ଓଡ଼ିଶା ଅଭିଯାନରେ ୬ଟି ପ୍ରମୁଖ କ୍ଷେତ୍ରରେ ୩୦ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଲକ୍ଷ୍ୟରେ ସରକାର ଉଦ୍ୟମ ଜାରି ରଖିଛନ୍ତି। ବିଶ୍ୱ ଦକ୍ଷତା କେନ୍ଦ୍ର ଜରିଆରେ ୧.୫ ଲକ୍ଷ ଅତି କୁଶଳୀ ବୃତ୍ତିଧାରୀ ସୃଷ୍ଟି କରାଯିବ। ସ୍କିଲ୍‌ଡ ଇନ୍‌ ଓଡ଼ିଶାକୁ ଏକ ବିଶ୍ୱସ୍ତରୀୟ ବ୍ରାଣ୍ଡରେ ପରିଣତ କରି ଆସନ୍ତା ୫ ବର୍ଷ ମଧ୍ୟରେ ୧୫ ଲକ୍ଷ କୁଶଳୀ ଯୁବତୀ ଯୁବକ ସୃଷ୍ଟି କରାଯିବ। ଅଣୁ ଓ କ୍ଷୁଦ୍ର ଉଦ୍ୟୋଗ କ୍ଷେତ୍ରରେ ନିରନ୍ତର ବିକାଶ ପାଇଁ ରାଜ୍ୟ ସରକାର ଅଣୁ ଓ କ୍ଷୁଦ୍ର ଉଦ୍ୟୋଗୀ କଲ୍ୟାଣ ବୋର୍ଡ ସ୍ଥାପନ କରିବେ। ପୂଜକ, ନାପିତ, ରଜକଙ୍କ ପରି ପାରମ୍ପରିକ ଜୀବିକାରେ ଥିବା ଲୋକମାନଙ୍କ ପାଇଁ ଏକ କଲ୍ୟାଣ ବୋର୍ଡ ଗଠନ କରି ସାମାଜିକ ସୁରକ୍ଷା ଯୋଗାଇ ଦେବେ। ହକିର ବିକାଶ ପାଇଁ ସୁନ୍ଦରଗଡ଼ ଜିଲାର ସମସ୍ତ ୧୭ଗୋଟି ବ୍ଲକରେ ଖେଳପଡ଼ିଆରେ ଉନ୍ନତମାନର ଆଷ୍ଟ୍ରୋଟର୍ଫ ବିଛାଯିବ। ରାଜ୍ୟର ୧୧୪ଟି ସ୍ଥାନରେ ବହୁମୁଖୀ ଅତ୍ୟାଧୁନିକ ସହରାଞ୍ଚଳ ଛାତ୍ରାବାସ ନିର୍ମାଣ ହେବ। ଆଗାମୀ ୫ ବର୍ଷ ମଧ୍ୟରେ ଅସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଶ୍ରମିକମାନଙ୍କୁ ପଞ୍ଜୀକୃତ କରି ବିଭିନ୍ନ ସାମାଜିକ ନିରାପତ୍ତା କାର୍ଯ୍ୟକ୍ରମରେ ସାମିଲ କରାଯିବ ବୋଲି ରାଜ୍ୟପାଳ କହିଛନ୍ତି। ଟଙ୍କିକିଆ ଚାଉଳ ଯୋଜନା ଜାରି ରଖିବା ସହିତ ଅଧିକ ‘ଆହାର କେନ୍ଦ୍ର’ ଖୋଲିବାକୁ ସରକାର ପ୍ରତିଶ୍ରୁତିବଦ୍ଧ। ଆସନ୍ତା ୩ ବର୍ଷ ମଧ୍ୟରେ ୫ଟି ନୂତନ ସରକାରୀ ମେଡିକାଲ କଲେଜ ନିର୍ମାଣ କାର୍ଯ୍ୟ ଶେଷ କରିବା ସହିତ ଖାଲି ପଦବୀ ପୂରଣ କରାଯିବ ବୋଲି ରାଜ୍ୟପାଳ ତାଙ୍କ ଅଭିଭାଷଣରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri