ଅଭିଭାବକଙ୍କ ଜିଦ୍‌, ସାନିଟାଇଜ୍‌ ହେଲା ସ୍କୁଲ

ପାତ୍ରପୁର,୯ା୧(ଡି.ଏନ୍‌.ଏ.): କରୋନା କଟକଣା ଯୋଗୁ ଦୀର୍ଘଦିନ ଧରି ବନ୍ଦ ଥିବା ସ୍କୁଲ ଶୁକ୍ରବାର ଖୋଲିଛି। ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସାମନ୍ତିଆପଲ୍ଲୀ ସ୍ଥିତ ପରାଙ୍କୁଶ ବିଦ୍ୟାପୀଠକୁ ୮୩ଜଣ ଦଶମ ଶ୍ରେଣୀ ଛାତ୍ରୀଛାତ୍ର ସକାଳ ୧୦ଟାରେ ଆସିଥିଲେ। ସେମାନଙ୍କ ସହ କେତେଜଣ ଅଭିଭାବକ ମଧ୍ୟ ଆସିଥିଲେ। ସ୍କୁଲ ପରିସର ସାନିଟାଇଜ୍‌ କରିବାକୁ ଅଭିଭାବକମାନେ ଜିଦ୍‌ ଧରିଥିଲେ। କରୋନାବେଳେ ରାଜ୍ୟ ବାହାରୁ ଆସିଥିବା ଶ୍ରମିକଙ୍କୁ ଏଠାରେ ରଖାଯାଇଥିବାରୁ ସାନିଟାଇଜ୍‌ ନହେଲେ ଆମ ପିଲାମାନଙ୍କୁ ଛାଡିବୁନାହିଁ ବୋଲି ଅଡି ବସିଥିଲେ। ଏନେଇ ସ୍କୁଲ ପ୍ରଶାସନ ବ୍ଲକ ଶିକ୍ଷା ଅଧିକାରୀ ଲୋକନାଥ ପାଢ଼ୀ ଓ ବିଡ଼ିଓ ପ୍ରକାଶ ଚନ୍ଦ୍ର ଦାସଙ୍କୁ ଅବଗତ କରାଇଥିଲେ। ବିଡ଼ିଓ ଓ ବିଇଓ ପହଞ୍ଚତ୍ ଅଭିଭାବକଙ୍କୁ ବୁଝାଇଥିଲେ ମଧ୍ୟ ସେମାନେ ନ ମାନି ପିଲାଙ୍କୁ ନେଇ ଘରକୁ ଫେରିଯିବାକୁ ବାହାରିଥିଲେ। ପରେ ପାତ୍ରପୁର ଅଗ୍ନିଶମ ବାହୀନି ପହଞ୍ଚତ୍ ଶ୍ରେଣୀଗୃହ ସାନିଟାଇଜ୍‌ କରିଥିଲା। ମାତ୍ର ଡେସ୍କ, ବେଞ୍ଚରେ ବିଶୋଧିତ ପାଣି ପଡି ଓଦା ହୋଇଯିବାରୁ ଛାତ୍ରୀଛାତ୍ରମାନେ କ୍ଲାସ ନକରି ଘରକୁ ଫେରିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ...

ଟିକେଟ୍‌ ନ ମିଳିବାରୁ ବିଜେଡିରୁ ଇସ୍ତଫା ଦେଲେ ସନ୍ତୋଷ ଖଟୁଆ

ଭୁବନେଶ୍ୱର,୨।୫: ଆଜି ବିଜେଡି ନୀଳଗିରି ବିଧାୟକ ପାର୍ଥୀ ଘୋଷଣା କରିଛି। ହେଲେ ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ ଥିବା ବାଲେଶ୍ୱର ଜିଲା ବିଜେଡି ଉପ-ସଭାପତି ସନ୍ତୋଷ...

ବଢୁଛି ଗ୍ରାମବାସୀଙ୍କ ଭୋଟ ବର୍ଜନ ନିଷ୍ପତ୍ତି

ଖଡ଼ିଆଳ,୨ା୫(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ତିଖାଲି ଡ୍ୟାମଠାରୁ ପ୍ରାୟ ୩ କି.ମି. ଦୂରରେ ଥିବା ଚାଷଜମିକୁ ପାଣି ଦିଆଯାଉ ନ ଥିବାରୁ ସାନମହେଶ୍ୱର ଗ୍ରାମବାସୀ...

ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ: ୯ ଜଣ ଶ୍ରମିକ ଆହତ

ଭୁବନେଶ୍ୱର,୨।୫: କେନ୍ଦୁଝର ସ୍ଥିତ ଏକ ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ରୁଗୁଡ଼ି ସ୍ଥିତ KJS ଆଲୁୱାଲିଆ...

ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ପାଣ୍ଡିଆନ

ଜି.ଉଦୟଗିରି,୨।୫(ଶିଶିର ପଟ୍ଟନାୟକ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ଜି.ଉଦୟଗିରି ଷ୍ଟାଡିୟମ ପଡ଼ିିଆରେ ଅବତରଣ କରି ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ...

ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀର ଆକାଉଣ୍ଟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ମୂଲ୍ୟବାନ ସାମଗ୍ରୀ, ଗୁରତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ଛାରଖାର

ବଡବିଲ,୨।୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଉପକଣ୍ଠରେ ଥିବା ଆରିୟା ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀ ପ୍ରାଇଭେଟ ଲିମିଟେଡ କମ୍ପାନୀର ପ୍ଲାଣ୍ଟ ସ୍ଥିତ ଆକାଉଣ୍ଟ...

କାହିଁକି ଶଗଡ ଚଢି ନାମାଙ୍କନ ଦାଖଲ କରିବାକୁ ଆସିଲେ ମନ୍ମଥ, କହିଲେ କାରଣ…

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲ କରିଛନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡିର ମନ୍ମଥ ରାଉତରାୟ ।...

ତେଲକୋଇ ଆସନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ଫକୀର ନାଏକ

କେନ୍ଦୁଝର,୨।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ଗୋଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri