ଭୁବନେଶ୍ୱର, ୯ା୧(ବ୍ୟୁରୋ):ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବା ଓ ପ୍ରକଳ୍ପଗୁଡିକୁ କାର୍ଯ୍ୟକରିବାରେ ରାଜ୍ୟ ସରକାରଙ୍କ କାର୍ଯ୍ୟକଳାପକୁ କେନ୍ଦ୍ର କ୍ୟାବିନେଟ କମିଟି ଇନଭେଷ୍ଟମେଣ୍ଟ (ସିସିଆଇ)ର ପ୍ରୋଜେକ୍ଟ ମନିଟରିଂ ଗ୍ରୁପ ପ୍ରଶଂସା କରିଛି। ଶୁକ୍ରବାର ଡିପାର୍ଟମେଣ୍ଟ ଫର୍ ପ୍ରମୋଶନ ଅଫ୍ ଇଣ୍ଡଷ୍ଟ୍ରି ଆଣ୍ଡ୍ ଇଣ୍ଟରନାଲ ଟ୍ରେଡ୍ (ଡିପିଆଇଆଇଟି) ମନ୍ତ୍ରଣାଳୟ ସଚିବ ଗୁରୁ ପ୍ରସାଦ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ କମିଟି ବୈଠକରେ ଅନେକ ପ୍ରକଳ୍ପ ସମ୍ପର୍କିତ ଆନ୍ତଃ ରାଜ୍ୟ ସମସ୍ୟା ସମାଧାନ କରାଯାଇଛି। ବୈଠକରେ ୨୬,୬୨୦ କୋଟି ଟଙ୍କାର ୮ଟି ପ୍ରକଳ୍ପର ସମୀକ୍ଷା କରାଯାଇଥିଲା। ସେଥିରେ ୪ଟି ରେଳ ପ୍ରକଳ୍ପ ଥିବା ବେଳେ ୨ଟି ଜାତୀୟ ରାଜପଥ, ଗୋଟିଏ ଶକ୍ତି ଓ ଗୋଟିଏ ତୈଳ ଓ ଗ୍ୟାସ୍ ପ୍ରକଳ୍ପ ଅନ୍ତର୍ଭୁକ୍ତ। ପରିବେଶ ଅନୁମତି, କ୍ଷତିପୂରଣ ବନୀକରଣ, କ୍ଷତିପୂରଣ ପ୍ରଦାନ ଆଦି ଅନେକ ବିଷୟର ସମାଧାନ କରାଯାଇଛି। ଏହି ଆଲୋଚନା ସଫଳ ହୋଇଛି ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି। ଗୋଟି ଗୋଟି କରି ପ୍ରକଳ୍ପଗୁଡିକର ସମୀକ୍ଷା କରାଯାଇଛି। ପ୍ରତ୍ୟେକ ପ୍ରକଳ୍ପ ପାଇଁ ସମୟ ଧାର୍ଯ୍ୟ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା ଓ ଅନ୍ୟାନ୍ୟ ଅଧିକାରୀ ଯୋଗ ଦେଇଥିଲେ।
ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ
ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ): ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...
ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ
ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...
ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ
କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...
ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ
ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...
ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...
କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….
ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...
ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଜାନୁଆରୀ ୧ ନୁହେଁ ଗାଡ଼ିର ବୈଧ କାଗଜପତ୍ର ଅବଧି…
ଭୁବନେଶ୍ୱର,୨୪।୧୨: ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ବସ୍ତି ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସେ ସମୟ ଦେଲେ ସରକାର । ଏଣିକି ଗାଡ଼ିର ବୈଧ...
ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍ରେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...
Archives


