ଇଣ୍ଡୋନେସିଆ ବିମାନ ଦୁର୍ଘଟଣା

ଜାକର୍ତ୍ତା, ୧୦।୧: ଇଣ୍ଡୋନେସିଆର ଶ୍ରୀଓ୍ବିଜୟ ଏୟାର ପାସେଞ୍ଜର ଜେଟ୍‌ ଶନିବାର ଦୁର୍ଘଟଣାଗ୍ରସ୍ତ ହୋଇ ସମୁଦ୍ରରେ ଖସିପଡ଼ିଛି। ବିମାନର ଭଗ୍ନାବଶେଷ ମିଳିବା ପରେ ନୌସେନା ଜାହାଜ ସେଠାକୁ ପଠାଯାଇଛି। ୬୨ ଲୋକଙ୍କୁ ନେଇ ଯାଉଥିବା ଫ୍ଲାଇଟ୍‌ ଏସ୍‌ଜେ ୧୮୨ ବିମାନବନ୍ଦରଠାରୁ ୨୦ କିଲୋମିଟର ଦୂର ଲାକି ଦ୍ୱୀପ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଇଣ୍ଡୋନେସିଆ ପରିବହନ ମନ୍ତ୍ରୀ ବୁଡ଼ି କାର୍ୟ୍ୟା ଖବରଦାତା ସମ୍ମିଳନୀରେ କହିଛନ୍ତିି। ଉଦ୍ଧାର କାର୍ଯ୍ୟରେ ସହାୟତା ପାଇଁ ବସର୍‌ନାସ୍‌ ନାମକ ସଂସ୍ଥା ସେଠାକୁ ଟିମ୍‌ ପଠାଇଛି।
ବୋଇଂ ୭୩୭-୫୦୦ ବିମାନଟି ରାଜଧାନୀ ଜାକର୍ତ୍ତାରୁ ପୋଣ୍ଟିଆନକ୍‌ ଯାଉଥିଲା। ସେଥିରେ ୫୬ ଯାତ୍ରୀଙ୍କ ସମେତ ୬୨ ଜଣ ଥିଲେ। ଅପରାହ୍ନ ୨ଟା ୩୦ରେ ଜାକର୍ତ୍ତାରୁ ଉଡ଼ାଣ ଆରମ୍ଭ କରିବାର ୪ ମିନିଟ୍‌ ପରେ ଏୟାର ଟ୍ରାଫିକ୍‌ କଣ୍ଟ୍ରୋଲ ସହ ଏହାର ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ଜାଭା ଦ୍ୱୀପ ଓ କଲିମଣ୍ଟନ (ବୋର୍ନିଓ ଦ୍ୱୀପର ଇଣ୍ଡୋନେସିଆ ଅଂଶ) ମଧ୍ୟରେ ଥିବା ଜାଭା ସାଗର ଉପରେ ଉଡ଼ୁଥିବାବେଳେ ବିମାନଟି ସିଧା ତଳକୁ ଖସିଥିବାର ଫ୍ଲାଇଟ୍‌ ଟ୍ରାକିଂ ତଥ୍ୟରୁ ଜଣାପଡିଛି। ଫ୍ଲାଇଟ୍‌ରାଡାର୨୪ ଡାଟା ଅନୁଯାୟୀ ଉକ୍ତ ବିମାନ ୧୧,୦୦୦ ଫୁଟ ଉପରକୁ ଉଠିବା ପରେ ହଠାତ୍‌ ୨୫୦ ଫୁଟ ତଳକୁ ଖସିଥିଲା। ଏହାପରେ ଏୟାର ଟ୍ରାଫିକ୍‌ କଣ୍ଟ୍ରୋଲ ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ଉଦ୍ଧାରକାରୀ ଦଳ ଜାକର୍ତ୍ତାର ଉତ୍ତର ପାର୍ଶ୍ୱ ସମୁଦ୍ରରେ କେତେକ ଭଗ୍ନାବଶେଷ ଠାବ କରିଛନ୍ତି। ଇଣ୍ଡୋନେସିଆର ଉଦ୍ଧାରକାରୀ ସଂସ୍ଥା ଓ ଜାତୀୟ ପରିବହନ ନିରାପତ୍ତା କମିଶନ ଦୁର୍ଘଟଣାର ତଦନ୍ତ କରୁଛନ୍ତି।
୨୦୧୮ ଅକ୍ଟୋବରରେ ଲାଏନ୍‌ ଏୟାରର ଏକ ବୋଇଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ଜାଭା ସମୁଦ୍ରରେ ଖସିପଡ଼ିଥିଲା। ଏଥିରେ ଥିବା ସମସ୍ତ ୧୮୯ ଜଣ ପ୍ରାଣ ହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ଦୁଇଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି ।ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର...

ଭାରତ-ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ FTA ଘୋଷଣା, ୨୦ ନିୟୁତ ଡଲାରର ନିବେଶ

ନୂଆଦିଲ୍ଲୀ,୨୨।୧୨: ବିଶ୍ୱ ବାଣିଜ୍ୟ କ୍ଷେତ୍ରରେ ଭାରତ ଆଉ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର...

ଭାରତରେ କାହା ପାଖରେ ଅଛି ପରମାଣୁ ବୋମାର ରିମୋଟ କଣ୍ଟ୍ରୋଲ, ଆକ୍ରମଣ ପାଇଁ କିଏ ନିର୍ଦ୍ଦେଶ ଦେଇପାରିବ ଜାଣନ୍ତୁ

ନୂଆଦିଲ୍ଲୀ,୨୨।୧୨: ସାଧାରଣ ଜନତା ପ୍ରାୟତଃ ପରମାଣୁ ଅସ୍ତ୍ର ବିଷୟରେ ଅନେକ ପ୍ରଶ୍ନ କରନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ହେଉଛି ଭାରତରେ ଏହି ଅସ୍ତ୍ରଗୁଡ଼ିକ ଉପରେ ପ୍ରକୃତ...

ଭୟଙ୍କର ଦୁର୍ଘଟଣା: ଡିଭାଇଡରରେ ପିଟି ହୋଇ ରାଜପଥରେ ଓଲଟିଲା ବସ୍, ୧୬ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ଇଣ୍ଡୋନେସିଆରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁଯାୟୀ ରବିବାର ବିଳମ୍ବିତ ରାତିରେ ଇଣ୍ଡୋନେସିଆର ମୁଖ୍ୟ ଦ୍ୱୀପ ଜାଭାରେ ଏକ ଯାତ୍ରୀବାହୀ ବସ୍...

୭ଦିନ ଜାରି ରହିବ ଶୀତ ଲହରି

ଭୁବନେଶ୍ୱର,୨୨ା୧୨(ବନ୍ଦନା ସେଠୀ): ରାଜ୍ୟରେ ଶୀତ ଲହରି ଜାରି ରହିବ। ଆସନ୍ତା ୭ଦିନ ପର୍ଯ୍ୟନ୍ତ ପାଣିପାଗର କୌଣସି ବିଶେଷ ପରିବର୍ତ୍ତନ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ...

ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି: ଗୁରୁକୁଳ ଖୋଲିବା ସହ ଶୀତ ମହୋତ୍ସବ ହେବ ଆଡମ୍ବରପୂର୍ଣ୍ଣ

ଦାରିଙ୍ଗବାଡି, ୨୨।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସୋମବାର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗସ୍ତ କରିଛନ୍ତି। ସେ ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri