Posted inଖେଳ

ରାଗିଗଲେ କୋହଲି: କହିଲେ, ସବୁ ସୀମା ଟପିଗଲା

ମୁମ୍ବାଇ,୧୦।୧: ସିଡନୀରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ତୃତୀୟ ଟେଷ୍ଟରେ ପଡ଼ିଆରେ ଉପସ୍ଥିତ ଥିବା କିଛି ଦର୍ଶକ ଫିଲ୍ଡିଂ କରୁଥିବା ମହମ୍ମଦ ସିରାଜଙ୍କୁ ଦୁର୍ବ୍ୟବହାର କରିବା ସହିତ ବିଗ ମଙ୍କି ଏବଂ ବ୍ରାଉନ ଡଗ ବୋଲି କହିଥିଲେ। ଏହାକୁ ନେଇ ବିରୋଧ ଆରମ୍ଭ ହୋଇଯାଇଛି। ଦ୍ରୁତ ବୋଲର ମହମ୍ମଦ ସିରାଜଙ୍କ ଉପରେ ଦର୍ଶକଙ୍କ ଏଭଳି ମନ୍ତବ୍ୟକୁ ନେଇ ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଦୃଢ ଆପତ୍ତି ଉଠାଇଛନ୍ତି। ସେ ଟୁଇଟରରେ ନିଜର କ୍ରୋଧ ପ୍ରକାଶ କରିଛନ୍ତି। କୋହଲି କହିଛନ୍ତି, ‘ଜାତିଗତ ମନ୍ତବ୍ୟ ଆଦୌ ଗ୍ରହଣୀୟ ନୁହେଁ। ବ୍ରାଉଣ୍ଡ୍ରୀ ଲାଇନ୍‌ରେ ଏଭଳି ଆଚରଣ ସମସ୍ତ ସୀମା ଟପିଛି। ପଡ଼ିଆରେ ଏହି ଘଟଣା ଦେଖିବା ଦୁଃଖଦାୟକ। ବିରକ୍ତ କୋହଲି କହିଛନ୍ତି ଯେ, ଏହି ବିଷୟକୁ ଗମ୍ଭୀରତାର ସହ ଦେଖିବା ଆବଶ୍ୟକ ଏବଂ ଏହିପରି ଲୋକଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ। ଏହି ଘଟଣା ପରେ ହୋଷ୍ଟ ବୋର୍ଡ କ୍ରିକେଟ ଅଷ୍ଟ୍ରେଲିଆ ମଧ୍ୟ କ୍ଷମା ପ୍ରାର୍ଥନା କରିଛି। ବିସିସିଆଇ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ରେ ଅଭିଯୋଗ କରିଛି। ଆଇସିସି ଜାତିଗତ ନିର୍ଯାତନା ଘଟଣାକୁ ନିନ୍ଦା କରିବା ସହ ଆୟୋଜକ ଦେଶର କ୍ରିକେଟ ବୋର୍ଡରୁ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ମାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ...

ସୁନାବେଡ଼ା ଅଞ୍ଚଳରେ ବାଘ ଆତଙ୍କ: ଲୋକେ ଆତଙ୍କିତ

ନୂଆପଡ଼ା,୨୯ା୧୨(ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟ ଦେଇ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ସୁନାବେଡ଼ା-ଦାତୁନାମା ରାସ୍ତାରେ ଏକ କଲରାପତରିଆ ବାଘ ବୁଲୁଥିବା...

ଏଇ ଭାରତରେ

ତ୍ରିପୁରା ସେପାହିଜାଲା ଜିଲାରେ ଅତ୍ୟଧିକ ବାଲ୍ୟବିବାହ ହୋଇଥାଏ। ଏବେ କିନ୍ତୁ ତାହା ବହୁ ପରିମାଣରେ କମିଯାଇଛି। ସେପାହିଜାଲା ଜିଲାପାଳ ସିଦ୍ଧାର୍ଥ ଜୟସ୍ବାଲଙ୍କ ଦ୍ୱାରା ଏହା ସମ୍ଭବ...

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri