ବିଜୁ ସେତୁ ଭୁଶୁଡିବା ଘଟଣା: ଯନ୍ତ୍ରୀ, ଠିକାଦାରଙ୍କ ନାମରେ ମାମଲା

ନବରଙ୍ଗପୁର/ଉମରକୋଟ,୧୧ା୧: ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ବଡକୁମାରୀ ପଞ୍ଚାୟତ ଅଧୀନ ତାଲାପଦର ନାଗୀନଦୀ ଉପରେ ନିର୍ମାଣାଧୀନ ବିଜୁ ସେତୁ ଭୁଶୁଡିବା ଘଟଣାର ତଦନ୍ତ ଆରମ୍ଭ ହୋଇଛି। ଗ୍ରାମ୍ୟ ଉନ୍ନୟନ ବିଭାଜନ(୨)ର ନିର୍ବାହୀ ଯନ୍ତ୍ରୀ ସନ୍ତୋଷ କୁମାର ସାମଲ ଉମରକୋଟ ଥାନାରେ ସହକାରୀ ଯନ୍ତ୍ରୀ ଅସିତ କୁମାର ପାତ୍ର, କନିଷ୍ଠ ଯନ୍ତ୍ରୀ ନିରଞ୍ଜନ ସାହୁ ଓ ଠିକାଦାର ଆଶିଷ କୁମାର ବିଶ୍ୱାଳଙ୍କ ନାମରେ ଏତଲା ଦେଇଛନ୍ତି। ଏ ନେଇ ଉମରକୋଟ ଥାନାରେ ଏକ ମାମଲା(ନଂ.୧୨/୨୧)ରେ ମାମଲା ରୁଜୁ ହୋଇଛି। ସୋମବାର ସୁନାବେଡା ଅଧୀକ୍ଷଣ ଯନ୍ତ୍ରୀ ପ୍ରଦୀପ କୁମାର ଜେନା ଓ କ୍ୱାଲିଟି କଣ୍ଟ୍ରୋଲ ଦଳ ଘଟଣାସ୍ଥଳରେ ପହଞ୍ଚତ୍ ପ୍ରାଥମିକ ତଦନ୍ତ କରିଛନ୍ତି। ଛାତ କିଭଳି ପଡିଥିଲା, ସେଟ୍ରିଙ୍ଗ୍‌ ପୋଲ ମଧ୍ୟରେ କେତେ ବ୍ୟବଧାନ ରହିଛି ସେ ସବୁ ତଦାରଖ କରାଯାଇଛି। ଏଥିସହ ଭୁଶୁଡି ପଡିଥିବା ସ୍ଥାନରୁ ସିମେଣ୍ଟ କଂକ୍ରିଟ୍‌ ଢଳେଇର ନମୁନା ସମେତ କାମରେ ବ୍ୟବହୃତ ହେଉଥିବା ବାଲି, ସିମେଣ୍ଟ, ଚିପ୍ସ ଆଦିର ନମୁନା ସଂଗ୍ରହ କରିଛନ୍ତି। ସୂଚନା ଯୋଗ୍ୟ, ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ଜଣ ଶ୍ରମିକ ଗୁରୁତର ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ରୋଡ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’୧୦ତାରିଖରେ ଭୁବନେଶ୍ୱରରେ ବିଶାଳ ରୋଡ ଶୋ’ କରିବେ । ସା ୬ଟାରୁ ଏହି ରୋଡ ଶୋ’ ଆରମ୍ଭ ହେବ ବୋଲି...

ରାଜପଥର ବାଇକ୍‌ ଦୁର୍ଘଟଣା, ଚାଳକ ଗୁରୁତର

ହାଟଡିହୀ,୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଆନନ୍ଦପୁର-ଭଦ୍ରକ ୫୩ ନମ୍ବର ରାଜ୍ୟ ରାଜପଥର ହାଟଡିହୀ ପୋଷ୍ଟ ଅଫିସ ନିକଟରେ ଏକ ବାଇକ୍‌ ଦୁର୍ଘଟଣା ଘଟି...

ଟ୍ବିନ୍‌ ସିଟିରେ ମେଘୁଆ ପାଗ ସହ ହାଲୁକା ବର୍ଷା, ୬ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି

ଭୁବନେଶ୍ୱର, ୭।୫: ରାଜ୍ୟରେ ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ଆଜି ସକାଳେ ଟ୍ବିନ୍‌ ସିଟିରେ ଆକାଶ ମେଘୁଆ ରହିବା ସହ ହାଲୁକା ବର୍ଷା ହୋଇଛି। ରାଜ୍ୟରେ...

ଅଧଘଣ୍ଟାରେ ଅଧା ରାଜଧାନୀ ପ୍ରଭାବିତ

ଭୁବନେଶ୍ୱର, ୭।୫ (ବନ୍ଦନା ସେଠୀ):ରାଜଧାନୀ ଭୁବନେଶ୍ୱରରେ ସୋମବାର କାଳବୈଶାଖୀ ତାଣ୍ଡବ ରଚିଛି। ଅଧଘଣ୍ଟାର ଝଡ଼ତୋଫାନ ସହ ବର୍ଷାରେ ଅଧା ରାଜଧାନୀ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ...

ଭାଜପା ବିରୋଧରେ ପ୍ରଚାର କରିବେ ଉଜ୍ଜଳା ଦିଦି

ଭୁବନେଶ୍ୱର,୭।୫(ଅନୁରାଧା ମହାରଣା):ରାଜ୍ୟର ଉଜ୍ଜଳା ଦିଦିମାନେ ବିଭିନ୍ନ ଦାବି ନେଇ ସୋମବାର ମାଷ୍ଟର କ୍ୟାଣ୍ଟିନ ଛକରେ ଧାରଣା ଦେଇଥିଲେ। ସେମାନଙ୍କ ଦୀର୍ଘଦିନର ଦାବିକୁ କେନ୍ଦ୍ର ସରକାର ଅଣଦେଖା...

ଜଳସ୍ତର କମି ୧୫ ଫୁଟ୍‌ ଜାଗାରେ ୬୫ ଫୁଟ୍‌ ହେଲାଣି

ପଟ୍ଟାମୁଣ୍ଡାଇ, ୭ା୫ (କଳ୍ପତରୁ ନାୟକ):ଅସହ୍ୟ ତାତି ସାଙ୍ଗକୁ ପାଣି ସମସ୍ୟା ଲୋକଙ୍କ ଚିନ୍ତା ବଢ଼ାଇଛି। ସ୍ଥିତି ଏମିତି ଯେ ସବୁଠି ପାଣି ପାଇଁ ହାହାକାର ସ୍ଥିତି...

୬ ବନ୍ୟା ଆଶ୍ରୟସ୍ଥଳ ଅଧାପନ୍ତରିଆ

ଯାଜପୁର,୭ା୫(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକର ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ସମ୍ପୂର୍ଣ୍ଣ ହୋଇପାରିନାହିଁ। ଆଗକୁ କିଛି ସପ୍ତାହ...

ଦାଦନ ଖଟୁଛନ୍ତି ନଗଡ଼ା ଶିଶୁ

ଯାଜପୁର/କାଳିଆପାଣି (ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୭ା୫:ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତ ନଗଡ଼ା ଗ୍ରାମରେ ୨୦୧୬ରେ ଅପପୃଷ୍ଟିରୁ ଶିଶୁ ମୃତ୍ୟୁ ଘଟଣା ଅନ୍ତର୍ଜାତୀୟ ଖବର ପାଲଟିଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri