ରାଉରକେଲାରୁ ବିଜେଡି ନେତା ଗିରଫ

ନିଶ୍ଚିନ୍ତକୋଇଲି/ମାହାଙ୍ଗା, ୧୨।୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡବଲ ମର୍ଡର ଘଟଣାରେ ଗ୍ରାମାଞ୍ଚଳ ପୋଲିସ ସୋମବାର ଅଭିଯୁକ୍ତ ବିଜେଡି ନେତା ଭିକାରୀ ସ୍ବାଇଁଙ୍କୁ ଗିରଫ କରିଥିବା ଜଣାପଡ଼ିଛି। କିନ୍ତୁ ପୋଲିସ ଏନେଇ ମୁହଁ ଖୋଲୁନାହିଁ। ଏ ସମ୍ପର୍କରେ ଗ୍ରାମାଞ୍ଚଳ ଅତିରିକ୍ତ ଏସ୍‌ପି ପ୍ରଦ୍ୟୁମ୍ନ କୁମାର ଜେନା କହିଛନ୍ତି ଯେ, ତାଙ୍କ ପାଖରେ ଅଭିଯୁକ୍ତ ନ ପହଞ୍ଚତ୍ବାଯାଏ ସେ କୌଣସି ମତ ରଖିବେ ନାହିଁ। ଭିକାରୀ ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଥିଲେ। ତାଙ୍କୁ ମିଶାଇ ଘଟଣାରେ ୮ଜଣଙ୍କୁ ଗିରଫ କରାଯାଇଥିବାବେଳେ ଆଇନମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ ଆହୁରି ୫ଜଣ ଅଭିଯୁକ୍ତ ଅଛନ୍ତି। ଭିକାରୀଙ୍କୁ ରାଉରକେଲାରୁ ଗିରଫ କରାଯାଇଥିବା ଜଣାପଡ଼ିଛି। ସେ ୨୦୧୨ରେ ଘଟିଥିବା ବିକାଶ ଜେନା ହତ୍ୟା ଘଟଣାର ମଧ୍ୟ ଅନ୍ୟତମ ଅଭିଯୁକ୍ତ।
ସୂଚନାଥାଉ କି, ମାହାଙ୍ଗା ଥାନା ନୃତାଙ୍ଗସ୍ଥିତ ଯଁକୁଟି ନିକଟରେ ଭାଜପା ନେତା କୁଳମଣି ବରାଳ(୬୨) ଓ ଦିବ୍ୟସିଂହ ବରାଳ(୭୦)ଙ୍କୁ ଶନିବାର ହତ୍ୟା କରାଯାଇଥିଲା। କୁଳମଣିଙ୍କ ପୁଅ ରମାକାନ୍ତ ବରାଳଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ୧୩ ଜଣଙ୍କ ନାମରେ ୫/୨୧ନମ୍ବରରେ ମାମଲା ରୁଜୁ କରିଛି। ମନ୍ତ୍ରୀ ଜେନାଙ୍କ ସମେତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଭାଜପା ଓ କଂଗ୍ରେସ ଆନ୍ଦୋଳନ କରିଆସୁଛନ୍ତି। ଭାଜପା ପକ୍ଷରୁ ଡିଜିପି ଅଫିସ ଘେରାଉ କରାଯାଇଥିଲା। ୧୦ ଦିନ ମଧ୍ୟରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ଡିଜିପି ଅଭୟ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri