କେନ୍ଦୁପତ୍ର ତୋଳାଳି, କର୍ମଚାରୀଙ୍କୁ ୬୦ କୋଟିର ବୋନସ

ଭୁବନେଶ୍ୱର,୧୨।୧(ବ୍ୟୁରୋ): କେନ୍ଦୁପତ୍ର ତୋଳାଳି ଓ ଅନ୍ୟାନ୍ୟ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯୨.୩୭ କୋଟି ଟଙ୍କାର ବୋନସ ଏବଂ ଅନ୍ୟାନ୍ୟ ସହାୟତା ଘୋଷଣା କରିଛନ୍ତି। ସେଥିରୁ କେବଳ ବୋନସ ପରିମାଣ ହେଉଛି ୫୯.୭୮ କୋଟି ଟଙ୍କା। ଏଥିସହିତ କେନ୍ଦୁପତ୍ର କର୍ମଚାରୀଙ୍କ ସହାୟତା ରାଶିକୁ ୧ ଲକ୍ଷରୁ ୨ ଲକ୍ଷ ଟଙ୍କାକୁ ମୁଖ୍ୟମନ୍ତ୍ରୀ ବୃଦ୍ଧି କରିଛନ୍ତି। କେନ୍ଦୁପତ୍ର କର୍ମଚାରୀଙ୍କର ମୃତ୍ୟୁ କିମ୍ବା ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମ ହେଲେ ଅନୁକମ୍ପାମୂଳକ ସହାୟତା ବାବଦକୁ ୨ ଲକ୍ଷ ଟଙ୍କା ମିଳିବ। ସୋମବାର କେନ୍ଦୁପତ୍ର କଲ୍ୟାଣ ବୋର୍ଡରେ ଭିଡିଓ କନ୍‌ଫରେନ୍ସ ଜରିଆରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି।
କେନ୍ଦୁପତ୍ର ତୋଳାଳି, ବନ୍ଧେଇ ଶ୍ରମିକ ଓ ସାମୟିକ କର୍ମଚାରୀଙ୍କ କଲ୍ୟାଣ ପାଇଁ ଚଳିତ ବର୍ଷ ବୋନସ, ଅନ୍ୟାନ୍ୟ ସହାୟତା ଓ ଭିତ୍ତିଭୂମି ବିକାଶ ଉଦ୍ଦେଶ୍ୟରେ ୯୨.୩୭ କୋଟି ଟଙ୍କା ବୋର୍ଡ ମଞ୍ଜୁର କରିଛି। କେନ୍ଦୁପତ୍ର ସଂଗ୍ରହ, ବନ୍ଧେଇ ଓ ପ୍ରକ୍ରିୟାକରଣ କାର୍ଯ୍ୟରେ ସାଧାରଣତଃ ଗରିବ ଲୋକମାନେ ନିୟୋଜିତ ହୋଇଥାଆନ୍ତି। ସେମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ସବୁବେଳେ ଉଦ୍ୟମ ଜାରି ରଖିଛନ୍ତି। ୨୦୧୪ରେ ଏକ ଐତିହାସିକ ନିଷ୍ପତ୍ତି ନେଇ ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟରୁ ପାଉଥିବା ଲାଭାଂଶରେ କେନ୍ଦୁପତ୍ର ତୋଳାଳିମାନଙ୍କୁ ସାମିଲ କରିଛନ୍ତି। କୋଭିଡ୍‌ ମହାମାରୀ ସମୟରେ ବିଭାଗ ୬୦ ଲକ୍ଷରୁ ଅଧିକ କର୍ମ ଦିବସ ସୃଷ୍ଟି କରିପାରିଛି। ଏହାଦ୍ୱାରା ୭ ଲକ୍ଷ ୫୪ ହଜାର ୬୩୧ କେନ୍ଦୁପତ୍ର ତୋଳାଳି, ୧୮,୨୨୩ ବନ୍ଧେଇ ଶ୍ରମିକ ଏବଂ ୧୬,୫୩୩ ସାମୟିକ କର୍ମଚାରୀ ଉପକୃତ ହୋଇଛନ୍ତି। ୨୦୨୦ ଶସ୍ୟ ବର୍ଷରେ ଏ ବାବଦରେ ୨୫୦ କୋଟି ଟଙ୍କା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଡାଇରେକ୍ଟ ବେନିଫିଟ୍‌ ଟୁ ଟ୍ରାନ୍ସଫର (ଡିବିଟି) ଜରିଆରେ ପଇଠ କରାଯାଇଛି।
ଏହି ବୈଠକରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଯୋଗଦେଇ ନିଜର ମତାମତ ରଖିଥିଲେ। ପ୍ରଧାନ ମୁଖ୍ୟ ବନ ସଂରକ୍ଷକ(କେନ୍ଦୁପତ୍ର) ପ୍ରଭାକର ବେହେରା ବୋର୍ଡର କାର୍ଯ୍ୟକ୍ରମ ସମ୍ପର୍କରେ ଉପସ୍ଥାପନ କରିଥିଲେ। ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା ସ୍ବାଗତ ଭାଷଣ ଦେଇଥିଲେ। ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ଏବଂ ଜଙ୍ଗଲ ଓ ପରିବେଶ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri