ମାଟ୍ରିକ୍‌ ପରୀକ୍ଷା ଫି’ ଛାଡ୍‌

ଭୁବନେଶ୍ବର,୧୨।୧: ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫି’ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ । ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କା ବ୍ୟୟଭାର ବହନ କରିବେ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ୨୦୨୦-୨୧ ଶିକ୍ଷା ବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି । ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି ଖୋଲାଯାଇଛି । ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା ପାଠ୍ୟକ୍ରମରେ ବିଭିନ୍ନ ବିଷୟରେ ଥିବା ସନ୍ଦେହ ଦୂର କରିବା ପାଇଁ କ୍ଲାସ କରାଯାଉଛି। କରୋନା ଯୋଗୁ ବହୁ ଲୋକଙ୍କର ଜୀବନଜୀବିକା ମଧ୍ୟ ପ୍ରଭାବିତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କର ଏହି ନିଷ୍ପତ୍ତି ଫଳରେ ଅର୍ଥାଭାବରୁ କୌଣସି ପିଲା ପରୀକ୍ଷା ଦେବାରୁ ବଞ୍ଚିତ ହେବେ ନାହିଁ। ପ୍ରତି ପିଲାଙ୍କୁ ମାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ ଟଙ୍କା ଲେଖାଏ ଫିସ ଦେବାକୁ ପଡୁଥିବା ବେଳେ ଏବେ ଏହା ଛାଡ଼ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri