Posted inଖେଳ

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଦ୍ୱିତୀୟ ସ୍ଥାନ ହରାଇଲେ କୋହଲି

ଦୁବାଇ, ୧୩।୧(ପି.ଟି.)- ମଙ୍ଗଳବାର ପ୍ରକାଶିତ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ର ବ୍ୟାଟ୍ସମ୍ୟାନ ତାଲିକାରେ ଦ୍ୱିତୀୟ ସ୍ଥାନ ହରାଇଛନ୍ତି ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି। ଅଷ୍ଟ୍ରେଲିଆର ଷ୍ଟିଭ୍‌ ସ୍ମିଥ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ମାତ୍ର ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରା ୨ଟି ସ୍ଥାନ ଉପରକୁ ଉଠି ୮ରେ ପହଞ୍ଚତ୍ଛନ୍ତି। ପ୍ରଥମ ସନ୍ତାନର ପିତା ହୋଇଥିବା କୋହଲି ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟ ପରେ ସିରିଜରୁ ଓହରି ଯାଇଥିଲେ। ବର୍ତ୍ତମାନ ର଼୍ୟାଙ୍କିଙ୍ଗ୍‌ରେ ତାଙ୍କ ପଏଣ୍ଟ ୮୭୦ ରହିଛି। ସ୍ମିଥ ୯୦୦ ପଏଣ୍ଟ ସହିତ ଦ୍ୱିତୀୟକୁ ଉଠିଥିବାବେଳେ ନ୍ୟୁଜିଲାଣ୍ଡ ଅତ୍ଧନାୟକ କେନ୍‌ ଓ୍ବିଲିୟମସନ ୯୧୯ ପଏଣ୍ଟ ସହିତ ଶୀର୍ଷରେ ଅପରିବର୍ତ୍ତିତ ରହିଛନ୍ତି। ସ୍ମିଥ ଭାରତ ବିପକ୍ଷ ତୃତୀୟ ଟେଷ୍ଟରେ ଯଥାକ୍ରମେ ୧୩୧ ଓ ୮୧ ରନ କରି ଫାଇଦା ପାଇଛନ୍ତି। ଖ୍ରୀଷ୍ଟଚର୍ଚ୍ଚଠାରେ ଅନୁଷ୍ଠିତ ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସ୍ମରଣୀୟ ୨୩୮ ରନର ଇନିଂସ ଖେଳି ଓ୍ବିଲିୟମସନ ପ୍ରଥମ ନ୍ୟୁଜିଲାଣ୍ଡ ଖେଳାଳିଭାବେ ଶୀର୍ଷରେ ପହଞ୍ଚତ୍ଥିଲେ। ଦୁଇ ଇନିଂସରେ ୫୦ ଓ ୭୭ ରନ କରି ସିଡ୍‌ନୀ ଟେଷ୍ଟକୁ ଡ୍ର ରଖିବାରେ ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବା ପୂଜାରା ୮ମ ସ୍ଥାନ ଅଧିକାର କରିଥିବାବେଳେ କାମଚଳା ଅଧିନାୟକ ଅଜିଙ୍କ୍ୟ ରାହାନେ ୭ମ ସ୍ଥାନ ପାଇଛନ୍ତି। ସିଡ୍‌ନୀରେ ଦୁଇ ଇନିଂସରେ ଯଥାକ୍ରମେ ୩୬ ଓ ୯୭ ରନ କରିଥିବା ରିଷଭ ପନ୍ତ ୧୯ଟି ସ୍ଥାନ ଉପରକୁ ଉଠି ୨୬ତମ ସ୍ଥାନ ପାଇଛନ୍ତି। ହନୁମା ବିହାରୀ ୫୨, ଶୁବମନ ଗିଲ୍‌ ୬୯ ଓ ରବିଚନ୍ଦ୍ରନ ଅଶ୍ୱିନ ୮୯ତମ ସ୍ଥାନରେ ରହିଛନ୍ତି। ବୋଲିଂ ତାଲିକାରେ ଭାରତର ୨ ବୋଲର ଟପ୍‌-୧୦ରେ ରହିଛନ୍ତି। ଅଶ୍ୱିନ ୨ ସ୍ଥାନ ତଳକୁ ଖସି ୯ମ ଓ ଯଶପ୍ରୀତ୍‌ ବୁମ୍‌ରା ୧୦ମରେ ରହିଛନ୍ତି। ଏହି ତାଲିକାରେ ଅଷ୍ଟ୍ରେଲିଆର ପ୍ୟାଟ୍‌ କୁମିନ୍ସ ଶୀର୍ଷରେ ଅପରିବର୍ତ୍ତିତ ରହିଛନ୍ତି। ଇଂଲଣ୍ଡର ଷ୍ଟୁଆର୍ଟ ବ୍ରଡ୍‌ ଓ ନ୍ୟୁଜିଲାଣ୍ଡର ନେଲ୍‌ ଓ୍ବାଗନର ପରବର୍ତ୍ତୀ ୨ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri