ଜଣେ ଶିକ୍ଷକରେ ଚାଲିଛି ଦଶମ ଶ୍ରେଣୀ

ଧାମନଗର,୧୩ା୧- ମାଟ୍ରିକ ପରୀକ୍ଷାକୁ ଦୃଷ୍ଟିରେ ରଖି ଗତ ୮ ତାରିଖଠାରୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ସମସ୍ତ ହାଇସ୍କୁଲ ଖୋଲିଛି। ପିଲାମାନେ ୧୦୦ ଦିନ କ୍ଲାସ କରିବା ପରେ ପରୀକ୍ଷା ଦେବା ପାଇଁ ନିଷ୍ପତ୍ତି ହୋଇଛି। ମାତ୍ର ସରକାରୀ ସ୍କୁଲମାନଙ୍କରେ ଶିକ୍ଷକ ଅଭାବ ସାଙ୍ଗକୁ ଶିକ୍ଷାଦାନ ବ୍ୟାହତ ଯୋଗୁ ଛାତ୍ରୀଛାତ୍ର ତଥା ଅଭିଭାବକ ଚିନ୍ତାରେ ପଡ଼ିଛନ୍ତି।
ଧାମନଗର ବ୍ଲକ ଦେହୁଡ଼ି ଆନନ୍ଦପୁର ପଞ୍ଚାୟତର ଜଗନ୍ନାଥ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ସମସ୍ୟା ପାଠପଢ଼ାରେ ବ୍ୟାଘାତ ସୃଷ୍ଟି କରିଛି। ଏହି ବିଦ୍ୟାଳୟଟି ଜଣେ ମାତ୍ର ହିନ୍ଦୀ ଶିକ୍ଷକରେ ଚାଲିଛି। ବିଦ୍ୟାଳୟରେ ୨ଜଣ ଶିକ୍ଷକ ଥିଲେ। ଇଂଲିଶ ଶିକ୍ଷକ ପଦୋନ୍ନତି ପାଇ ଅନ୍ୟତ୍ର ବଦଳି ହୋଇଯାଇଛନ୍ତି। ଜଣେ ହିନ୍ଦୀ ଶିକ୍ଷକ କିଭଳି ପାଠ ପଢ଼ାଇବେ ସେଥିନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ସ୍କୁଲର ଦଶମ ଶ୍ରେଣୀରେ ୭୩ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଏଠାରେ ବିଶେଷ କରି ଗଣିତ, ବିଜ୍ଞାନ,ସଂସ୍କୃତ,ଇଂରାଜୀ,ଓଡ଼ିଆ ଭଳି ବିଷୟ ଭିତ୍ତିକ ଶିକ୍ଷକ ନାହାନ୍ତି। ଏନେଇ ଅଭିଭାବକମାନେ ବିଭିନ୍ନ ସମୟରେ ଶିକ୍ଷା ବିଭାଗକୁ ଅବଗତ କରିଥିଲେ ମଧ୍ୟ ବିଭାଗ ଏଥିପ୍ରତି ଦୃଷ୍ଟି ନ ଦେବା କ୍ଷୋଭର ବିଷୟ ପାଲଟିଛି। ପୂର୍ବରୁ ଏହି ବିଦ୍ୟାଳୟରେ ଭଲ ପାଠପଢ଼ା ହେଉଥିବାରୁ ଆନନ୍ଦପୁର ପଞ୍ଚାୟତ ସମେତ ନିକଟସ୍ଥ ଖଡ଼ିପଦା ପଞ୍ଚାୟତ ଓ ଭଣ୍ଡାରିପୋଖରୀ ବ୍ଲକ ଅଧୀନ ସଠଗାଁ,ବିରୋଳି,ଦାଣ୍ଡକୁଳ,ତିଖିଲିଆ ଗ୍ରାମର ଛାତ୍ରୀଛାତ୍ର ନାମ ଲେଖାଇଥିଲେ। ଶିକ୍ଷକ ଅଭାବ ଯୋଗୁ ସେଠାରେ ଥିବା ନୋଡାଲ ବିଦ୍ୟାଳୟର କେତେକ ଶିକ୍ଷକ ପାଞ୍ଚ ଦିନ ହେଲା ମାଟ୍ରିକ ପିଲାଙ୍କୁ ପାଠ ପଢ଼ାଉଛନ୍ତିି। ଏ ସମ୍ପର୍କରେ ବ୍ଲକ ଶିକ୍ଷାଧିକାରୀ ପୀତାମ୍ବର ବାରିକଙ୍କୁ ପଚାରିବାରୁ ଦୁୁୁଇ ଦିନ ମଧ୍ୟରେ ଉକ୍ତ ବିଦ୍ୟାଳୟକୁ ଶିକ୍ଷକ ପଠାଇବା ପାଇଁ ବ୍ୟବସ୍ଥା କରାଯାଉଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ...

ଗଞ୍ଜେଇ ଜବତ କରିବାକୁ ଯାଇ ହଟହଟା ହେଲା ପୋଲିସ

ବାଲିଗୁଡା,୫।୫: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ...

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ...

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ...

ମହିଳାଙ୍କ ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି ଦମ୍ପତି ଫେରାର, ପାଟଣା ଥାନାର ଦ୍ୱାରସ୍ଥ ହେଲେ…

ପାଟଣା,୫।୫(ବୀର କିଶୋର ଦାଶ) :କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ମୁଖ୍ୟାଳୟ ଟାଇଁଶିରା ଗ୍ରାମର ୨୩ ଜଣ ମହିଳା ଠକେଇର ଶିକାର ହୋଇଛନ୍ତି।...

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।...

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ...

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri